୬ ବିଶ୍ୱବିଦ୍ୟାଳୟ କୁଳପତି ଚୟନ ପାଇଁ ଆଜି ସାକ୍ଷାତ୍‌କାର

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ଓଡ଼ିଶାରେ ଖାଲି ପଡ଼ିଥିବା ୬ ବିଶ୍ୱବିଦ୍ୟାଳୟ କୁଳପତି ପଦବୀ ପୂରଣ ପାଇଁ ସୋମବାର ପ୍ରାର୍ଥୀମାନଙ୍କ ସାକ୍ଷାତ୍‌କାର ଅନୁଷ୍ଠିତ ହେବ। କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହି ସାକ୍ଷାତ୍‌କାର ନେବେ। ଏଥିପାଇଁ ୧୮ଜଣ ଶର୍ଟ ଲିଷ୍ଟେଡ୍‌ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ଜଣ ରାଜ୍ୟରେ ଥିବା ବିଭିନ୍ନ ବିଶ୍ୱବିଦ୍ୟାଳୟରୁ ଆସିଥିବାବେଳେ ୬ଜଣ ରାଜ୍ୟ ବାହାର ଶିକ୍ଷାନୁଷ୍ଠାନରୁ ରହିଥିବା ଜଣାପଡ଼ିଛି। ସର୍ଚ୍ଚ କମିଟି ଦ୍ୱାରା ଯୋଗ୍ୟ ବିବେଚିତ ହୋଇ ପ୍ୟାନେଲ୍‌ରେ ଥିବା ପ୍ରାର୍ଥୀମାନେ କୁଳାଧିପତିଙ୍କ ସହ ସାକ୍ଷାତ୍‌କାର ଲାଗି ସୋମବାର ପୂର୍ବାହ୍ନ ୧୧ଟା ସୁଦ୍ଧା ରାଜଭବନରେ ପହଞ୍ଚତ୍ବା ପାଇଁ ସୂଚନା ଦିଆଯାଇଛି। ସାକ୍ଷାତ୍‌କାର ପରେ କେଉଁ ବିଶ୍ୱବିଦ୍ୟାଳୟ ଲାଗି କିଏ କୁଳପତି ଭାବେ ନିଯୁକ୍ତି ପାଇବେ ତାହା ଜଣାପଡ଼ିବ।
ସୂଚନାଯୋଗ୍ୟ, ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ସୌମେନ୍ଦ୍ର ମୋହନ ପଟ୍ଟନାୟକ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁଳପତି ପଦ୍ମଜା ମିଶ୍ର, ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର କୁଳପତି ଅମରେନ୍ଦ୍ର ନାରାୟଣ ମିଶ୍ର, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳପତି ଅତନୁ କୁମାର ପତି, ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳପତି ମଧୁମିତା ଦାସ ଓ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଦୀପ କୁମାର ଚାନ୍ଦଙ୍କ କାର୍ଯ୍ୟକାଳ ପ୍ରାୟ ୮ ମାସ ତଳୁ ସରିଯାଇଛି। କିନ୍ତୁ ସେମାନଙ୍କ ଉତ୍ତରାଧିକାରୀ ଚୟନ କରାଯାଇ ନ ଥିବା ଯୋଗୁ କୁଳାଧିପତିମାନଙ୍କ କାର୍ଯ୍ୟକାଳ ବାରମ୍ବାର ବଢ଼ା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri