Posted inଜାତୀୟ

ରାତି ସାରା ମୋର୍ଟାର ଶେଲିଂ ମାଡ଼ କଲା ପାକିସ୍ତାନ

ଶ୍ରୀନଗର,୨୯।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନା ଧରୁନି। ଶନିବାର ରାତ୍ର ୯ଟା ୫୦ରୁ ରବିବାର ଭୋର୍‌ ୪ଟା ୧୫ ପର୍ଯ୍ୟନ୍ତ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ସୀମାକୁ ଲକ୍ଷ୍ୟକରି ଘନ ଘନ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଏସମ୍ପର୍କରେ ରବିବାର ଭାରତୀୟ ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କାଠୁଆ ଜିଲାର ପାନସାର,ମାନୟାରୀ, ହୀରା ନଗରର କାରୋଲ କ୍ରିଷ୍ଣା ଅଞ୍ଚଳରେ ଥିବା ଗାଁ ଏବଂ ଭାରତୀୟ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ପାକସ୍ତାନୀ ସୈନ୍ୟ ବାହିନୀ ପକ୍ଷରୁ ମୋର୍ଟାର ମାଡ଼ କରାଯାଇଥିଲା। ଏହର ଜବାବରେ ଭାରତୀୟ ସେନା ପକ୍ଷରୁ ମଧ୍ୟ ଗୁଳିଗୋଳା ମାଡ଼ କରାଯାଇଥିଲା। ଗତ ୮ ମାସ ଧରି ପାକିସ୍ତାନ ଜାଣିଶୁଣି ସୀମାବର୍ତ୍ତୀ ଗାଁ ଗୁଡ଼ିକୁୂ ଟାର୍ଗେଟ୍‌ କରୁଥିବାରୁ ସ୍ଥାନୀୟ ବାସିନ୍ଦା ଆତଙ୍କିତ ହୋଇପଡ଼ିଥିବା କୁହାଯାଉଛି। ଏଭଳି କରି ଲଞ୍ଚ୍‌ପ୍ୟାଡ୍‌ରୁ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ରଚିଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri