ପଟ୍ଟଚିତ୍ର,ଦିଆସିଲି କାଠି ଓ କାଗଜରେ ନାଗାର୍ଜୁନ ବେଶ

ପୁରୀ ଅଫିସ,୨୬ା୧୧:ଦିନକ ପରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ଏହି ବେଶକୁ ପଟ୍ଟଚିତ୍ରରେ ଦେଖାଇବାକୁ ଚେଷ୍ଟା କରିଛନ୍ତି ଶିଳ୍ପୀ ପଙ୍କଜ ବେହେରା। ପଙ୍କଜ କହିଛନ୍ତି, କରୋନା କଟକଣା ଯୋଗୁ ଏଥର ଶ୍ରଦ୍ଧାଳୁ ନାଗାର୍ଜୁନ ବେଶ ଦେଖିପାରିବେ ନାହିଁ। ତେଣୁ ପଟ୍ଟଚିତ୍ରରେ ଅବିକଳ ଏହି ବେଶ କରିବାକୁ ମନସ୍ଥ କଲି। ମହାପ୍ରଭୁଙ୍କ ଆଶୀର୍ବାଦରୁ ୭ମାସ ମଧ୍ୟରେ ବଡ଼ ବଡ଼ ୫ଟି ପଟ୍ଟଚିତ୍ର ପ୍ରସ୍ତୁତ କରିଛି। ଏହାକୁ ପଟ୍ଟଚିତ୍ର ସେଣ୍ଟର ସଂଗ୍ରହାଳୟରେ ରଖାଯାଇଛି। ବର୍ଷତମାମ୍‌ ଯେ କେହି ଏହାକୁ ଦେଖି ପାରିବେ। ସୂଚନାଥାଉ କି, ପଙ୍କଜ ମହାପ୍ରଭୁଙ୍କର ଶହ ଶହ ପେଣ୍ଟିଂ ତିଆରି କରିଛନ୍ତି। ପୁରୀ ଗସ୍ତରେ ଆସିଥିବା ଭାରତର ଏକାଧିକ ପୂର୍ବତନ ରାଷ୍ଟ୍ରପତି ଏବଂ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟି ସ୍ବରୂପ ସରକାରଙ୍କ ପକ୍ଷରୁ ପଙ୍କଜଙ୍କ କଳାକୃତି ପ୍ରଦାନ କରାଯାଇଛି।
ସେହିପରି ପୁରୀ କୁମ୍ଭାରପଡ଼ାର ଶାଶ୍ୱତ ରଞ୍ଜନ ସାହୁ ଦିଆସିଲି କାଠିରେ ତିଆରି କରିଛନ୍ତି ଶ୍ରୀଜଗନ୍ନାଥଙ୍କ ନାଗାର୍ଜୁନ ବେଶ। ସେ ଏହି ବେଶକୁ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କୁ ଭେଟିଦେବା ପାଇଁ ଇଚ୍ଛା ରଖିଛନ୍ତି। ଏ ସମ୍ପର୍କରେ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ର ଶାଶ୍ୱତ କହିଛନ୍ତି, ପିଲାଟି ଦିନରୁ ଚିତ୍ର କଳା ପ୍ରତି ଆଗ୍ରହ ରହିଛି। ପୂର୍ବରୁ ଦିଆସିଲି କାଠିରେ ମହାପ୍ରଭୁଙ୍କ ପ୍ରତିମୂର୍ତ୍ତି ତିଆରି କରିଥିବାରୁ ନାଗାର୍ଜୁନ ବେଶ କରିବାକୁ ଆଗ୍ରହ ହେଲା। ୩,୬୩୫ ଦିଆସିଲି କାଠି ଏବଂ ଅଠା ବ୍ୟବହାର କରି ୨୯ ଇଞ୍ଚ ଉଚ୍ଚତା ଓ ୨୬ ଇଞ୍ଚ ଚଉଡ଼ା ବିଶିଷ୍ଟ ଏହି ପ୍ରତିମୂର୍ତ୍ତି ତିଆରି କରିଛି। ଏଥିପାଇଁ ତାଙ୍କୁ ୧୧ ଦିନ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri