ପରୀ ପାଇଁ ରାଜରାସ୍ତାକୁ ଓହ୍ଲାଇଲା ବାଲେଶ୍ବର ଭାଜପା ମହିଳାମୋର୍ଚ୍ଚା

ବାଲେଶ୍ୱର ଅଫିସ, ୨୭।୨୨: ବହୁ ଚର୍ଚ୍ଚିତ ନୟାଗଡ଼ ପରୀ ଅପହରଣ ଓ ହତ୍ୟାକାଣ୍ଡ ମାମଲାରେ ମନ୍ତ୍ରୀ ଅରୁଣ ସାହୁ ଜଡିତ ଥିବା ଅଭିଯୋଗକରି ବାଲେଶ୍ୱର ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ଜିଲା ମହିଳାମୋର୍ଚ୍ଚା ସଭାପତି କମଳା ବିନ୍ଧାଣୀଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବାବୁଲା ନାୟକଙ୍କୁ ମନ୍ତ୍ରୀ ସାହୁ ଘଣ୍ଟ ଘୋଡାଇବା ସହ ସୁରକ୍ଷା ଦେଉଥିବା ମୋର୍ଚ୍ଚାର କର୍ମକର୍ତ୍ତାମାନେ ଆରୋପ ଉଠାଇଛନ୍ତି । ଅନ୍ୟପକ୍ଷେ ଘଟଣାକୁ ଚପାଇଦେବା ପାଇଁ ସ୍ଥାନୀୟ ସରପଞ୍ଚଙ୍କୁ ମନ୍ତ୍ରୀ ଧମକ ଦେଉଥିବା ଅଡିଓ ଭାଇରାଲ ହୋଇଛି । ଏଣୁ ମୁଖ୍ୟ ଅଭିଯୁକ୍ତ ବାବୁଲା ନାୟକଙ୍କୁ ଗିରଫ ସହ ମନ୍ତ୍ରୀ ପଦରୁ ଅରୁଣ ସାହୁଙ୍କୁ ବହିଷ୍କାର ପାଇଁ ମହିଳା ମୋର୍ଚ୍ଚା ପକ୍ଷରୁ ଦାବି କରାଯାଇଛି । ଏହି ମାମଲାର ତଦନ୍ତ ଦାୟିତ୍ୱ ସିବିଆଇକୁ ହସ୍ତାନ୍ତର ପାଇଁ ସେମାନେ ଦାବି କରିଛନ୍ତି । ଏହି ଅବସରରେ ମୋର୍ଚ୍ଚାର କର୍ମୀମାନେ ମନ୍ତ୍ରୀ ଅରୁଣ ସାହୁଙ୍କ ପୋଷ୍ଟର ପୋଡ଼ି ବିରୋଧ ପ୍ରଦର୍ଶନ କରିଥିଲେ ।
କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସମ୍ପାଦିକା ସିପ୍ରା ବାଜପେୟୀ, ରାଜ୍ୟ କାର୍ଯ୍ୟକାରିଣୀ ସସଶ୍ୟା ଶୋଭନା ମହାନ୍ତି, ନଗର ମହିଳାମୋର୍ଚ୍ଚା ସଭାପତି ପିଙ୍କି ପ୍ରଧାନ, ସୁମତି ରାଣି ଦେ, ବିଷ୍ଣୁପ୍ରିୟା ଅଧିକାରୀ, ଜୁବୁଲି ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri