‘ଲୋକାୟୁକ୍ତଙ୍କ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ କଂଗ୍ରେସର ନୈତିକ ବିଜୟ’

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ରାଜ୍ୟରେ କରୋନା ମହାମାରୀ ସମୟରେ ବହୁଚର୍ଚ୍ଚିତ ମାସ୍କ, ପିପିଇ କିଟ୍‌ ଓ ଅନ୍ୟାନ୍ୟ କୋଭିଡ୍‌ ସାମଗ୍ରୀ କିଣାରେ ବହୁ କୋଟି ଟଙ୍କା ଦୁର୍ନୀତିରେ ରାଜ୍ୟ ସରକାରଙ୍କର ସମ୍ପୃକ୍ତିକୁ ନେଇ ପ୍ରଦେଶ କଂଗ୍ରେସ କମିଟି ଲୋକାୟୁକ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଲୋକାୟୁକ୍ତ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇ ଏହି କେଳେଙ୍କାରୀର ଭିଜିଲାନ୍ସ ତଦନ୍ତ ପାଇଁ ସୁପାରିସ କରିବା ଘଟଣା କଂଗ୍ରେସର ଏକ ନୈତିକ ବିଜୟ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି।
ବୁଧବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ନିରଞ୍ଜନ କହିଛନ୍ତି, ଆଇନ ଅଦାଲତରେ ନୈତିକ ବିଜୟ ପରେ ଏହି ଦୁର୍ନୀତି ପ୍ରସଙ୍ଗକୁ ଲୋକଙ୍କ ଅଦାଲତକୁ ନେବାକୁ କଂଗ୍ରେସ ନିରନ୍ତର ଉଦ୍ୟମ ଜାରି ରଖିଛି। ଭିଜିଲାନ୍ସ ତଦନ୍ତର ନିରପେକ୍ଷତାକୁ ନେଇ ପୂର୍ବରୁ ବହୁ ପ୍ରଶ୍ନ ସୃଷ୍ଟି ହୋଇଥିଲେ ମଧ୍ୟ ଦୁର୍ନୀତିର ସତ୍ୟାସତ୍ୟ ଲୋକଲୋଚନକୁ ଆସିବ ବୋଲି ଆମେ ଦୃଢ଼ ଆଶାବାଦୀ। ମାସ୍କ, ପିପିଇ କିଟ୍‌ ଓ କୋଭିଡ୍‌ ସାମଗ୍ରୀ କିଣାରେ ହୋଇଥିବା ଦୁର୍ନୀତିରେ ଜରୁରିକାଳୀନ କ୍ରୟ କମିଟି, ମନ୍ତ୍ରୀସ୍ତରୀୟ କମିଟି ଓ ଏପରିକି କ୍ୟାବିନେଟ୍‌ କମିଟିର ଅନୁମୋଦନ ଥିବା ଘଟଣାକୁ ସରକାରୀ ଅଧିକାରୀମାନେ ଲୋକାୟୁକ୍ତଙ୍କ ଆଗରେ ପ୍ରକାଶ କରିବା ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହୋଇଥିବାରୁ ଭିଜିଲାନ୍ସ ସଂପୃକ୍ତ ବ୍ୟକ୍ତିମାନଙ୍କୁ ତଦନ୍ତ ପରିସରଭୁକ୍ତ କରିବା ଜରୁରୀ। ରାଜ୍ୟ ସରକାରଙ୍କ ଅସଲ ଚେହେରା, ଚରିତ୍ର ଓ ଚାଲ୍‌ର ପର୍ଦ୍ଦାଫାଶ ତଦନ୍ତରୁ ସ୍ପଷ୍ଟ ଜଣାପଡ଼ିବ ବୋଲି ନିରଞ୍ଜନ କହିଛନ୍ତି। ସ୍ବଚ୍ଛ ସରକାରର ଫମ୍ପା ଡିଣ୍ଡିମ ପିଟୁଥିବା ରାଜ୍ୟ ସରକାର ଓ ବିଜୁ ଜନତା ଦଳ ଲୋକଙ୍କ ଟିକସରୁ ଆଦାୟ ଅର୍ଥକୁ ହରିଲୁଟ୍‌ କରିଥିବା ମସୁଧାକୁ ଓଡ଼ିଶାବାସୀ କଦାପି ବରଦାସ୍ତ କରିବେ ନାହିଁ ବୋଲି ସେ କହିିଛନ୍ତି। ଆସନ୍ତା ଫେବୃୟାରୀ ମଧ୍ୟରେ ଭିଜିଲାନ୍ସ ଲୋକାୟୁକ୍ତଙ୍କୁ ସବିଶେଷ ତଦନ୍ତର ତଥ୍ୟ ପ୍ରଦାନ ପର୍ଯ୍ୟନ୍ତ କଂଗ୍ରେସ ଓଡ଼ିଶାବାସୀଙ୍କ ନିକଟରେ ଉକ୍ତ ପ୍ରସଙ୍ଗକୁ ନେଇ ଜୋରଦାର ଆନ୍ଦୋଳନାତ୍ମକ ପଦକ୍ଷେପ ଜାରି ରଖିବ। ଏହି ଖବରଦାତା ସମ୍ମିଳନୀରେ ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନ୍‌ଗୋ ଓ ପୂର୍ବତନ ବିଧାୟକ ଯଜ୍ଞେଶ୍ୱର ବାବୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri