ଟିକାକରଣକୁ ଜନ-ଅଭିଯାନ ରୂପ ଦେବ ଓଡ଼ିଶା

ଭୁବନେଶ୍ୱର, ୧।୧୨(ବ୍ୟୁରୋ): କୋଭିଡ୍‌ ଟିକାକୁ ନେଇ ଦିନକୁ ଦିନ ଆଶା ଦୃଢ଼ୀଭୂତ ହେବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟରେ ଟିକାକରଣ ପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ତେବେ ଏହି ଟିକାକରଣକୁ ଏକ ଜନ-ଅଭିଯାନ ରୂପ ଦେବା ପାଇଁ ଓଡ଼ିଶା ପ୍ରସ୍ତୁତ ଥିବା ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି। ସୋମବାର ଅନୁଷ୍ଠିତ ବୈଠକରେ ଏ ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି, ଓଡ଼ିଶା ଟିକାକରଣର ଅଗ୍ରାଧିକାର ତାଲିକା ଓ ବହୁସ୍ତରୀୟ ସମନ୍ବିତ କାର୍ଯ୍ୟପନ୍ଥା ସହ ପୂର୍ଣ୍ଣ ପ୍ରସ୍ତୁତ ଅଛି। ଜନସାଧାରଣଙ୍କୁ ଠିକ୍‌ ଓ ନିର୍ଭରଯୋଗ୍ୟ ସୂଚନା ପ୍ରଦାନ କରାଯିବ। ଭାରତ ସରକାରଙ୍କ ପରବର୍ତ୍ତୀ ଗାଇଡ୍‌ଲାଇନ୍‌ ଅନୁସାରେ ସମସ୍ତ କାର୍ଯ୍ୟ କରାଯିବ। ନେତୃସ୍ଥାନୀୟ ବ୍ୟକ୍ତି, ପଞ୍ଚାୟତିରାଜ ପ୍ରତିନିଧି ଓ ସାମାଜିକ ଅନୁଷ୍ଠାନଗୁଡ଼ିକୁ ଏଥିରେ ସାମିଲ କରି କୋଭିଡ୍‌ ଟିକାକରଣକୁ ଏକ ଜନ-ଅଭିଯାନର ରୂପ ଦିଆଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି, ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ରାଜ୍ୟ ଷ୍ଟିଅରିଂ କମିଟି ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ରାଜ୍ୟ ଟାସ୍କଫୋର୍ସ କମିଟି ବୈଠକ ଅନୁଷ୍ଠିତ ହୋଇ ଟିକାକରଣ କାର୍ଯ୍ୟପଦ୍ଧତି ନିର୍ଦ୍ଧାରଣ କରାଯାଇଛି। ଜିଲାପାଳଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ଓ ବିଡିଓଙ୍କ ଅଧ୍ୟକ୍ଷତାରେ ବ୍ଲକ୍‌ ଟାସ୍କଫୋର୍ସ କମିଟି ଗଠନ କରାଯାଇଛି। ୮୩୦୦ ଟିକା ପ୍ରଦାନକାରୀ ଓ ୩୦ ହଜାର ବିତରଣ କେନ୍ଦ୍ର ନିର୍ଦ୍ଧାରଣ କରାଯାଇଛି। କୋଲ୍ଡଚେନ୍‌, ଫ୍ରିଜର, ଟିକା ସଂରକ୍ଷଣ ସ୍ଥାନ ଆଦିର ତାଲିକା ସରିଛି। ଆବଶ୍ୟକତା ଅନୁସାରେ ଅଧିକ କୁଲର, ଫ୍ରିଜର ଆଦିର ସଂଗ୍ରହ ନିମନ୍ତେ ବ୍ୟବସ୍ଥା କରାଯାଇଛି। ଟିକାକରଣ ପରେ ସମ୍ଭାବ୍ୟ ଭେଷଜ ପ୍ରତିକ୍ରିୟାର ଉପଯୁକ୍ତ ଚିକିତ୍ସା ନିମନ୍ତେ ମଧ୍ୟ ବ୍ୟବସ୍ଥା କରାଯାଉଛି ବୋଲି ମହାପାତ୍ର ସୂଚନା ଦେଇଛନ୍ତି।
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି, ରାଜ୍ୟ, ଜିଲା ଓ ବ୍ଲକ୍‌ସ୍ତରରେ ନିୟନ୍ତ୍ରଣ କକ୍ଷ ଖୋଲିବା ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି। ବହୁମୁଖୀ-ସମନ୍ବୟ ନିମନ୍ତେ ସାମାଜିକ ଅନୁଷ୍ଠାନ, ଏନ୍‌ସିସି ୟୁନିଟ୍‌ଙ୍କ ସହ ଯୋଗାଯୋଗ କରାଯାଇଛି। ଜାତୀୟ ସ୍ବାସ୍ଥ୍ୟ ମିଶନର ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ କହିଛନ୍ତି, ଟିକାକରଣ ପାଇଁ ପ୍ରଥମ ପର୍ଯ୍ୟାୟ ଅଗ୍ରାଧିକାର ଗ୍ରୁପ୍‌ର ତାଲିକା ଭାରତ ସରକାରଙ୍କ କୋ-ଉଇନ୍‌ ୱେବ୍‌ ପୋର୍ଟାଲ୍‌ରେ ଅପ୍‌ଲୋଡ୍‌ କରାଯାଇଛି। ପ୍ରାୟ ୩.୨ ଲକ୍ଷ ସରକାରୀ ଓ ଘରୋଇ ସ୍ବାସ୍ଥ୍ୟ ଅନୁଷ୍ଠାନର ସ୍ବାସ୍ଥ୍ୟକର୍ମୀଙ୍କ ସମେତ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପର ଆଗଧାଡ଼ି କର୍ମକର୍ତ୍ତାଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସ୍ବତନ୍ତ୍ର ଶାସନ ସଚିବ ଅର୍ଚ୍ଚନା ପଟ୍ଟନାୟକ, ଭେଷଜ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ ଡା. ସି.ବି.କେ. ମହାନ୍ତିଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଭିଡିଓ କନ୍‌ଫରେନ୍ସରେ ଅଂଶଗ୍ରହଣ କରିଥିଲେ।
ସୂଚନାଯୋଗ୍ୟ, କୋଭିଡ୍‌ ପରିଚାଳନା ଓ ପ୍ରଶମନ କ୍ଷେତ୍ରରେ ନୀତି ଆୟୋଗର ସାବାସି ପାଇବା ପରେ ବର୍ତ୍ତମାନ ଓଡ଼ିଶା ଜାତୀୟ ସ୍ତରରେ କୋଭିଡ୍‌ ଟିକାକରଣ ପ୍ରସ୍ତୁତିରେ ଏକ ପ୍ରଶଂସନୀୟ ସ୍ଥିତି ହାସଲ କରିଛି। ଜାତୀୟ ଟିକାକରଣ ଗାଇଡ୍‌ଲାଇନ୍‌ର ସମସ୍ତ ପରିମାପକରେ ଓଡ଼ିଶା ଆଗୁଆ ରହିଥିବା ସୋମବାର କ୍ୟାବିନେଟ୍‌ ସଚିବ ରାଜୀବ ଗୋଉବାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri