ସୁନ୍ଦରୀର ଯତ୍ନ ନେବାକୁ ନବୀନଙ୍କୁ ଚିଠି ଲେଖିଲେ ଶିବରାଜ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସୁନ୍ଦରୀର ଯତ୍ନ ନେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ। ସୁନ୍ଦରୀକୁ ମଧ୍ୟପ୍ରଦେଶ ଫେରାଇନେବା ପର୍ଯ୍ୟନ୍ତ ତା’ର ଯତ୍ନ ନେବା ଲାଗି ଶିବରାଜ ଚିଠିରେ ଅନୁରୋଧ କରିଛନ୍ତି। ଓଡ଼ିଶାରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପକୁ ତ୍ୱରାନିତ କରିବା ସହିତ ବାଘ ବଂଶ ବୃଦ୍ଧି ଲାଗି ରାଜ୍ୟ ସରକାରଙ୍କ ଆଗ୍ରହ କ୍ରମେ ମଧ୍ୟପ୍ରଦେଶ ସରକାର ୨୦୧୮ରେ ଏକ ଯୋଡ଼ା ବାଘ ପ୍ରଦାନ କରିଥିଲେ।

ବାଘୁଣୀ ସୁନ୍ଦରୀ ସହିତ ତା’ର ଏକ ପୁରୁଷ ସାଥୀ ଓଡ଼ିଶା ଆସିଥିଲା। ଓଡ଼ିଶାର ସାତକୋଶିଆ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ କିଛି ଦିନ ରହିବା ପରେ ବାଘର ମୃତ୍ୟୁ ଘଟିଥିଲା। ପରେ ବାଘୁଣୀ ସୁନ୍ଦରୀ ସାଧାରଣରେ ଗୋଟେ ପରେ ଗୋଟେ କ୍ଷତି ଘଟାଇ ଚାଲିଥିଲା। ପରେ ତାକୁ ସାତକୋଶିଆରୁ ସ୍ଥାନାନ୍ତର କରି ଅନ୍ୟତ୍ର ନିଆଯାଇଥିଲା। ବର୍ତ୍ତମାନ ଓଡ଼ିଶା ସରକାର ଏବଂ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣଙ୍କ ଅନୁରୋଧ କ୍ରମେ ମଧ୍ୟପ୍ରଦେଶ ସରକାର ସୁନ୍ଦରୀକୁ ନିଜ ରାଜ୍ୟକୁ ଫେରାଇ ନେବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri