ବୋଲେରୋ ଧକ୍କାରେ ଜଳିଗଲା ବାଇକ୍‌: ସ୍ବାମୀ, ସ୍ତ୍ରୀ ଓ ପୁଅ ମୃତ

ବଲାଙ୍ଗୀର ଅଫିସ/ଗୁଡଭେଲା, ୪ା୧୨(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁଷୁରା-ଦେଉଳଗୁଡି ମୁଖ୍ୟରାସ୍ତାର ଜମ୍ଭେଲ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସାଢ଼େ ୨ଟାରେ ଏକ ବୋଲେରୋ ଗାଡ଼ି ସାମ୍ନାପଟରୁ ଆସୁଥିବା ଏକ ବାଇକ୍‌କୁ ଧକ୍କା ଦେଇଛି। ବାଇକ୍‌ ସମ୍ପୂର୍ଣ୍ଣ ଜଳିଯିବା ସହ ଏହି ମର୍ମନ୍ତୁତ ଦୁର୍ଘଟଣାରେ ଗୋଟିଏ ପରିବାରର ସ୍ବାମୀ-ସ୍ତ୍ରୀ-ପୁଅ ୩ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୮ ମାସର ଶିଶୁପୁତ୍ର ଗୁରୁତର ଆହତ ହୋଇ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇବା ସହ ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକୋ କରିଛନ୍ତି। ସ୍ଥାନୀୟ ତହସିଲଦାର, ସଦର ଏସଡିପିଓ, ଉପଜିଲାପାଳ ରାସ୍ତାରୋକୋ ସ୍ଥଳରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରୁଛନ୍ତି। ମୃତ ୩ ଜଣ ଓ ଗୁରୁତର ଶିଶୁପୁତ୍ର କଳାହାଣ୍ଡି ଜିଲା ରିଷିଡା ଗ୍ରାମର ବୋଲି ଜଣାପଡିଛି। ମୃତକମାନେ ହେଲେ ତରଣୀସେନ ବିଶି (୩୫), ସ୍ତ୍ରୀ ମୁକ୍ତା ବିଶି (୨୮) ଓ ପୁତ୍ର ଶମ୍ଭୁ (୩) । ତୁଷରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କୋଭିଡ-୧୯ କାର୍ଯ୍ୟକ୍ରମରେ ନିୟୋଜିତ ଥିବା ବୋଲେରୋ (ନଂ. ଓଡି୧୭ସି ୬୭୬୭) ଗାଡି ମାନପୁର ଅଞ୍ଚଳରୁ କୋଭିଡ ପରୀକ୍ଷା ସାରି ଫେରୁଥିବାବେଳେ ତୁଷରା ପଟରୁ ରିଷିଡା ଫେରୁଥିବା ତରଣୀସେନ୍‌ଙ୍କ ବାଇକ୍‌କୁ ମୁହଁାମୁହିଁ ଧକ୍କା ଦେଇଥିଲା । ଧକ୍କ୍‌ା ଏତେ ଶକ୍ତିଶାଳୀ ଥିଲା ଯେ ବାଇକ୍‌ରେ ନିଅଁା ଲାଗି ସମ୍ପୂର୍ଣ୍ଣ ଜଳିଯାଇଥିଲା । ଧକ୍କା ପରେ ରାସ୍ତା ଉପରେ ଛିଟିକି ପଡିଥିବା ତରଣୀସେନ୍‌ ଓ ତାଙ୍କ ପୁଅ ଶମ୍ଭୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଯିବା ସହ ଗୁରୁତର ଆହତ ମୁକ୍ତା ଓ ୮ ମାସର ଶିଶୁପୁତ୍ର ଓମ୍‌ଙ୍କୁ ସେଠାରୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପ୍ରଥମେ ତୁଷରା ମେଡିକାଲ ହସ୍ପିଟାଲକୁ ଆଣିଥିଲେ। ସେମାନଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ସେଠାରୁ ଉଭୟଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତରଣ କରାଯାଇଥିଲା। ବାଟରେ ମୁକ୍ତାଙ୍କ ମୃତ୍ୟୁ ହୋଇଯାଇଥିଲା। ଦୁର୍ଘଟଣା ଘଟାଇବା ପରେ ବୋଲେରୋ ଗାଡିର ଡ୍ରାଇଭର ଓ ଅନ୍ୟ କର୍ମଚାରୀ ଫେରାର ହୋଇଯାଇଥିଲେ। ଦୁର୍ଘଟଣା ଖବର ପ୍ରଚାରିତ ହେବା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା । ମୃତକଙ୍କ ପରିବାର ଲୋକ, ସମ୍ପର୍କୀୟ ଏବଂ ତୁଷରା ୟୁଥ ଆକ୍ସନ କମିଟି ପକ୍ଷରୁ ଶ୍ରୀକାନ୍ତ ବାଗ, କାହ୍ନା ପ୍ରଧାନ, ଅଜୟ ଜୟଶ୍ୱାଳ, ବିଶ୍ୱଜିତ ପାତ୍ର, ଦୀପକ ସାହୁ, ଗାମା ମାଝିଙ୍କ ସହ ବହୁ ଲୋକ ତୁଷୁରା ଚିକିତ୍ସାଳୟଠାରେ ଅପରାହ୍ନ ୫ଟାରୁ ରାସ୍ତାରୋକୋ କରିଥିଲେ। ତୁଷୁରା ତହସିଲଦାର ଚନ୍ଦ୍ରମଣି ନାଗ, ବଲାଙ୍ଗୀର ଏସଡିପିଓ ଶ୍ରୀମନ୍ତ ବାରିକ ରାସ୍ତାରୋକୋ ସ୍ଥଳକୁ ଆସି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri