ବିଧାନସଭା ଆଗରେ ୩ ଚାଷୀଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କଡ଼ା ସୁରକ୍ଷା ବଳୟ ଭେଦ କରି ବିଧାନସଭା ଆଗରେ ପୁଣି ଆତ୍ମାହୁତି ଉଦ୍ୟମ। ଗତ ମଙ୍ଗଳବାର ନୟାଗଡ଼ ପରୀ ହତ୍ୟା ମାମଲାରେ ତାଙ୍କ ବାପା ଓ ମା’ ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ କରିଥିବାବେଳେ ଶୁକ୍ରବାର ଆଉଏକ ଘଟଣା ଘଟିଛି। ଅଧିବେଶନ ଚାଲିଥିବା ସମୟରେ ୩ଜଣ ଚାଷୀ ବିଧାନସଭା ମୁଖ୍ୟ ଗେଟ୍‌ ନିକଟରେ ପହଞ୍ଚତ୍ ଋଣ ଜାଲିଆତିର ନ୍ୟାୟ ଦାବି କରିଥିଲେ। ସମବାୟ ବ୍ୟାଙ୍କରୁ ଋଣ ନେଇ ନ ଥିଲେ ମଧ୍ୟ ସେମାନଙ୍କ ଖାତାରୁ ଲକ୍ଷାଧିକ ଟଙ୍କାର ଋଣ ଉଠା ଯାଇଛି। ଏନେଇ କାର୍ଯ୍ୟାଳୟରୁ କାର୍ଯ୍ୟାଳୟ ବୁଲି ଚପଲ ଛିଡି ଗଲାଣି, ହେଲେ
ପ୍ରଶାସନ ପକ୍ଷରୁ କୌଣସି ସମାଧାନ କରାଯାଉନାହିଁ। ଆମେ ଗରିବ ଲୋକ, କେମିତି ୩ ରୁ ୪ଲକ୍ଷ ଟଙ୍କା ଶୁଝିବୁ। ଆପଣଙ୍କ ଗୋଡ଼ ଧରୁଛୁ ଆମକୁ ମରିବାକୁ ଦିଅ। କାନ୍ଦି କାନ୍ଦି ଏମିତି କହୁଥିବା ସମୟରେ ସେମାନେ ଦେହରେ କିରୋସିନ ଢାଳି ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ। ତେବେ ସେଠାରେ ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ ସେମାନଙ୍କୁ କାବୁ କରିଥିଲା।
ସମସ୍ତଙ୍କ ଘର କଟକ ଜିଲା ଆଠଗଡ଼ ଅଞ୍ଚଳରେ। ଏମାନଙ୍କ ସହ ଶତାଧିକ ଚାଷୀ କଟକ କେନ୍ଦ୍ର ସମବାୟ ବ୍ୟାଙ୍କର ଆଠଗଡ଼ ଶାଖାରେ ହୋଇଥିବା ଋଣ ଜାଲିଆତିର ଶିକାର ହୋଇଥିଲେ। ଚାଷୀମାନେ ଋଣ କରି ନ ଥିଲେ ମଧ୍ୟ ତାଙ୍କ ନାଁରେ ଜାଲିଆତି କରାଯାଇ ଋଣ ଉଠାଯାଇଛି। କେତେଜଣ ଚାଷୀ ଅଳ୍ପ କିଛି ଟଙ୍କା ଋଣ ନେଇଥିବାବେଳେ ଲକ୍ଷାଧିକ ଟଙ୍କାର ଋଣ ବୋଝ ଲଦି ଦିଆଯାଇଛି। ଏନେଇ ଚାଷୀମାନେ ଦୀର୍ଘଦିନ ହେବ ଆନ୍ଦୋଳନ କରି ଆସୁଛନ୍ତି। ପୂର୍ବରୁ କଟକ ଜିଲାପାଳଙ୍କୁ ଅଭିଯୋଗ କରିଥିବାବେଳେ ବୁଧବାର ସମବାୟ ବ୍ୟାଙ୍କ ସାମ୍ନାରେ ହଳ, ଲଙ୍ଗଳ, ଧାନ କେଣ୍ଡା ଧରି ଧାରଣା ଦେଇଥିଲେ। ତେବେ ଶୁକ୍ରବାର ବିଧାନସଭା ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିବା ସମୟରେ ୩ଜଣ ଚାଷୀ ଆଠଗଡ ବିଧାୟକ ତଥା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ତାଙ୍କ ଭାଇ ବୀରେନ୍ଦ୍ରଙ୍କ ନାମରେ ଅଭିଯୋଗ ଆଣିଛନ୍ତି। ବୀରେନ୍ଦ୍ର କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ଥିବା ସମୟରେ କୋଟି କୋଟି ଟଙ୍କାର ଋଣ ଜାଲିଆତି କରିଥିବା ନେଇ ସେମାନେ କହିଛନ୍ତି। ତେବେ ଏ ସମ୍ପର୍କରେ ମନ୍ତ୍ରୀ ସ୍ବାଇଁଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କର ପ୍ରତିକ୍ରିୟା ମିଳିପାରିନି। ମିଳିଥିବା ସୂଚନାନୁସାରେ, ପୂର୍ବରୁ ଏହି ଜାଲିଆତି ମାମଲାରେ ୯ଜଣଙ୍କୁ ନିଲମ୍ବିତ କରାଯାଇଥିବାବେଳେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri