Posted inଖେଳ

ଅଷ୍ଟ୍ରେଲିଆକୁ ହରାଇଲା ଭାରତ, ଷ୍ଟିଭ୍‌ ସ୍ମିଥ ମ୍ୟାନ୍‌ ଅଫ ଦି ସିରିଜ

କାନବେରା, ୩।୧୨- ହାର୍ଦ୍ଦିକ ପାଣ୍ଡ୍ୟା ଓ ରବୀନ୍ଦ୍ର ଜାଡେଜାଙ୍କ ୧୫୦ ରନର ଭାଗୀଦାରି ଏବଂ ବୋଲରଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଭାରତ ବୁଧବାର ଅନୁଷ୍ଠିତ ତୃତୀୟ ଥର ଅନ୍ତିମ ଦିନିକିଆ କ୍ରିକେଟ ମ୍ୟାଚରେ ଅଷ୍ଟ୍ରେଲିଆକୁ ୧୩ ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୫୦ ଓଭରରେ ୫ ଉଇକେଟ ହରାଇ ୩୦୨ ରନ କରିଥିବାବେଳେ ଘରୋଇ ଦଳ ୪୯.୩ ଓଭରରେ ୨୮୯ ରନକରି ଅଲଆଉଟ ହୋଇଯାଇଥିଲା। ପାଣ୍ଡ୍ୟା ମ୍ୟାନ ଅଫ ଦି ମ୍ୟାଚ ଓ ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ ମ୍ୟାନ୍‌ ଅଫ୍‌ ଦି ସିରିଜ ପୁରସ୍କାର ପାଇଛନ୍ତି। ପ୍ରଥମ ୨ଟି ମ୍ୟାଚ ଜିତିଥିବା ଅଷ୍ଟ୍ରେଲିଆ ୨-୧ରେ ସିରିଜ ବିଜୟୀ ହୋଇଛି। ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ପୂର୍ବରୁ ଏହି ବିଜୟ ଭାରତର ମନୋବଳ ଦୃଢ଼ କରିଛି।
ପାଣ୍ଡ୍ୟା-ଜାଡେଜାଙ୍କ ଶତକୀୟ ଭାଗୀଦାରି
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୨୬ ରନରେ ଇନ୍‌ଫର୍ମ ଓପନର ଶିଖର ଧାଓ୍ବନ(୧୬ ରନ)ଙ୍କ ଉଇକେଟ ହରାଇଥିଲେ ହେଁ ଶୁବମନ ଗିଲ୍‌ ଏବଂ ଅଧିନାୟକ ବିରାଟ କୋହଲି ଇନିଂସ ସମ୍ଭାଳି ନେଇଥିଲେ। ତେବେ ଯୁବ ଓପନର ଗିଲ୍‌ ୩୩, ଶ୍ରେୟାସ ଆୟାର ୧୯ ଓ ଲୋକେଶ ରାହୁଲ ୫ ରନରେ ଆଉଟ ହେବାରୁ ଭାରତର ଦ୍ରୁତ ରନ ହାରରେ ଅଙ୍କୁଶ ଲାଗିଥିଲା। ଆତ୍ମବିଶ୍ୱାସର ସହିତ ଖେଳିଥିବା କୋହଲି ୭୮ ବଲ୍‌ରୁ ୬୩ (୫ ଚୌକା) ରନ କରି କ୍ରମାଗତ ତୃତୀୟ ଥରପାଇଁ ଜୋଶ୍‌ ହାଜେଲଉଡ୍‌ଙ୍କ ଶିକାର ହୋଇଥିଲେ। ଭାରତ ୩୨ ଓଭରରେ ୧୫୨ ରନରେ ୫ମ ଉଇକେଟ ହରାଇଥିଲା। ଫଳରେ ଭାରତର ବଡ଼ ସ୍କୋର ହେବାନେଇ ଆଶଙ୍କା ଦେଖା ଦେଇଥିଲା। ତେବେ ପାଣ୍ଡ୍ୟା ଓ ଜାଡେଜା ଅସମାପ୍ତ ୬ଷ୍ଠ ଉଇକେଟରେ ୧୦୮ ବଲ୍‌ରୁ ଦ୍ରୁତ ୧୫୦ ରନର ଭାଗୀଦାରି ଗଢ଼ି ଦଳୀୟ ସ୍କୋରକୁ ୩୦୦ ଅତିକ୍ରମ କରାଇଥିଲେ। ହାର୍ଦ୍ଦିକ ୭୬ ବଲ୍‌ରୁ ୯୨(୭ ଚୌକା, ୧ ଛକା) ଓ ଜାଡେଜା ୫୦ ବଲ୍‌ରୁ ୬୬(୫ ଚୌକା, ୩ ଛକା) ରନରେ ଅପରାଜିତ ରହିଥିଲେ। ଅଷ୍ଟ୍ରେଲିଆ ବୋଲରଙ୍କ ମଧ୍ୟରେ ଆଷ୍ଟନ ଅଗର ୨ଟି ଏବଂ ହାଜେଲଉଡ୍‌, ସିଅନ ଆବୋଟ ଓ ଆଡାମ ଜାମ୍ପା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।
ପଦାର୍ପଣରେ ନଟରାଜନଙ୍କୁ ସଫଳତା
ଭାରତ ଏହି ମ୍ୟାଚରେ ୪ ପରିବର୍ତ୍ତନ ସହ ପଡ଼ିଆକୁ ଓହ୍ଲାଇଥିଲା। ମୟଙ୍କ ଅଗ୍ରଓ୍ବାଲ, ନବଦୀପ ସଇନି, ମହମ୍ମଦ ସାମି ଓ ୟୁଜବେନ୍ଦ୍ର ଚହଲଙ୍କ ସ୍ଥାନରେ ଶୁବମନ ଗିଲ, ଟି. ନଟରାଜନ, ଶାର୍ଦ୍ଦୁଳ ଠାକୁର ଓ କୁଲଦୀପ ଯାଦବଙ୍କୁ ସାମିଲ କରାଯାଇଥିଲା। ସେହିପରି ଅଷ୍ଟ୍ରେଲିଆ ଦଳରେ ଡେଭିଡ ଓ୍ବାର୍ନର, ପ୍ୟାଟ୍‌ କୁମିନ୍ସ ଓ ମିଚେଲ ଷ୍ଟାର୍କଙ୍କ ସ୍ଥାନ ନେଇଥିଲେ କାମେରି ଗ୍ରୀନ୍‌, ଆବୋଟ ଓ ଅଗର। ଭାରତର ନଟରାଜନ ଓ ଅଷ୍ଟ୍ରେଲିଆର ଗ୍ରୀନ୍‌ ଏଠାରେ ଦିନିକିଆ ଅନ୍ତର୍ଜାତୀୟ ପଦାର୍ପଣ କରିଥିଲେ। ନଟରାଜନ ନିଜ ପ୍ରଥମ ମ୍ୟାଚରେ ଚମତ୍କାର ବୋଲିଂ କରି ସଫଳତା ପାଇଥିଲେ। ୩୦୩ ରନ ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଅଷ୍ଟ୍ରେଲିଆ ୫୬ ରନରେ ୨ଟି ଉଇକେଟ ହରାଇ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟରେ ପଡ଼ିଥିଲା। ଅଧିନାୟକ ଆରୋନ ଫିଞ୍ଚ୍‌ ୮୨ ବଲ୍‌ରୁ ୭୫(୭ ଚୌକା, ୩ ଛକା) ଓ ଗ୍ଲେନ ମ୍ୟାକ୍ସଓ୍ବେଲ ୩୮ ବଲ୍‌ରୁ ଦ୍ରୁତ ୫୯(୩ ଚୌକା, ୪ ଛକା) ରନ ସ୍କୋର କରିଥିଲେ ହେଁ ଅନ୍ୟ ବ୍ୟାଟ୍ସମ୍ୟାନଙ୍କ ବିଫଳତା ଯୋଗୁ ଦଳ ବିଜୟ ଲକ୍ଷ୍ୟଠାରୁ ଦୂରରେ ରହି ଯାଇଥିଲା। ଆଲେକ୍ସ କାରେ ୩୮ ଓ ଅଗର ୨୮ ରନର ଯୋଗଦାନ ଦେଇଥିଲେ। ସିରିଜରେ ପ୍ରଥମଥରପାଇଁ ଭାରତୀୟ ବୋଲର ପ୍ରଭାବୀ ସାବ୍ୟସ୍ତ ହୋଇଥିଲେ। ଶାର୍ଦ୍ଦୁଳ ସର୍ବାଧିକ ୩ଟି ଉଇକେଟ ନେଇଥିବାବେଳେ ଯଶପ୍ରୀତ୍‌ ବୁମ୍‌ରା ଓ ପଦାର୍ପଣକାରୀ ନଟରାଜନ ୨ଟି ଲେଖାଏ ଏବଂ କୁଲଦୀପ ଓ ଜାଡେଜା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri