୨୦୨୨ ସୁଦ୍ଧା ପୃଥିବୀର ସମସ୍ତଙ୍କୁ ଦିଆଯିବ କରୋନା ଟିକା: ୨୦୦୦ ହଜାର କାର୍ଗୋ ବିମାନରେ ହେବ ପରିବହନ

ଓ୍ବାଶିଂଟନ,୧।୧୨: ପୃଥିବୀର ସମସ୍ତ ଲୋକଙ୍କୁ ୨୦୨୨ ସୁଦ୍ଧା କରୋନା ଟିକା ଦିଆଯିବ।  ୭ ଶହ କୋଟି ଲୋକଙ୍କ ପାଖରେ ୧୪ ଶହ କୋଟି ଟିକା ପହଞ୍ଚାଇବା ପାଇଁ ବିଭିନ୍ନ ବିମାନ କମ୍ପାନୀଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ଟିକା ପରିବହନ କାର୍ଯ୍ୟରେ ୨୦୦୦ରୁ ଅଧିକ କାର୍ଗୋ ବିମାନ ଲଗାଯିବ। ୧୧୦ ଟନ୍‌ କ୍ଷମତା ବିଶିଷ୍ଟ ଜୁମ୍ବୋ ବିମାନକୁ ଏଥିପାଇଁ ୮ ହଜାର ଥର ଉଡ଼ାଣ କରିବାକୁ ପଡ଼ିବ ବୋଲି କୁହାଯାଉଛି। ବିମାନ ସହିତ ବସ୍‌, କାର୍‌, ଟ୍ରକ୍‌, ମୋଟର ସାଇକେଲ ସହିତ ଟିକା ପରିବହନ ପାଇଁ ସାଇକେଲର ମଧ୍ୟ ଆବଶ୍ୟକତା ପଡ଼ିବ ବୋଲି ଇଣ୍ଟରନ୍ୟାଶନାଲ ଏୟାର ଟ୍ରାନ୍ସପୋର୍ଟ ଆସୋସିଏଶନ ପକ୍ଷରୁ ଏ ସମ୍ପର୍କରେ ଏକ ରିପୋର୍ଟ ସୋସିଆଲ୍‌ ମିଡ଼ିଆରେ ପୋଷ୍ଟ କରାଯାଇଛି। ଟିକାକୁ ଡିପ୍‌ ଫ୍ରିଜ୍‌ରେ କିପରି ରଖାଯିବ ତାହା ଏକ ସମସ୍ୟା ଭାବେ ଉଭା ହୋଇପାରେ ବୋଲି ଆଶଙ୍କା କରାଯାଉଛି। ପୃଥିବୀର ୯୨ଟି ଗରିବ ଦେଶରେ ଟିକା ପହଞ୍ଚାଇବା ପାଇଁ ୪୦ ବିତରଣକାରୀ ସଂସ୍ଥା ସହିତ ୟୁନିସେଫ୍‌ ପକ୍ଷରୁ ଯୋଗାଯୋଗ କରାଯାଇଛି। ଟିକା ପ୍ରସ୍ତୁତି କାର୍ଯ୍ୟ ପରେ ଏବେ ଏହାର ସୁରକ୍ଷିତ ପରିବହନ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ପାଲଟି ଥିବା ଇଣ୍ଟରନ୍ୟାଶନାଲ ଏୟାର ଟ୍ରାନ୍ସପୋର୍ଟ ଆସୋସିଏଶନ କହିିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri