Posted inଜାତୀୟ

ଶିବସେନାରେ ସାମିଲ୍‌ ହେଲେ ଉର୍ମିଳା

ମୁମ୍ବାଇ,୧।୧୨: ଫିଲ୍ମ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ପୁଣି ରାଜନୀତିକୁ ଫେରିଛନ୍ତି। ରାଜନୀତିରେ ତାଙ୍କର ଦ୍ୱିତୀୟ ଇନିଂସ୍‌ ଆରମ୍ଭ କରିଛନ୍ତି। ମଙ୍ଗଳବାର ସେ ଶିବସେନାରେ ଯୋଗଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ୍‌ ହୋଇଛନ୍ତି। ଏବେ ସେ ବିଧାନ ପରିଷଦ ସଦସ୍ୟ ହେବେ ବୋଲି ଚର୍ଚ୍ଚା ହେଉଛି। ଶାସକ ଶିବସେନା ପକ୍ଷରୁ ବିଧାନ ପରିଷଦକୁ ମନୋନୀତ ହେଉଥିବା ୧୨ ଜଣ ସଦସ୍ୟଙ୍କ ମଧ୍ୟରେ ଉର୍ମିଳାଙ୍କ ନାମକୁ ସୁପାରିଶ୍‌ ପାଇଁ ରାଜ୍ୟପାଳଙ୍କ ନିକଟକୁ ପଠାଯାଇଥିଲା। ରାଜ୍ୟପାଳ ଭଗତ ସିଂ କୋଶିଆରୀ ଏହାକୁ ମଞ୍ଜୁରୀ ଦେଇଛନ୍ତି। ଖୁବ୍‌ ଶୀଘ୍ର ସେ ବିଧାନ ପରିଷଦ ସଦସ୍ୟ ଭାବେ ଶପଥ ନେବେ। ସୂଚନାଯୋଗ୍ୟ, ୨୦୧୯ ଲୋକ ସଭା ନିର୍ବାଚନ ପୂର୍ବରୁ ଉର୍ମିଳା କଂଗ୍ରେସରେ ଯୋଗ ଦେଇଥିଲେ। କଂଗ୍ରେସ ପକ୍ଷରୁ ସେ ଉତ୍ତର ମୁମ୍ବାଇରୁ ଲଢ଼ିଥିଲେ ମଧ୍ୟ ସଫଳ ହୋଇ ପାରି ନ ଥିଲେ। କଂଗ୍ରେସ କର୍ମକର୍ତ୍ତାଙ୍କ କାର୍ଯ୍ୟ ଶୈଳୀରେ ଅସନ୍ତୁଷ୍ଟ ହୋଇ ଉର୍ମିଳା ଦଳ ଛାଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେଠି ପ୍ରାର୍ଥୀ କେ.ଏଲ ଶର୍ମାଙ୍କ ବିସ୍ପୋରକ ବୟାନ, ଗାନ୍ଧୀ ପରିବାର ପାଖରେ କରୁନି ଚାକିରି

ନୂଆଦିଲ୍ଲୀ,୫।୫: ଆମେଠିରୁ କଂଗ୍ରେସ କିଶୋରୀ ଲାଲ ଶର୍ମାଙ୍କୁ ଟିକେଟ୍‌ ଦେଇଛି। ତେବେ ଟିକେଟ୍‌ ମିଳିବା ପରେ ସେ ଏକ ବିସ୍ପୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି,...

ଆମେଠିରୁ ଟିକେଟ୍‌ ନ ମିଳିବାରୁ ଏମିତି ପୋଷ୍ଟ କଲେ ରର୍ବଟ ଭଦ୍ରା, କହିଲେ ରାଜନୀତିର କୌଣସି ଶକ୍ତି…

ନୂଆଦିଲ୍ଲୀ,୫।୫: କଂଗ୍ରେସ ଆମେଠି ଓ ରାଏବରେଲିରୁ ପ୍ରାର୍ଥୀ ଘୋଷଣା କରିଛି। ରାହୁଲ ଗାନ୍ଧୀ ରାଏବରେଲିରୁ ନାମାଙ୍କନ ଦାଖଲ କରିଥିବାବେଳେ କେ.ଏଲ ଶର୍ମା ଆମେଠି ଲୋକ ସଭା...

ହଳଦୀ ଏବଂ ଲଙ୍କାଗୁଣ୍ଡରେ ମିଶୁଛି ପୋଷାକ ରଙ୍ଗ

ନୂଆଦିଲ୍ଲୀ,୫।୫: ବଜାରରେ ଏବେ ପ୍ରାୟ ସବୁ କିଛି ଭେଜାଲ। ମସଲା ହେଉ କିମ୍ବା ଅନ୍ୟ କୌଣସି ଖାଦ୍ୟପଦାର୍ଥ ସବୁ ଥିରେ ମାତ୍ରାଧିକ କେମିକାଲ। ଏସବୁ ଖାଇବା...

ବଲିଉଡ୍‌ ପ୍ରଭାବରେ ଦେଶର ନିର୍ବାଚନ

ନୂଆଦିଲ୍ଲୀ,୫ା୫: ଭାରତୀୟ ହିନ୍ଦୀ ସିନେମା ଶିଳ୍ପ ନିକଟ ଅତୀତରେ ଅନେକ ଚଳଚ୍ଚିତ୍ର ନିର୍ମାଣ କରିଛି, ଯେଉଁଥିରେ ନିର୍ବାଚନକୁ ପ୍ରଭାବିତ କଲା ଭଳି ଜାତୀୟତାବାଦ, ଇସ୍‌ଲାମ ବିରୋଧୀ...

ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କ ବଳାତ୍କାର ନୁହେଁ: ହାଇକୋର୍ଟ

ନୂଆଦିଲ୍ଲୀ,୫ା୫: ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କକୁ ବଳାତ୍କାର କୁହାଯାଇପାରିବ ନାହିଁ ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଏକ ରାୟରେ କହିଛନ୍ତି। ଏପରିକି ସ୍ତ୍ରୀଙ୍କର ସହମତି ନ...

ଆଜି ଆସିବେ ମୋଦି, ନଡ୍ଡା

ଭୁବନେଶ୍ୱର, ୫।୫(ସୁନିତ୍‌ ମିଶ୍ର)ନିର୍ବାଚନ ପ୍ରଚାର ପାଇଁ ଭାଜପା କେନ୍ଦ୍ରୀୟ ନେତାମାନଙ୍କ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା...

ଏପଟେ ଧମକ, ସେପଟେ ଆକ୍ରମଣ

ପାଲାମ୍‌/ଭୁବନେଶ୍ୱର/ପୁଞ୍ଚ,୫ା୫ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ଶନିବାର ସନ୍ଧ୍ୟାରେ ଆତଙ୍କବାଦୀମାନେ ବଡ଼ଧରଣର ଆକ୍ରମଣ କରିଛନ୍ତି। ଏଥିରେ ଭାରତୀୟ ବାୟୁସେନା (ଆଇଏଏଫ୍‌)ର ଜଣେ ଯବାନ ଶହୀଦ ଓ ୪ ଆହତ...

ଯୋଗକୁ ଆପଣାଇଲା ପାକିସ୍ତାନ

ଇସ୍‌ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri