Posted inଖେଳ

ରିଦ୍ଧିମାନଙ୍କ ଅର୍ଦ୍ଧଶତକ: ମ୍ୟାଚ ଡ୍ର

ସିଡ୍‌ନୀ, ୯।୧୨(ପି.ଟି.)- ଭାରତ ‘ଏ’ ଓ ଅଷ୍ଟ୍ରେଲିଆ ‘ଏ’ ମଧ୍ୟରେ ଅନୁଷ୍ଠିତ ୩ ଦିନିଆ ଓ୍ବାର୍ମଅପ୍‌ କ୍ରିକେଟ ମ୍ୟାଚ ଡ୍ର ରହିଛି। ଦ୍ୱିତୀୟ ଇନିଂସରେ ଭାରତୀୟ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନମାନେ ବଡ଼ ସ୍କୋର କରିବାରେ ବିଫଳ ହୋଇଥିବା ବେଳେ ଉଇକେଟ କିପର ରିଦ୍ଧିମାନ ଶାହା ଅର୍ଦ୍ଧଶତକ ହାସଲ ସହ ଅପରାଜିତ ରହି ସମ୍ମାନ ରଖିଛନ୍ତି।
ପୂର୍ବରୁ ଭାରତ ‘ଏ’ ପ୍ରଥମ ଇନିଂସକୁ ୨୪୭/୯ରେ ଘୋଷଣା କରିଥିବାବେଳେ ଅଷ୍ଟ୍ରେଲିଆ ‘ଏ’ ୯ ଉଇକେଟ ହରାଇ ୩୦୬ ରନ କରିଥିବାବେଳେ ମଙ୍ଗଳବାର ଏହାର ପ୍ରଥମ ଇନିଂସ ଘୋଷଣା କରିଥିଲା। ଭାରତର ଦ୍ୱିତୀୟ ଇନିଂସରେ ଆରମ୍ଭ ଭଲ ହୋଇ ନ ଥିଲା। ଦୁଇ ଯୁବ ଓପନର ପୃଥ୍ବୀ ଶ’୧୯ ଓ ଶୁବମନ ଗିଲ ୨୯ ରନରେ ଆଉଟ ହୋଇଥିବାବେଳେ ନିର୍ଭରଯୋଗ୍ୟ ଚେତେଶ୍ୱର ପୂଜାରା ଖାତା ଖୋଲିପାରି ନ ଥିଲେ। ମିଡିଲ ଅର୍ଡରରେ ହନୁମା ବିହାରୀ ୨୮ ଓ ପ୍ରଥମ ଇନିଂସରେ ଶତକ ହାସଲକାରୀ ଅଜିଙ୍କ୍ୟ ରାହାନେ ୨୮ ରନକରି ପ୍ୟାଭିଲିୟନ ଫେରିଥିଲେ। ଲୋୟର ଅର୍ଡରରେ କୌଣସି ବ୍ୟାଟ୍ସମ୍ୟାନ ଅଷ୍ଟ୍ରେଲୀୟ ବୋଲରଙ୍କୁ ସାମ୍‌ନା କରିପାରି ନ ଥିଲେ। ରିଦ୍ଧିମାନ ୧୦୦ ବଲ୍‌ ଖେଳି ୭ ଚୌକା ସହାୟତାରେ ୫୪ ରନ କରି ଅପରାଜିତ ଥିବାବେଳେ ଭାରତ ୧୮୯/୯ରେ ଦ୍ୱିତୀୟ ଇନିଂସ ଘୋଷଣା କରିଥିଲା। ଅଷ୍ଟ୍ରେଲିଆ ‘ଏ’ ପକ୍ଷରୁ ମାର୍କ ଷ୍ଟେକେଟି ୫ ଉଇକେଟ ସଫଳତା ପାଇଥିବାବେଳେ ମାଇକେଲ ନେସେର ଓ କାମେରନ ଗ୍ରୀନ୍‌ ୨ଟି ଲେଖାଏ ଉଇକେଟ ନେଇଥିଲେ।
୧୩୧ ରନର ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଅଷ୍ଟ୍ରେଲିଆ ‘ଏ’ ଖେଳ ଶେଷ ବେଳକୁ ୧ ଉଇକେଟ ହରାଇ ୫୨ ରନ କରିଥିଲା। କାର୍ତ୍ତିକ ତ୍ୟାଗୀଙ୍କ ବଲ୍‌ ହେଲ୍‌ମେଟରେ ବାଜିବାରୁ ଓ୍ବିଲ୍‌ ପୁକୋଭସ୍କି ୨୩ ରନରେ ରିଟାୟର୍ଡ ହର୍ଟ ହୋଇଥିବାବେଳେ ମାର୍କୁସ ହାରିସ ୨୫ ରନରେ ଅପରାଜିତ ରହିଥିଲେ। ଭାରତର ଉମେଶ ଯାଦବଙ୍କୁ ଉଇକେଟଟି ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri