Posted inଖେଳ

କ୍ରିକେଟକୁ ବାଏ ବାଏ କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୨: ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ପାର୍ଥିବ ପଟେଲ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ଗୁଜୁରାଟର ଏହି ଖେଳାଳି ସୋସିଆଲ ମିଡିଆରେ ଏକ ଲମ୍ବା ପୋଷ୍ଟ ଲେଖି ତାଙ୍କର ୧୮ବର୍ଷର କ୍ୟାରିଅରକୁ ସମାପ୍ତ କରିଥିଲେ। ୩୫ ବର୍ଷୀୟ ପଟେଲ ୨୫ଟି ଟେଷ୍ଟ, ୩୮ଟି ଏକଦିବସୀୟ ଏବଂ ଦୁଇଟି ଟି -୨୦ ଅନ୍ତର୍ଜାତୀୟରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ଗୁଜୁରାଟ ପାଇଁ ୧୯୪ ଟି ପ୍ରଥମ ଶ୍ରେଣୀ ମ୍ୟାଚ ଖେଳିଥିବା ପାର୍ଥିବଙ୍କ ଘରୋଇ କ୍ରିକେଟରେ ଅତୁଳନୀୟ ରେକର୍ଡ ରହିଛି। ଚଳିତବର୍ଷ ସେ ରଣଜୀ ଟ୍ରଫିରେ ଗୋଆ ବିପକ୍ଷରେ ୨୭ତମ ପ୍ରଥମ ଶ୍ରେଣୀ ଶତକ ହାସଲ କରିଥିଲେ। ଏହାସହି ୧୧ ହଜାର ପ୍ରଥମ ଶ୍ରେଣୀ ରନ ମଧ୍ୟ ସମାପ୍ତ କରିଥିଲା। ପାର୍ଥିବ ପଟେଲଙ୍କୁ ୨୦୦୨ରେ ପ୍ରଥମେ ଭାରତୀୟ ଦଳରେ ଚୟନ କରାଯାଇଥିଲା।, ସେତେବେଳକୁ ତାଙ୍କୁ ୧୭ ବର୍ଷ ୧୫୩ ଦିନ ବୟସ ହୋଇଥିଲା, ଯାହା ଏକ ରେକର୍ଡ ଅଟେ। ପରେ ସେ ମଧ୍ୟ ଏକଦିବସୀୟ ଦଳର ସ୍ଥାୟୀ ଉଇକେଟ କିପର ବ୍ୟାଟ୍ସମ୍ୟାନ ହୋଇଥିଲେ, କିନ୍ତୁ ପରେ ୨୦୦୪ରେ ଦୀନେଶ କାର୍ତ୍ତିକ ଏବଂ ପରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରବେଶ ପରେ ସେ ସ୍ଥାନ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri