ମଇଁଷି ପଲ ଉପରେ ଚଢିଗଲା ଟ୍ରେନ : ୩୧ ମଇଁଷି ମୃତ

ଢେଙ୍କାନାଳ ଅଫିସ, ୨୭।୧୧-ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ଯୋରନ୍ଦା ରୋଡ୍‌ ରେଳଷ୍ଟେଶନ ନିକଟରେ ଶୁକ୍ରବାର ଅପରାହ୍ନ ୩ଟା ୧୧ରେ ଛାତିଥରା ଦୁର୍ଘଟଣା ଘଟିଛି। ଭୁବନେଶ୍ୱର-ରାଉରକେଲା ଇଣ୍ଟରସିଟି ଧକ୍କାରେ ୩୧ ମଇଁଷିଙ୍କ ମୃତ୍ୟୁ ଘଟିଛି। ମଇଁଷି ମୃତଦେହ ରେଳଧାରଣା ଉପରେ ପଡ଼ି ରହିବାରୁ ପ୍ରାୟ ୪୦ ମିନିଟ୍‌ ଧରି ଟ୍ରେନ୍‌ ଅଟକି ରହିଥିଲା। ରେଳ କର୍ମଚାରୀ ପହଞ୍ଚତ୍ ମଇଁଷିଙ୍କୁ ହଟାଇବା ପରେ ଟ୍ରେନ୍‌ ଚଳାଚଳ ସ୍ବାଭାବିକ ହୋଇଥିଲା।
ସୂଚନାଯୋଗ୍ୟ, ଗୋବିନ୍ଦପୁର ଗ୍ରାମର ସନ୍ତୋଷ ସ୍ବାଇଁ ନାମକ ଜଣେ ଚାଷୀ ଋଣ କରି ମଇଁଷି ପାଳିଥିଲେ। ସବୁଦିନ ଭଳି ଶୁକ୍ରବାର ସକାଳେ ସେ ମଇଁଷି ପଲକୁ ଚରାଇବାକୁ ଘର ନିକଟ ଜଙ୍ଗଲକୁ ନେଇଥିଲେ। ମଇଁଷିଙ୍କୁ ଚରାଇ ଘରକୁ ଆଣୁଥିବାବେଳେ ଏକ ଛୁଆ ମଇଁଷି ପଲରୁ ବାହାରି ଯୋରନ୍ଦାରୋଡ୍‌ ଷ୍ଟେଶନ ମନ୍ଦିର ନିକଟ ରେଳ ଧାରଣା ଉପରକୁ ପଳାଇ ଆସି ରଡ଼ି କରିଥିଲା। ଏହାକୁ ଦେଖି ମା’ ମଇଁଷି ମଧ୍ୟ ବୋବାଇଥିଲା। ଫଳରେ ପୂରା ପଲ ରେଳ ଧାରଣା ଉପରକୁ ଉଠି ଆସିଥିଲା। ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ଇଣ୍ଟରସିଟି ସେମାନଙ୍କ ଉପରେ ମାଡ଼ିଯାଇଥିଲା। ଟ୍ରେନ୍‌ ଧକ୍କା ଏତେ ଜୋର୍‌ ଥିଲା ଯେ, ଧାରଣା ସମେତ ନିକଟବର୍ତ୍ତୀ ଅଞ୍ଚଳରେ ମଇଁଷିଗୁଡ଼ିକ ଛିଟିକି ପଡ଼ିଥିଲେ। ଫଳରେ ଘଟଣା ସ୍ଥଳରେ ହିଁ ସେମାନଙ୍କ ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣାରେ ସନ୍ତୋଷଙ୍କ ୨୯ ଏବଂ ସ୍ଥାନୀୟ ଅଞ୍ଚଳର ଅନ୍ୟ ଜଣେ ବ୍ୟକ୍ତିଙ୍କ ୨ଟି ମଇଁଷିଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନ୍ୟ ୨ଟି ଗୁରୁତର ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri