ଆଇଏଫ୍‌ଏସ୍‌ ଅଫିସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ):ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଏଫ୍‌ଏସ୍‌ ଅଫିସର ତଥା ରାଜ୍ୟ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଓଡ଼ିଶା ସମେତ ୪ ରାଜ୍ୟରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ସମ୍ପତ୍ତି ଯାଞ୍ଚ କରିଛି। ଭୁବନେଶ୍ୱରର ୫ ସ୍ଥାନ, ମୁମ୍ବାଇ ଓ ପୁଣେର ୭ ସ୍ଥାନ ସମେତ ବିହାର ଓ ରାଜସ୍ଥାନର ଏକାଧିକ ସ୍ଥାନରେ ଚଢ଼ାଉ କରାଯାଇଛି। ଏଥିରେ ରାଜ୍ୟ ଭିଜିଲାନ୍ସର ୧୫୦ରୁ ଊର୍ଦ୍ଧ୍ୱ ଅଧିକାରୀ ସାମିଲ ଥିଲେ। ଯାଞ୍ଚବେଳେ ବିପୁଳ ଆୟବହିର୍ଭୂତ ସମ୍ପତ୍ତି ମିଳିଥିବା ସୂଚନା ମିଳିଛି।
ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ବିପୁଳ ପରିମାଣର ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନ୍ସରେ ଅଭିଯୋଗ ହୋଇଥିଲା। ଏହାକୁ ଆଧାର କରି କୋର୍ଟ ଦେଇଥିବା ନିର୍ଦ୍ଦେଶ୍ରକ୍ରମେ ଭିଜିଲାନ୍ସ ଡିଭିଜନ ପକ୍ଷରୁ ବୁଧବାର ସକାଳୁ ତାଙ୍କ ଭୁବନେଶ୍ୱରସ୍ଥିତ ଘର ଓ ଅଫିସ ସମେତ ୫ ସ୍ଥାନରେ ଚଢାଉ କରାଯାଇଥିଲା। ସେହିପରି ଅନ୍ୟ ରାଜ୍ୟରେ ମଧ୍ୟ ଏକକାଳୀନ ଚଢ଼ାଉ ହୋଇଥିଲା। ଚଢ଼ାଉ ସ୍ଥାନ ମଧ୍ୟରେ ତାଙ୍କ ଅଫିସ, ସରକାରୀ ବାସଭବନ, ପୈତୃକ ଘର ଓ ସମ୍ପର୍କୀୟ ଅନ୍ତର୍ଭୁକ୍ତ। ତେବେ ଚଢାଉ ଜାରି ରହିଥିବାରୁ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯାଇନାହିଁ।
ସୂଚନାଯୋଗ୍ୟ, କଛିଦିନ ପୂର୍ବରୁ ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରାଯାଇଥିଲା। ଯାଞ୍ଚରୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବାର ପ୍ରମାଣ ମିଳିବା ପରେ ତାଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ଏବେ ଆଉଜଣେ ବଡ଼ବାବୁଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଥିବାରୁ ସେ କେଉଁସବୁ ଦୁର୍ନୀତିରେ ସମ୍ପୃକ୍ତ ଅଛନ୍ତି ତାହାର ଖୋଳତାଡ଼ ଆରମ୍ଭ କରିଛି ଭିଜିଲାନ୍ସ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri