ନାଗାର୍ଜୁନ ବେଶରେ ଝଲସୁଛନ୍ତି ମହାପ୍ରଭୁ

ପୁରୀ ଅଫିସ,୨୭।୧୧: ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଦୁର୍ଲଭ ନାଗାର୍ଜୁନ ବେଶକୁ ନେଇ ଚାଲଥିବା ଚର୍ଚ୍ଚା, ଆଲୋଚନାରେ ବି ପୂର୍ଣ୍ଣଛେଦ ପଡିଛି। ବୀର ବେଶରେ ସଜେଇ ହୋଇଛନ୍ତି ମହାପ୍ରଭୁ । ଝଲସିଉଠୁଛି ଶ୍ରୀମନ୍ଦିର ରତ୍ନସିଂହାସନ। କିନ୍ତୁ ବିଡ଼ମ୍ବନା ଦୀର୍ଘ ୨୫ ବର୍ଷ ପରେ ପଡିଥିବା ଏହି ଦିବ୍ୟ ବେଶକୁ ଦେଖିପାରୁନାହାନ୍ତି ଭକ୍ତ। କରୋନା ମହାମାରୀ ଟାଣିଛି ଲକ୍ଷ୍ମଣରେଖା। ଭକ୍ତଙ୍କୁ ସିଂହଦ୍ୱାର ମନା । ୧୪୪ ଧାରା ନିୟମକୁ ଉଲ୍ଲଂଘନ ନ କରି କିଏ ଘରେ ଥାଇ ତ ପୁଣି କେହି ବଡ଼ଦାଣ୍ଡର କଟକଣା ବ୍ୟାରିକେଡ ବାହାରେ ଠିଆ ହୋଇ ମହାପ୍ରଭୁଙ୍କୁ ପ୍ରାର୍ଥନା କରୁଛନ୍ତି । ତେବେ ଏହା ଭିତରେ ମହାପ୍ରଭୁଙ୍କ ନୀତିକାନ୍ତିରେ ବହୁ ବିଳମ୍ବ ଘଟିଛି । ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ପ୍ରାୟ ୩ ଘଣ୍ଟା ବିଳମ୍ବରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ସରିଛି। ଏଥିପାଇଁ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ସହରର ବିଭିନ୍ନ ସ୍ଥାନରେ ୨୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିବା ବେଳେ କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ ସିଂଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ହୋଇଛି ।
ଗୁରୁବାର ରାତି ୪ଟା ୧୦ରେ ହରଚଣ୍ଡୀସାହିସ୍ଥିତ ଚକ୍ରକୋଟ ବଳରାମ ଖୁଣ୍ଟିଆଙ୍କ ଘରୁ ବେଶ ଶ୍ରୀମନ୍ଦିରକୁ ବିଜେ କରିଥିଲା । ଭୋର ୪ଟା ୩୫ରେ ଅବକାଶ ପୂଜା ସରିଥିବା ବେଳେ ନାଗାର୍ଜୁନ ବେଶ ପାଇଁ ଆରମ୍ଭ ହୋଇଥିଲା ପ୍ରକ୍ରିୟା । ମାତ୍ର ସୁନା ଅଳଙ୍କାର ମଣତିକୁ ନେଇ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ସକାଳ ୭ଟାରେ ଶେଷ ହେବାକୁ ଥିବା ନାଗାର୍ଜୁନ ବେଶ ପୂର୍ବାହ୍ନ ୧୦ଟା ୧୫ରେ ସରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri