ଏସ୍‌ସିବିକୁ ଗୌରବାନ୍ବିତ କରିଛନ୍ତି ପୁରାତନ ଛାତ୍ର

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୬ା୧୨: ରାଜ୍ୟର ସର୍ବ ପୁରାତନ ଚିକିତ୍ସା ପ୍ରତିଷ୍ଠାନ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ବିଶ୍ୱସ୍ତରୀୟ ଓ୍ବେବ୍‌ସାଇଟ, ପୁରାତନ ଛାତ୍ରସଂଘ ଏବଂ ଏହାର ଓ୍ବେବ୍‌ସାଇଟକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏସ୍‌ସିବିକୁ ବିଶ୍ୱସ୍ତରୀୟ ଚକିତ୍ସା ପ୍ରତିଷ୍ଠାନରେ ପରିଣତ କରିବାକୁ ସରକାରଙ୍କ ୫-ଟି ଅଧୀନରେ କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅନୁଷ୍ଠାନର ମାନବ ସେବା ହିଁ ତାକୁ ଏକ ପବିତ୍ର ଅନୁଷ୍ଠାନର ପରିଚୟ ଦେଇଛି। ୭୬ ବର୍ଷ ଧରି ଏହି ଅନୁଷ୍ଠାନ ବହୁ ପ୍ରତିଷ୍ଠିତ ଚିକିତ୍ସକ ସୃଷ୍ଟି କରିପାରିଛି। ସେହି ପୁରାତନ ଛାତ୍ରମାନେ ଦେଶ ବିଦେଶରେ ଏହି ଅନୁଷ୍ଠାନର ଗୌରବ ବଢାଇଛନ୍ତି। ବିଶ୍ୱସ୍ତରୀୟ ଉଦ୍ୟମ ପୁରାତନ ଛାତ୍ରଙ୍କୁ ଏସ୍‌ସିବିରେ କାମ କରିବାକୁ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। ଏସ୍‌ସିବିର ପରିବର୍ତ୍ତନରେ ପୁରାତନ ଛାତ୍ରମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଝାରସୁଗୁଡାରେ ଯୋଗ ଦେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏସ୍‌ସିବି ମେଡିକାଲ କଲେଜର ଗୌରବମୟ ଇତିହାସ ଏବଂ ଉନ୍ନତ ଚିକିତ୍ସା ପ୍ରଣାଳୀ ଉପରେ ଆଲୋକପାତ କରିଥିଲେ। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସ୍ବାଗତ ଭାଷଣ ଦେଇଥିବା ବେଳେ ମେଡିକାଲ କଲେଜର ଅଧ୍ୟକ୍ଷ ଦତ୍ତେଶ୍ୱର ହୋତା ଧନ୍ୟବାଦ ଦେଇଥିଲେ।
୧୯୪୪ରେ ପ୍ରତିଷ୍ଠା ହୋଇଥିବା ଏସସିବି ମେଡିକାଲ କଲେଜ ୭୬ ବର୍ଷରେ ପହଞ୍ଚିଛି। ଉନ୍ନତ ସେବା ପାଇଁ ପୂର୍ବ ଭାରତରେ ଏହା ଲୋକପ୍ରିୟ ଚିକିତ୍ସା ପ୍ରତିଷ୍ଠାନ । ଦିନକୁ ଏଠାକୁ ପ୍ରାୟ ୨୦ ହଜାର ଲୋକ ଚିକିତ୍ସା ପାଇଁ ଆସୁଥିବା ବେଳେ ଗତ ୧୦ ବର୍ଷରେ ୧୭ ନିୟୁତ ରୋଗୀଙ୍କୁ ଚକିତ୍ସା ସୁବିଧା ଯୋଗାଇ ପାରିଛି।

ଏହି କାର୍ଯ୍ୟକ୍ରମରେ ବିଧାୟକ ସୌଭିକ ବିଶ୍ୱାଳ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଆର. ବାଲକ୍ରିଷ୍ଣନ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଞ୍ଚାଳନ କରିଥିଲେ। ଏଥିସହିତ କଟକରେ କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ କମିଶନର ଅନନ୍ୟା ଦାସ, ଅଧୀକ୍ଷକ ଲୁସି ଦାସ, ଏସ୍‌ସିବି ଭେଷଜ ବିଭାଗ ମୁଖ୍ୟ ପ୍ରଫେସର ଜୟନ୍ତ ପଣ୍ଡା, ଏସ୍‌ସିବି ମେଡିକାଲ କଲେଜର ସମସ୍ତ ବିଭାଗୀୟ ମୁଖ୍ୟ, ପିଜି ଛାତ୍ରୀଛାତ୍ର ଓ ହସ୍ପିଟାଲ କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri