ବିଜେଡିରେ ଯୋଗଦେଲେ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ

ରାଜନଗର,୮।୧୨: କେନ୍ଦ୍ରପଡା ଜିଲା ରାଜନଗର ବ୍ଲକ କେରେଡାଗଡ ପଞ୍ଚାୟତର ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସକର୍ମୀ ବିଜେଡିରେ ଯୋଗଦେଇଛନ୍ତି। ରବିବାର ସନ୍ଧ୍ୟାରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ରାଜନଗର ବିଧାୟକ ଧ୍ରୁବସାହୁଙ୍କ ଉପସ୍ଥିତିରେ କଂଗ୍ରେସର କେରେଡାଗଡ ପଞ୍ଚାୟତର ୨ ନଂ. ୱାର୍ଡସଭ୍ୟ ଅନିରୁଦ୍ଧ ରଣା, ୩ ନଂ. ୱାର୍ଡସଭ୍ୟ କଳ୍ପତରୁ ପ୍ରଧାନ, ପୀତବାସ ପ୍ରଧାନ, ସୌଦାଗର ପ୍ରଧାନ, ଗିରିଧାରୀ ପାତ୍ର, କେଦାର ପ୍ରଧାନ, କୈଳାସ ଜେନା, ରମେଶ ନାୟକ, ଟୁକୁନା ପ୍ରଧାନ, ନବ କିଶୋର ନାୟକ, ନିତ୍ୟାନନ୍ଦ ଜେନା, ସହଦେବ ବାରିକ, ଜଗନ୍ନାଥ ସେଠୀ, ନୃସିଂହ ନାୟକ, ବଳରାମ ମାହାରି, ଅମୂଲ୍ୟ ବାରିକ, ଜଗଦେବ ବାରିକ, ବୀରେନ୍ଦ୍ର ମାଝି, ଶରତ ପାତ୍ର, ଅଂଶୁମାନ ନାୟକଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ ବିଜୁ ଜନତା ଦଳରେ ସାମିଲହୋଇଛନ୍ତି। ନବୀନ ସରକାରଙ୍କ ବିକାଶ ଓ ରାଜନଗରବିଧାୟକଙ୍କ ଉନ୍ନତିମୂଳକ କାମରେ ଆକୃଷ୍ଟ ହୋଇ ସେମାନେ କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଥିବା କହିଛନ୍ତି। ଏହି ମିଶ୍ରଣ ପର୍ବର ବ୍ଲକ ବିଜେଡି ଉପସଭାପତି ନିରଞ୍ଜନ ରାଉତ, ବିଜେଡି ନେତା ଅରୁଣ କୁମାର ସାହୁ, ମନମୋହନ ବେହେରା, କଳ୍ପତରୁ ସାମଲ, ସର୍ବେଶ୍ୱର ନାୟକ, ଦୟାନିଧି ସ୍ବାଇଁ ଓ କେରେଡାଗଡ ବିଜେଡି ପଞ୍ଚାୟତ ସଭାପତି ପ୍ରଫୁଲ୍ଲ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri