୫୦ ଏକର ଫସଲ ନଷ୍ଟ କଲେ ହାତୀପଲ

ରୂପ୍‌ସା, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା, ପଶ୍ଚିମସିମୁଳିଆ, ଜହତା, ଓଡ଼ିଆଶାସନ ଆଦି ମୌଜାରେ ହାତୀପଲ ପଶି ଶନିବାର ରାତିରେ ୫୦ଏକରରୁ ଊର୍ଦ୍ଧ୍ୱ ଏକର ଧାନ, ଆଖୁ ଓ କଦଳୀ ଫସଲ ନଷ୍ଟ କରିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ମୟୂରଭଞ୍ଜ ଜିଲା ସୀମାନ୍ତବର୍ତ୍ତୀ ବଡ଼ଗୁମା ଓ ଅଁଳା ଦେଇ ମୟୂରଭଞ୍ଜପଟୁ ବାଲେଶ୍ୱର ଜିଲାର ଏସବୁ ଅଞ୍ଚଳକୁ ୪୦ରୁ ଉର୍ଦ୍ଧ୍ୱ ହାତୀକୁ ଘଉଡ଼ାଇ ଦିଆଯାଇଥିବାରୁ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ପାଚିଲା ଧାନକ୍ଷେତରେ ହାତୀପଲ ପଶିଥିବା ଖବରପାଇ ସ୍ଥାନୀୟ ଚାଷୀମାନେ ଏକଜୁଟ୍‌ ହୋଇଥିଲେ। ବାଲେଶ୍ୱର ବନବିଭାଗ ଓ ରୂପ୍‌ସା ଥାନା ପୋଲିସକୁ ଖବର ଦିଆଯାଇଥିଲେ ହେଁ କୌଣସି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ନ ଥିଲେ। ରାତିତମାମ୍‌ ଗ୍ରାମବାସୀ ହାତୀ ଘଉଡ଼ାଇବା ପାଇଁ ବିଭିନ୍ନ ଉପାୟ ଅବଲମ୍ବନ କରି ବିଫଳ ହୋଇଥିଲେ। ଶେଷରେ ମୟୂରଭଞ୍ଜ ବନବିଭାଗ କର୍ମଚାରୀ ପହଞ୍ଚତ୍ଥିଲେ ହେଁ ହାତୀ ଘଉଡ଼ାଇ ନ ପାରି ଫେରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri