Posted inରାଜ୍ୟ

ଯକ୍ଷ୍ମା ନିରାକରଣ: ଓଡ଼ିଶା ଜାତୀୟସ୍ତରରେ ଦ୍ୱିତୀୟ

ଭୁବନେଶ୍ୱର, ୨୯ା୧୧(ବ୍ୟୁରୋ): ଯକ୍ଷ୍ମା ନିରାକରଣରେ ଓଡ଼ିଶା ଜାତୀୟସ୍ତରରେ ଦ୍ୱିତୀୟ ସ୍ଥାନରେ ରହିଛି। ଏନେଇ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ୨୦୧୮ରେ ଓଡ଼ିଶା ଏ କ୍ଷେତ୍ରରେ ୨୫ ର଼୍ୟାଙ୍କ୍‌ରେ ରହିଥିଲା। ରୋଗ ଚିହ୍ନଟ, ପରୀକ୍ଷଣ ସୁବିଧା ଓ ଚିକିତ୍ସାରେ ବ୍ୟାପକ ପଦକ୍ଷେପ ନିଆଯିବାରୁ ୨୦୨୦ରେ ଯକ୍ଷ୍ମା ନିରାକରଣ ପ୍ରୟାସରେ ଓଡ଼ିଶା ଭାରତରେ ଦ୍ୱିତୀୟ ର଼୍ୟାଙ୍କ୍‌ ପାଇଛି। ଏଥିସହିତ ରାଜ୍ୟର ୪ଟି ଜିଲା ଦେଶର ସମସ୍ତ ଜିଲା ମଧ୍ୟରେ ଶ୍ରେଷ୍ଠ ୧୦ ଭିତରେ ରହିଛି। ସୋନପୁର ଦ୍ୱିତୀୟ ର଼୍ୟାଙ୍କ୍‌ରେ ଥିବାବେଳେ ଦେବଗଡ଼ ତୃତୀୟ, ଜଗତ୍‌ସିଂହପୁର ପଞ୍ଚମ ଓ ବୌଦ୍ଧ ଷଷ୍ଠ ସ୍ଥାନରେ ରହିଛି। କୋଭିଡ୍‌-୧୯ ମହାମାରୀ ସତ୍ତ୍ୱେ ଏହି ପ୍ରଭାବୀ ପ୍ରଦର୍ଶନ ପାଇଁ ରାଜ୍ୟ ତଥା ଜିଲା ଯକ୍ଷ୍ମା ଦଳ (ଟିବି ଟିମ୍‌)କୁ ଅଭିନନ୍ଦନ ଜଣାଇଛି ସ୍ବାସ୍ଥ୍ୟ ବିଭାଗ। ୨୦୨୫ ସୁଦ୍ଧା ରାଜ୍ୟରୁ ଯକ୍ଷ୍ମାକୁ ସମ୍ପୂର୍ଣ୍ଣ ହଟାଇବାକୁ କେନ୍ଦ୍ର ସରକାରଙ୍କ ଏନ୍‌ଟିଇପି କାର୍ଯ୍ୟକ୍ରମର ଯାହା ଲକ୍ଷ୍ୟ ରହିଛି ତାହାକୁ ହାସଲ କରିବାକୁ ଆଶା ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri