ମାଡ଼ିଗଲା ଡମ୍ପର: ୬ ମୃତ

ନୟାଗଡ଼ ଅଫିସ,୨୫ା୧୧: ନୟାଗଡ଼ ଜିଲା ଶରଣକୁଳଠାରେ ମଙ୍ଗଳବାର ଏକ ଡମ୍ପର ପୃଥକ୍‌ ସ୍ଥାନରେ ଦୁର୍ଘଟଣା ଘଟାଇଛି। ଏଥିରେ ୬ଜଣଙ୍କର ମୃତ୍ୟୁ ଘଟିଛି। ସେମାନେ ହେଲେ ଶରଣକୁଳ ଗୁଡିଆସାହିର ରାଜେଶ ମହାପାତ୍ର (୧୭), ସୁଆରସାହିର ନୀଳକଣ୍ଠ ମହାରଣା (୮୦) ଓ ନାତୁଣୀ କାଜଲ ମହାରଣା (୧୫), ନରେନ୍ଦ୍ରପୁରର ସୁବାସିନୀ ସାହୁ (୪୨), ସରୋଜିନୀ ସାହୁ (୩୫) ଓ ପଦ୍ମଲୋଚନ ସାହୁ (୩୦)। ଏହା ଜଣାପଡିବା ପରେ ଶରଣକୁଳରେ ଉତ୍ତେଜନା ଦେଖାଦେଇଥିଲା। ଲୋକେ ନୟାଗଡ଼-ଓଡ଼ଗଁା ରାସ୍ତାରେ ମୃତଦେହ ରଖି ଅପରାହ୍ନ ୩ଟାରୁ ରାସ୍ତାରୋକୋ କରିଥିଲେ। ଏହି ସୁଯୋଗରେ ଦୁର୍ଘଟଣା ଘଟାଇଥିବା ଡମ୍ପର ଡ୍ରାଇଭର ଫେରାର ହୋଇଯାଇଥିଲେ। ଶରଣକୁଳ ଥାନା ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲା। ହେଲେ ଦୀର୍ଘ ସମୟ ଧରି ପ୍ରଶାସନିକ ଅଧିକାରୀ ନ ପହଞ୍ଚତ୍ବାରୁ ଉତ୍ତେଜନା ବଢ଼ିଥିଲା। ସନ୍ଧ୍ୟା ସାଢ଼େ ୬ଟାରେ ନୟାଗଡ଼ ଉପଜିଲାପାଳ ଲଗ୍ନଜିତ ରାଉତରାୟ ଓ ଓଡଗଁା ତହସିଲଦାର ବିଜୟିତା ସାମନ୍ତସିଂହାର ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ। ଅଧିକାରୀମାନେ ପ୍ରତି ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡରୁ ୨ଲକ୍ଷ ଓ ରେଡ୍‌କ୍ରସରୁ ୨୦ହଜାର ଟଙ୍କା ଲେଖାଏ ଦେବାକୁ ପ୍ରତିଶ୍ରୁତି ଦେବା ପରେ ରାତି ସାଢ଼େ ୧୦ଟାରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।
ସୂଚନା ଅନୁସାରେ ଆର୍‌କେଡି କନ୍‌ଷ୍ଟ୍ରକ୍‌ଶନର ୩ଟି ଡମ୍ପର ଆଗପଛ ହୋଇ ଅପରାହ୍ନରେ ଶରଣକୁଳ ରାସ୍ତା ଅତିକ୍ରମ କରୁଥିଲେ। ୩ୟ ଡମ୍ପରଟି (ନଂ.ଓଡି୦୨ଇ-୬୧୬୫) ପ୍ରଥମେ ନରେନ୍ଦ୍ରପୁର ନିକଟରେ ସୁବାସିନୀ ଓ ସରୋଜିନୀଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ସେମାନଙ୍କ ଜୀବନ ଚାଲିଯାଇଥିଲା। ପରେ ଡମ୍ପରଟି ଶରଣକୁଳ ପାନ୍ଥଶାଳାଠାରେ ସୁଆର ସାହିଠାରେ ଅନ୍ୟ ୪ଜଣଙ୍କୁ ଧକ୍କା ଦେଇଥିଲା। ପଦ୍ମଲୋଚନ ନିର୍ମାଣ କାର୍ଯ୍ୟ ଚାଲୁଥିବା ରାସ୍ତାରେ ଏବଂ ନୀଳକଣ୍ଠ ଓ ନାତୁଣୀ କାଜଲ ଘର ସମ୍ମୁଖରେ ଠିଆ ହୋଇଥିଲେ। ଗୁଡିଆସାହିର ରାଜେଶ ମହାପାତ୍ର ଚାଲିକରି ଯାଉଥିଲେ। କାଜଲଙ୍କୁ ଛାଡିଦେଲେ ୩ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇସାରିଥିଲା। କାଜଲଙ୍କୁ ଗୁରତର ଅବସ୍ଥାରେ ଶରଣକୁଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏଭଳି ସ୍ଥିତିରେ ଆଗରେ ଯାଉଥିବା ୨ୟ ଡମ୍ପରଟି ଲୋକଙ୍କ ରୋଷର ଶିକାର ହୋଇଥିଲା। ଏହାର ଡ୍ରାଇଭର ମାଡ଼ ଖାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଡମ୍ପର ଓ ବାଇକ୍‌ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri