ପାରିବାରିକ କଳହକୁ କେନ୍ଦ୍ର କରି ତଣ୍ଟି କାଟିଦେଲେ ଯୁବକ

ଛେଣ୍ଡିପଦା,୨୬ା୧୧(ଡି.ଏନ.ଏ.)- ଛେଣ୍ଡିପଦା ଥାନା ବରସାହି ପଞ୍ଚାୟତ ରଙ୍ଗମାଟିଆ ସାହିର ଖକନ ବେହେରା(୪୭) ଗୁରୁବାର ନିଜ ଘର ପୋଡ଼ିଦେବା ସହ ତଣ୍ଟି କାଟି ଗୁରୁତର ହେବା ଚର୍ଚ୍ଚାର ବିଷୟ ହୋଇଛି। ପାରିବାରିକ କଳହକୁ କେନ୍ଦ୍ରକରି ଖକନ ଏପରି କରିଥିବା ପୋଲିସ ସୂଚନା ଦେଇଛି।
ବାଗଡ଼ିଆ ଫାଣ୍ଡି ଅଧିକାରୀ ଅବଦୁଲ୍‌ ଓ୍ବାସିମ ଖାନ କହିଛନ୍ତି, ପୂର୍ବାହ୍ନ ୯ଟାରେ ଖକନ ନିଜ ଘରେ ନିଅଁା ଲଗାଇଦେବା ପରେ ଏକ କଟୁରିରେ ତଣ୍ଟି ଓ ପେଟକୁ କାଟି ଦୌଡ଼ି ପଳାଇ ଯାଇଥିଲେ। ଖବରପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସରପାଳଠାରେ ଖକନ ଗୁରୁତର ଅବସ୍ଥାରେ ଦୀର୍ଘ ସମୟ ଧରି ପଡିରହିଥିଲେ ମଧ୍ୟ ସ୍ଥାନୀୟ ଲୋକେ ସହାୟତା କରି ନ ଥିଲେ। ପରେ ଥାନା ଗାଡ଼ି ନେଇ ସେ ଖକନଙ୍କୁ ଉଦ୍ଧାର କରି ହସ୍ପିଟାଲ ଆଣିଥିଲେ। ଏପରି କି ଉଦ୍ଧାର ସମୟରେ ଉପସ୍ଥିତ ଜନସାଧାରଣ ସହଯୋଗ କରି ନ ଥିଲେ। ଛେଣ୍ଡିପଦା ଥାନାର କେତେଜଣ କର୍ମଚାରୀ ଡାକ୍ତରଖାନା ପହଞ୍ଚି ଖକନଙ୍କୁ ଆଶୁ ଚିକିତ୍ସା ବିଭାଗରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ସମ୍ପୃକ୍ତ ଯୁବକଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ଛେଣ୍ଡିପଦା ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବାବେଳେ ପୋଲିସ ନିଜଆଡୁ ଘଟଣାର ତଦନ୍ତ କରୁଥିବା ଫାଣ୍ଡି ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri