ଚାଷ ଜମିରେ ଲୁଣାପାଣି : ଚାଷୀଙ୍କ ଆନ୍ଦୋଳନ

ମହାକାଳପଡା,୨୪ା୬(ଡି.ଏନ୍‌.ଏ.): ମହାକାଳପଡା ବ୍ଲକ ଖରିନାସୀ ପଞ୍ଚାୟତ ଅନ୍ତର୍ଗତ ବାରଶହ ଏକର ଅଞ୍ଚଳ ଚାଷ ଜମି ପାର୍ଶ୍ୱରେ ଚିଙ୍ଗୁଡି ବ୍ୟବସାୟୀମାନେ ବେଆଇନ ଭାବେ ଘେରି ନିର୍ମାଣ କରିଛନ୍ତି। ଘେରିର ଲୁଣାଜଳ ଚାଷ ଜମିରେ ପ୍ରବେଶ କରାଉଛନ୍ତି। ଫଳରେ ଚାଷ ଜମିଗୁଡିକ ନଷ୍ଟ ହେଉଛି। ଏନେଇ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବାରୁ ପ୍ରତିବାଦରେ ଚାଷୀମାନେ ରବିବାର ଖରିନାସୀପ୍ରଭାକରପୂର ପୂର୍ତ୍ତବିଭାଗ ରାସ୍ତାକୁ ଓଁକାର ମନ୍ଦିରଠାରେ ରାସ୍ତାରୋକୋ କରିଥିଲେ। ସେମାନେ ରାସ୍ତାରେ ଟାୟାର ଜାଳି ପ୍ରତିବାଦ କରିବାରୁ ଦୁଇଘଣ୍ଟା ପର୍ଯ୍ୟନ୍ତ ଯାତାୟାତ ଠପ୍‌ ହୋଇଯାଇଥିଲା। ଖବରପାଇ ଜମ୍ବୁ ମେରାଇନ୍‌ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଚାଷୀଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା।
ସୂଚନାଯୋଗ୍ୟ, ଖରିନାସୀ ଅନ୍ତର୍ଗତ ବାରଶହ ଏକର ଅଞ୍ଚଳରେ ବେଆଇନ ଭାବେ ବହୁ ପରିମାଣରେ ଚିଙ୍ଗୁଡିଘେରି ନିର୍ମାଣ କରାଯାଇଛି। ଖରାଦିନେ ଘେରୀରେ ଥିବା ଲୁଣା ଜଳକୁ ଚାଷ ଜମିରେ ପ୍ରବେଶ କରାଇ ଧାନ ତଳି ନଷ୍ଟ କରାଯାଉଛି। ଏନେଇ ଚଳିତ ବର୍ଷ ଫେବୃୟାରୀରେ ସ୍ଥାନୀୟ ଅଞ୍ଚଳର ଚାଷୀ ତତ୍କାଳୀନ କେନ୍ଦ୍ରାପଡ଼ା ଜିଲାପାଳ ଦାଶରଥି ଶତପଥୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହି ଘଟଣାର ସରଜମିନ ତଦନ୍ତ କରି ସମାଧାନ କରିବାକୁ ସେତେବେଳେ ଜିଲାପାଳ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ତହସିଲଦାର ଘଟଣାସ୍ଥଳରେ ପହଞ୍ଚତ୍ ଏହାର ତଦନ୍ତ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନ ଥିଲେ। ଏହାପରେ ପୁନର୍ବାର ଲୁଣା ପାଣି ପଶି ଚାଷ ଜମି ନଷ୍ଟ ହେବାରୁ ଚାଷୀମାନେ ଆନ୍ଦୋଳନ କରିଛନ୍ତି । ଖରିନାସୀ-ଟୁବି ଗଳିଆ ନଦୀ ଘେରୀବଂନ୍ଧର ୧ ନଂ କଲଭର୍ଟରେ ଲୁଣାପାଣି ଛଡାଯାଇଛି ବୋଲି ସେମାନେ ଅଭିଯୋଗ କରିଛନ୍ତି। ତୁରନ୍ତ ଏହି ସମସ୍ୟାର ସମାଧାନ କରିବାକୁ ସେମାନେ ଦାବି କରିଛନ୍ତି।
ଏହି ଆନ୍ଦୋଳନରେ ଓ୍ବାର୍ଡ ସଭ୍ୟ କଲ୍ୟାଣ ରାୟଙ୍କ ନେତୃତ୍ୱରେ ମିଳନ ମଣ୍ଡଳ, ଭବେନ ମଣ୍ଡଳ, ବିଶ୍ୱନାଥ ସରକାର, ଊର୍ମିଳା ଗୋସ୍ବାମୀ ଓ ମନୋଜ ମଣ୍ଡଳ ସମେତ ୧୦୦ରୁ ଊର୍ଦ୍ଧ୍ୱ ଚାଷୀ ସାମିଲ ହୋଇଥିଲେ। ଏନେଇ ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ବଡ ଧରଣର ଆନ୍ଦୋଳନ କରାଯିବ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri