ଆସନ୍ତା ସପ୍ତାହରୁ ଦିଆଯିବ କରୋନା ଟିକା: ଫାଇଜର-ବାୟୋଏନ୍‌ଟେକ୍‌ ଟିକାକୁ ବ୍ରିଟେନରେ ମଞ୍ଜୁରୀ

ଲଣ୍ଡନ,୨।୧୨: ବ୍ରିଟେନରେ ଆସନ୍ତା ସପ୍ତାହରୁ ଲୋକଙ୍କୁ କରୋନା ପ୍ରତିଷେଧକ ଟିକା ଦିଆଯିବ। ଏନେଇ ସରକାରଙ୍କ ପକ୍ଷରୁ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା ଟିକାକୁ ମଞ୍ଜୁରୀ ଦିଆଯାଇଛି। ଏହା ଦ୍ୱାରା ପ୍ରଥମ ପାଶ୍ଚାତ୍ୟ ଦେଶ ଭାବେ ବ୍ରିଟେନ୍‌ରେ କରୋନା ଟିକା ଉପଲବ୍ଧ ହେବ। ଫାଇଜର ଟିକା କରୋନା ଭୁତାଣୁ ବିରୋଧରେ ୯୫ ପ୍ରତିଶତରୁ ଅଧିକ ସୁରକ୍ଷା ପ୍ରଦାନ କରିବାକୁ ସକ୍ଷମ ହେଉଥିବା କୁହାଯାଉଛି। ବ୍ରିଟେନ୍‌ରେ ଟିକା ଉପଲବ୍ଧ ପାଇଁ ଜର୍ମାନୀର ବାୟୋଫାର୍ମାସି୍ୟଟିକାଲ କମ୍ପାନୀ ବାୟୋଏନ୍‌ଟେକ୍‌ ଏହାର ଆମେରିକା ସହଯୋଗୀ ଫାଇଜର ପକ୍ଷରୁ ୟୁରୋପୀୟ ମହାସଂଘ ସମ୍ମୁଖରେ ଟିକା ପଞ୍ଜିକରଣ ପାଇଁ ଔପଚାରିକ ଭାବେ ଆବେଦନ କରାଯାଇଥିଲା। ବ୍ରିଟେନ୍‌ର ମେଡିସିନ୍‌ ଏବଂ ହେଲଥ୍‌ କେୟାର ପ୍ରଡକ୍ଟ ରେଗୁଲେଟାରୀ ଏଜେନ୍ସି ଏହି ଟିକାର ଗୁଣବତ୍ତା ଆକଳନ ଲାଗି ମଞ୍ଜୁରୀ ଦେଇଛନ୍ତି। ବ୍ରିଟେନ୍‌ର ସ୍ବାସ୍ଥ୍ୟମନ୍ତ୍ରୀ ନାଦିମ୍‌ ଜାହାଓ୍ବି କହିଛନ୍ତି ଯେ, ଏହି ଟିକାକୁ ମେଡିସିନ୍‌ ଏବଂ ହେଲଥ୍‌ କେୟାର ପ୍ରଡକ୍ଟ ରେଗୁଲେଟାରୀ ଏଜେନ୍ସି ମଞ୍ଜୁରୀ ମିଳିଲେ କିଛି ଘଣ୍ଟା ମଧ୍ୟରେ ଏହାର ବିତରଣ ଆରମ୍ଭ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହାକାଶ ଯିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ: ପ୍ରଥମ ମହିଳା ଭାବେ ରଚିବେ ଇତିହାସ

ଓ୍ବାଶିଂଟନ୍‌,୬।୫: ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ ପୁଣି ଥରେ ମହାକାଶକୁ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ଏଥର ବଚ ୱିଲମୋର ମଧ୍ୟ ତାଙ୍କ ସହ ରହିବେ। ଦୁଇ...

ବାଇଡେନଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ଟ୍ରମ୍ପ

ଓ୍ବାଶିଂଟନ,୬ା୫: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ପ୍ରାର୍ଥୀଙ୍କ ମଧ୍ୟରେ କଥାବାର୍ତ୍ତା ତୀବ୍ର ହୋଇଛି। ଏହି କ୍ରମରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବୃତ୍ତି ସାମ୍ନାକୁ...

ପୁଣି ଇସ୍ରାଏଲ ଉପରେ ମିଶାଇଲ୍‌ ମାଡ କଲା ହମାସ

ଜେରୁଜେଲମ,୬।୫: ଗତ ସାତ ମାସ ଧରି ହମାସ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଚାଲିଛି। ହମାସକୁ ହଟାଇବା ପାଇଁ ଇସ୍ରାଏଲର ସଂକଳ୍ପ ଗାଜା ଅଞ୍ଚଳର ଲୋକଙ୍କ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ...

ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି, ଆଉ କିଛି ଦେଶର ନେତାଙ୍କର ରହିଛି ନାଁ!

ମସ୍କୋ,୫।୫: ରୁଷିଆ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରି ତାଙ୍କୁ ଓ୍ବାଣ୍ଟେଡ ତାଲିକାରେ ରଖିଛି। ଏ ବାବଦରେ ଆଉ କୌଣସି...

ବ୍ରାଜିଲରେ ଭୟଙ୍କର ବନ୍ୟା, ୫୬ ମୃତ

ବ୍ରାଜିଲ,୫।୫: ତାଣ୍ଡବ ରଚିଲା ପ୍ରକୃତି। ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି ।...

୧୭ ରୋଗୀଙ୍କୁ ମାରିଥିବା ନର୍ସଙ୍କୁ ୭୦୦ ବର୍ଷ ଜେଲ

ଓ୍ବାଶିଂଟନ,୫ା୫: ୧୭ ଜଣ ରୋଗୀଙ୍କୁ ମାରିଥିବା ଆମେରିକା ପେନ୍‌ସିଲଭାନିଆର ଜଣେ ନର୍ସଙ୍କୁ ଶନିବାର ୩୮୦ରୁ ୭୦୦ ବର୍ଷ ଜେଲଦଣ୍ଡ ହୋଇଛି। ହିଥର ପ୍ରେସ୍‌ଦି (୪୧) ନାମ୍ନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri