ମୁଲତବୀ ଆଲୋଚନା ଏଣିକି ୯୫ ମିନିଟ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଧାନସଭାରେ ମୁଲତବୀ ପ୍ରସ୍ତାବ ଆଲୋଚନା ପାଇଁ ସମୟ ନିର୍ଘଣ୍ଟ ପbନଃନିର୍ଦ୍ଧାରଣ ହୋଇଛି। ୯୦ମିନିଟ୍‌ ପରିବର୍ତ୍ତେ ଏଣିକି ମୁଲତବୀ ଆଲୋଚନା ୯୫ ମିନିଟ କରିବାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ଘୋଷଣା କରିଛନ୍ତି। ବିରୋଧୀ ଦଳ ସଦସ୍ୟଙ୍କ ପକ୍ଷରୁ ବିଭିନ୍ନ ପ୍ରସଙ୍ଗରେ ଗୃହକୁ ଆସୁଥିବା ମୁଲତବୀ ପ୍ରସ୍ତାବ ଉପରେ ମୋଟ ୯୫ ମିନିଟ ଆଲୋଚନା ହେବ। ଗୁରୁବାର ପୂର୍ବାହ୍ନରେ ଅନୁଷ୍ଠିତ ସର୍ବଦଳୀୟ ବୈଠକର ନିଷ୍ପତ୍ତି ଅନୁଯାୟୀ ଗୃହକୁ ସୂଚନା ଦେଇ ବାଚସ୍ପତି କହିଥିଲେ, ଚଳିତ ଅଧିବେଶନରେ ଏବେ ପୂର୍ବାହ୍ନ ୧୧ଟା ୨୫ ମିନିଟ୍‌ରୁ ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ଆରମ୍ଭ ହେବ। ବିଭାଗୀୟ ମନ୍ତ୍ରୀ ପ୍ରସ୍ତାବ ଆଲୋଚନା ଆରମ୍ଭ ଓ ଶେଷକୁ ମିଶାଇ ମୋଟ ୧୫ ମିନିଟ୍‌ରେ ନିଜ ଉତ୍ତର ରଖିବେ। ସେହିଭଳି ବିରୋଧୀ ଦଳ ସଦସ୍ୟଙ୍କ ପାଇଁ ମୋଟ ୬୫ମିନିଟ ଏବଂ ଶାସକ ଦଳର ସଦସ୍ୟଙ୍କୁ ୧୫ ମିନିଟ ସମୟ ଦିଆଯିବ। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ମୁଲତବୀ ପ୍ରସ୍ତାବ ଆଲୋଚନା ସମାପ୍ତ କରିବା ପାଇଁ ସମସ୍ତ ସଦସ୍ୟ ସହଯୋଗ କରିବାକୁ ବାଚସ୍ପତି କହିଛନ୍ତି। ବୁଧବାର ବିଧାନସଭାରେ ବିରୋଧୀ ଦଳ ପକ୍ଷରୁ ଆଗତ ହୋଇଥିବା ମୁଲତବୀ ପ୍ରସ୍ତାବ ଆଲୋଚନା ବେଳେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସମୟ ଅଭାବ ଯୋଗୁ ଅସନ୍ତୋଷ ବ୍ୟକ୍ତ କରି କକ୍ଷତ୍ୟାଗ କରିଥିଲେ। ତାଙ୍କ ସହ କଂଗ୍ରେସର ଅନ୍ୟ ସଦସ୍ୟ ମଧ୍ୟ ଆଲୋଚନା ଅଧାରୁ ଗୃହ ଛାଡ଼ିଥିଲେ। ନିର୍ଦ୍ଧାରିତ ୯୦ମିନିଟ୍‌ ସମୟରୁ ଭାଜପାର ୪ଜଣ ସଦସ୍ୟ ୫୦ ମିନିଟ କହିଥିବାବେଳେ କଂଗ୍ରେସ ସଦସ୍ୟଙ୍କୁ ୩୦ମିନିଟ୍‌ ଦେବାକୁ ସର୍ତ୍ତ ରଖି ନରସିଂହ ଆଲୋଚନା ଆରମ୍ଭ କରିଥିଲେ। ହେଲେ ୧୬ ମିନିଟ୍‌ କହିବା ପରେ ବାଚସ୍ପତି ତାଙ୍କୁ ବକ୍ତବ୍ୟ ଶେଷ କରିବାକୁ କହିଥିଲେ। ଫଳରେ ଗୃହରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଗୁରୁବାରଠାରୁ ମୁଲତବୀ ପ୍ରସ୍ତାବ ଆଲୋଚନା ପାଇଁ ସମୟସୀମା ଧାର୍ଯ୍ୟ ହେବ ବୋଲି ବାଚସ୍ପତି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri