ଆଜି ପ୍ରଥମାଷ୍ଟମୀ: ଖୋଜାପଡ଼ିଛି ହଳଦୀପତ୍ର

କେନ୍ଦୁଝର, ୮ା୧୨(ସ୍ବ.ପ୍ର.)-ଓଡ଼ିଆ ଘରେ ବାର ମାସରେ ତେର ପର୍ବ। ସବୁ ପର୍ବରେ ଘର ପିଠାପଣାରେ ମହକି ଉଠେ। ଓଡ଼ିଆଣୀ ଘରେ ବିଭିନ୍ନ ପ୍ରକାରର ପିଠା ମଧ୍ୟରୁ ଏଣ୍ଡୁରୀ ପିଠା ନିଆରା। ପ୍ରଥମାଷ୍ଟମୀରେ ଏଣ୍ଡୁରି ପିଠା ଘରେ ଘରେ ହୋଇଥାଏ। ଏଣୁ ପ୍ରଥମାଷ୍ଟମୀ ଅସିଲେ ଓଡ଼ିଆ ଘରମାନଙ୍କରେ ହଳଦୀପତ୍ର ଖୋଜା ପଡ଼େ। ତେବେ ଏହି ପତ୍ର ଏକଦା ସମସ୍ତଙ୍କ ବାଡ଼ିବଗିଚାରେ ହେଉଥିଲା। ଏଣୁ ଏହାର ଆବଶ୍ୟକତା ଘରେ ବା ଗ୍ରାମରେ ପୂରଣ ହୋଇଥାଏ। ତେବେ ଆଜିକାଲି ହଳଦୀ ପତ୍ରର ଚାହିଦା ମୁତାବକ ମିଳୁ ନ ଥିବାରୁ ହାଟବଜାରରେ ବିକ୍ରି ହେଉଛି। ହଳଦୀପତ୍ର କିଣାବିକା ଏବେ ବ୍ୟବସାୟରେ ପରିଣତ ହୋଇଗଲାଣି। କେନ୍ଦୁଝର ଜିଲାରୁ ବେପାରୀମାନେ ବାହାର ଜିଲାକୁ ହଳଦୀପତ୍ର ନେଇ ବିକି ବେଶ ଲାଭବାନ ହେଉଛନ୍ତି। ଏଣୁ ଏହାର ଦାମ ବୃଦ୍ଧି ପାଇବା ସହ ଅନେକ ସମୟରେ ଚଢ଼ା ଦାମରେ ବିକ୍ରି ହେଉଛି।
ଅରୁଆ ଚାଉଳ ଓ ବିରି ମିଶାଇ ପିଠଉ କରି ସେଥିରେ ନଡିଆ କୋରା ପୁର ଦେଇ ଏହି ପିଠା ପ୍ରସ୍ତୁତ କରାଯାଏ ା ଏହି ଦିନରେ ହଳଦୀପତ୍ର ପିଠା ସହିତ ଚକୁଳି, ମଣ୍ଡା ଆଦି ପିଠା ଓ ଖିରି ଆଦି ଓଡ଼ିଆ ଘରେ ଘରେ ଖାଇଥାନ୍ତି ା ହଳଦୀପତ୍ର ସୁମଧୁର ବାସ୍ନା ପିଠାର ସ୍ବାଦକୁ ଦ୍ୱିଗୁଣିତ କରିଥାଏ। ପ୍ରଥମାଷ୍ଟମୀ ଦିନ ଏହି ହଳଦୀପତ୍ର ପିଠାର ଶୁଭାରମ୍ଭ ହୋଇଥାଏ। ପଢୁଆଁ ଘରର ବଡ ପୁଅ/ଝିଅ ନୂଆ ବସ୍ତ୍ର ପିନ୍ଧି ପୂଜାପାଠ କରି ଏହି ପିଠା ଖାଇଥାନ୍ତି। ଚାଷୀ ତଥା ବନବାସୀମାନେ ଏହି ଦିନରେ ହଳଦୀପତ୍ର କାଟି ଆଣି ହାଟବଜାରରେ ବିକ୍ରି କରନ୍ତି। ତେବେ ଏହି ହଳଦୀପତ୍ରର ଚାହିଦାକୁ ଦେଖି ଚାଷୀମାନେ ବେଶ୍‌ ସକ୍ରିୟ ହୋଇଉଠନ୍ତି ା ତେବେ କିଛି ବର୍ଷ ହେଲା ଏହି ହଳଦୀପତ୍ର ବେପାରୀମାନଙ୍କ କବ୍‌ଜାକୁ ଚାଲିଯାଉଥିବାରୁ ସାଧାରଣ ଲୋକେ ବହୁ ଅସୁବିଧା ଭୋଗୁଛନ୍ତି। ବେପାରୀମାନେ ଚାଷୀ ବା ବନବାସୀଙ୍କଠାରୁ ହଳଦୀପତ୍ର ବହୁତ କମ୍‌ ଦାମରେ କିଣି ଗଛିତ ରଖି କୃତ୍ରିମ ଅଭାବ ସୃଷ୍ଟି କରିଥାନ୍ତି ା ପରେ ହଳଦୀପତ୍ର ବିଡ଼ା ୧୦ ଟଙ୍କାରୁ ୨୦ ଟଙ୍କାରେ କିଣି ବିଡ଼ାକୁ ଖୋଲି ଛୋଟ ଛୋଟ ବିଡ଼ା କରି ବେପାରୀମାନେ ୩ରୁ ୪ ଗୁଣା ଦରରେ ବିକି ବେଶ ମୁନାଫା କମାଇଥାନ୍ତି ବୋଲି ସ୍ଥାନୀୟ ଚାଷୀ କହିଛନ୍ତି। ଏଥିରେ ଚାଷୀ କିମ୍ବା ବନବାସୀ ବହୁ କଷ୍ଟରେ ବଜାରକୁ ବୋହି ଆଣି ସେତେ ଲାଭ ପାଆନ୍ତି ନାହିଁ ା ଏଣୁ ଏହି ଚାଷକୁ ପ୍ରୋତ୍ସାହିତ କରାଗଲେ ବିଶେଷ କରି ବନବାସୀମାନେ ଉପକୃତ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri