ଥାନା ହାଜତରେ ମୃତ୍ୟୁ ଘଟଣା: କେ.ରମେଶଙ୍କ ବ୍ୟବଚ୍ଛେଦ ରିପୋର୍ଟରେ ୧୬ କ୍ଷତଚିହ୍ନ

ପୁରୀ ଅଫିସ,୬ା୧୨: ପୁରୀ ବାସେଳିସାହି ଥାନା ହାଜତରେ ନଭେମ୍ବର ୧୯ରେ କେ. ରମେଶ ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ହେପାଜତରେ ଏହି ଘଟଣା ଘଟିଥିବାରୁ ରାଜ୍ୟରେ ଚର୍ଚ୍ଚାର ଶିରୋନାମା ପାଲଟିଥିଲା। ଘଟଣାର ପ୍ରାୟ ୧୫ଦିନରେ ମୃତକ ରମେଶଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ତେବେ ଏହି ରିପୋର୍ଟରେ ଯାହା ଉଲ୍ଲେଖ ରହିଛି ତାହା ସମସ୍ତଙ୍କୁ ଚକିତ କରିଦେଇଛି। ଏହି ରିପୋର୍ଟ ଅନୁଯାୟୀ ରମେଶଙ୍କ ଶରୀରରେ ୧୬ଟି କ୍ଷତ ଚିହ୍ନ ରହିଥିଲା। ଏହି କ୍ଷତ ଚିହ୍ନଗୁଡ଼ିକ କୌଣସି ଲାଠିର ମାଡ଼ ଓ ଆଘାତ ଯୋଗୁ ସୃଷ୍ଟି ହୋଇପାରେ ବୋଲି ଅନୁମାନ କରାଯାଉଛି। ରମେଶଙ୍କ ମସ୍ତିଷ୍କରେ ୨୫୦ ମିଲିମିଟର ରକ୍ତ ଜମାଟ ବାନ୍ଧିଥିଲା। ମୁଣ୍ଡରେ ଶକ୍ତ ଆଘାତ ଯୋଗୁ ରମେଶଙ୍କ ମୃତ୍ୟୁ ହୋଇଛି। ଏ ସମ୍ପର୍କିତ ରିପୋର୍ଟ ପୋଲିସକୁ ଦିଆଯାଇଥିବା ବେଳେ ଏନେଇ ପୋଲିସ ପକ୍ଷରୁ କୌଣସି ପ୍ରକାର ପ୍ରତିକ୍ରିୟା ମିଳିପାରି ନାହିଁ। ସୂଚନାଯୋଗ୍ୟ, ପୋଲିସ ମାଡରେ କେ. ରମେଶଙ୍କ ମୃତ୍ୟୁ ଅଭିଯୋଗକୁ ତତ୍କାଳୀନ ପୁରୀ ଏସ୍‌ପି ଅଖିଳେଶ୍ୱର ସିଂ ଖଣ୍ଡନ କରିଛନ୍ତି। ସେ କହିଥିଲେ ଯେ, ରମେଶ ଜଣେ ହାର୍ଡକୋର କ୍ରିମିନାଲ ଥିଲେ। ସେ ମାରଣାସ୍ତ୍ର ଧରି ବୁଲୁଥିବାର ଖବର ପାଇ ତାଙ୍କୁ କାବୁ କରିବାକୁ ଯିବା ବେଳେ ପୋଲିସ ସହ ସେ ଧସ୍ତାଧସ୍ତି ହୋଇଥିଲା। ଏହାପରେ ସେ ପଡ଼ିଯାଇ ଆହତ ହୋଇଥିଲେ। ଏହାପରେ ତାଙ୍କୁ ଡାକ୍ତରଖାନା ନେବା ସମୟରେ ତାଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟପକ୍ଷେ ଏହି ଘଟଣାରେ ବାସେଳିସାହି ଥାନାରୁ ନିଲମ୍ବିତ ହୋଇଥିବା ଦୁଇଜଣ ଅଧିକାରୀଙ୍କୁ ବାରମ୍ବାର ଜେରା କରାଯାଇ ଘଟଣା ସମ୍ପର୍କରେ ତଥ୍ୟ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri