ପଞ୍ଚତାରକା ହୋଟେଲରେ ହେବ ଆଦିତ୍ୟ-ଶ୍ୱେତାଙ୍କ ଗ୍ରାଣ୍ଡ ରିସେପଶନ: ମୋଦି-ବଚ୍ଚନ ନିମନ୍ତ୍ରିତ ଅତିଥି

ମୁମ୍ବାଇ: ବଲିଉଡ୍ ଗାୟକ ଉଦିତ ନାରାୟଙ୍କ ସୁପୁତ୍ର ତଥା ହୋଷ୍ଟ, ଆକ୍ଟର ଓ ସିଙ୍ଗର ଆଦିତ୍ୟ ନାରାୟଣ ଡିସେମ୍ବର ୧ରେ ବିବାହ କରିବାକୁ ଯାଉଛନ୍ତି । ସେ ତାଙ୍କ ଲଙ୍ଗ ଟାଇମ୍ ଗର୍ଲ ଫ୍ରେଣ୍ଡ ଶ୍ୱେତା ଅଗ୍ରୱାଲଙ୍କୁ ବିବାହ କରିବେ । ଏଥିପାଇଁ ପ୍ରସ୍ତୁତି ଯୋରସୋରରେ ଚାଲିଛି । ମନ୍ଦିରରେ କେବଳ ପରିବାର ସଦସ୍ୟ ଓ ବନ୍ଧୁଙ୍କୁ ନେଇ ବିବାହ ସମ୍ପନ୍ନ କରାଯିବ । ଏହାପରେ ମୁମ୍ବାଇର ଏକ ହୋଟେଲେ ଗ୍ରାଣ୍ଡ ରିସେପଶନ ପାର୍ଟି ରଖାଯାଇଛି । ଅବଶ୍ୟ ଏଥିରେ ମାତ୍ର ୫୦ ଜଣ ବଛା ବଛା ଅତିଥିଙ୍କୁ ନିମନ୍ତ୍ରଣ ମିଳିଥିବା କହିଛନ୍ତି ପିତା ଉଦିତ । ଯଦିଓ ସେ ପୁଅ ଆଦିତ୍ୟଙ୍କ ବାହାଘର ଧୁମଧାମରେ କରିବାକୁ ଚାହୁଁଥିଲେ କିନ୍ତୁ କରୋନା ମହାମାରୀ ପାଇଁ ଏହାକୁ କମ୍ କରିଦେବାକୁ ପଡିଛି ବୋଲି ସେ ଏକ ସାକ୍ଷାତ୍‌କାରରେ କହିଛନ୍ତି । ତେବେ ମୁମ୍ବାଇରେ ଆୟୋଜିତ ଗ୍ରାଣ୍ଡ ରିସେପଶନ ପାର୍ଟିରେ ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ ମିଳିଥିବା ଜଣାପଡିଛି । ସେପ୍ଟେମ୍ବର ୨ରେ ରିସେପଶନ ଥିବା ବେଳେ ଏପର୍ଯ୍ୟନ୍ତ ଏହାର ଭେନ୍ୟୁ ସମ୍ପର୍କରେ ସଠିକ୍ ଜଣାପଡିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri