ଭୁଶୁଡ଼ିଲା ପାନୀୟ ଜଳ ପ୍ରକଳ୍ପ

ପରଜଙ୍ଗ,୫।୧୨(ଡି.ଏନ.ଏ.)-ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ବସୁଧା ଯୋଜନାରେ ନିର୍ମାଣ ହୋଇଥିଲା ପାନୀୟ ଜଳ ପ୍ରକଳ୍ପ। ମାସେ ତଳେ ସରିଥିବା ଏହି ପ୍ରକଳ୍ପ ଶତାଧିକ ପରିବାରର ଶୋଷ ମେଣ୍ଟାଉଥିଲା। ହେଲେ ଶୁଖିଲା ପାଗରେ ହଠାତ୍‌ ଭୁଶୁଡ଼ିଗଲା। ଫଳରେ ଲକ୍ଷାଧିକ ଟଙ୍କା ପାଣିରେ ପଡ଼ିଛି। ତା’ ସାଙ୍ଗକୁ ଏହା ଉପରେ ନିର୍ଭର କରୁଥିବା ଲୋକଙ୍କ ଜଳକଷ୍ଟ ମଧ୍ୟ ବଢ଼ିଛି। ଘଟଣା ଘଟିଛି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଲଦା ପଞ୍ଚାୟତ ଅନ୍ତର୍ଗତ କଣ୍ଢେଇଖୋଲ ଗ୍ରାମରେ। ବିଭାଗୀୟ ଅବହେଳା ଏବଂ ନିମ୍ନମାନର କାମ ଯୋଗୁ ଏପରି ସମସ୍ୟା ଉପୁଜିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏଥିରେ ବହୁ ଟଙ୍କାର ଦୁର୍ନୀତି ହୋଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ସେମାନେ ଦାବି କରିଛନ୍ତି।
ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ଯୋଗାଣ ବିଭାଗର ମିଳିତ ଆନୁକୂଲ୍ୟରେ ଚାଲିଥିବା ‘ବସୁଧା’ ଯୋଜନାରେ ଏହି ପ୍ରକଳ୍ପ ନିର୍ମାଣ ହୋଇଥିଲା। ଏଥିରେ ଖର୍ଚ୍ଚ ହୋଇଥିଲା ୧୦ ଲକ୍ଷ ଟଙ୍କା। ଟେଣ୍ଡରଧାରୀ ଠିକାଦାର ପେଟି କଣ୍ଟ୍ରାକ୍ଟରଙ୍କ ଦ୍ୱାରା କାମ କରାଇଥିଲେ। ମାସକ ତଳେ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ସହ ପାଣି ଯୋଗାଣ ହୋଇଥିଲା। ଶୁକ୍ରବାର ସନ୍ଧ୍ୟାରେ ହଠାତ୍‌ ପ୍ରକଳ୍ପ ଭୁଶୁଡ଼ି ପଡ଼ିବା ସହ କୂଅରେ ସମସ୍ତ ସାମଗ୍ରୀ ପୋତି ହୋଇଯାଇଛି। ପ୍ରକଳ୍ପ କାର୍ଯ୍ୟ ନିମ୍ନମାନର ହେଉଥିବା ସମ୍ପର୍କରେ ଗ୍ରାମବାସୀ ବିଭାଗୀୟ ଯନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ। ହେଲେ ଏହାକୁ ଅତି ହାଲ୍‌କା ଭାବେ ନେଇଥିଲେ। ତେଣୁ ଏପରି ଘଟଣା ଘଟିଛି। ଏହି କାର୍ଯ୍ୟରେ ଲକ୍ଷାଧିକ ଟଙ୍କାର ଦୁର୍ନୀତି ହୋଇଛି। ଏଥିରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ବ୍ଲକ ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ତ୍ରିଲୋଚନ ପ୍ରଧାନ କୁହନ୍ତି, କୂଅ ଭିତରେ ଗୋଟିଏ ପାର୍ଶ୍ୱ ଦବିଯାଇଛି। ଠିକାଦାର ଅକ୍ଷୟ କୁମାର ମୁକୁଟଙ୍କୁ ପୁନର୍ବାର ନିର୍ମାଣ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri