ରାସ୍ତା ମଝିରେ ମହିଳାଙ୍କ ଉନ୍ମତ୍ତକାଣ୍ଡ: ପାଟିତୁଣ୍ଡ କରି ରାସ୍ତା ମଝିରେ ଶୋଇଲେ

ଚୌଦ୍ୱାର,୧୨।୧୨(ଡି.ଏନ୍‌.ଏ.): ୫୫ନମ୍ବର ଜାତୀୟ ରାଜପଥର ଚୌଦ୍ୱାର ପୌରାଞ୍ଚଳ ଅନ୍ତର୍ଗତ ଧୂମାବତୀ ଛକ ରାସ୍ତା ମଝିରେ ଶୁକ୍ରବାର ଜଣେ ମହିଳାଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଛି। ଏଥିଯୋଗୁ ରାସ୍ତା ଉଭୟ ପାର୍ଶ୍ୱରେ ଶହଶହ ଗାଡ଼ି ମୋଟର ଅଧଘଣ୍ଟାଏ ପର୍ଯ୍ୟନ୍ତ ଯାତାୟାତରେ ବାଧାପ୍ରାପ୍ତ ହୋଇଥିଲା। ଶୁକ୍ରବାର ଅପରାହ୍ନ ୪ଟାରେ ଜଣେ ମହିଳା ହଠାତ୍‌ ପାଟିତୁଣ୍ଡ କରିବା ସହ ରାସ୍ତା ମଝିରେ ଶୋଇ ଯାଇଥିଲେ। ଫଳରେ ଉକ୍ତ ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ହୋଇ ଯାଇଥିଲା। ଘଟଣା ସମ୍ପର୍କରେ ଖବରପାଇ ସ୍ଥାନୀୟ ଲ’ ସଂଗଠନର ସଦସ୍ୟ ମାନସ ସାହୁ ଓ ଧନେଶ୍ୱର ସାହୁ ପହଞ୍ଚତ୍ ମହିଳାଙ୍କୁ ବୁଝାଶୁଝା କରି ରାସ୍ତାରୁ ଉଠାଇବା ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ମହିଳା ଜଣକ ହେଲେ ଭୁବନେଶ୍ୱର ଶହୀଦ୍‌ ନଗର ତାରିଣୀ ବଜାରର ଲକ୍ଷ୍ମୀ ହରିପାଳ। ତାଙ୍କ କହିବା ଅନୁଯାୟୀ, ତାଙ୍କ ସ୍ବାମୀ ନିର୍ଯାତନା ଦେବାରୁ ଶୁକ୍ରବାର ସେ ଆଠଗଡ଼ସ୍ଥିତ ଶାଶୁଘରୁ ଅଟୋରିକ୍ସାରେ ଯାଉଥିଲେ। ତେବେ ଧୂମାବତୀ ଛକ ପାଖରେ ଅଟୋ ଡ୍ରାଇଭର ଜଣକ ତାଙ୍କୁ ମାଡ଼ମାରି ତାଙ୍କର ବ୍ୟାଗ୍‌ ଓ ମନିପର୍ସ ଛଡ଼ାଇନେଇ ରାସ୍ତା ଉପରେ ଓହ୍ଲାଇଦେଇ ଚାଲି ଯାଇଥିଲେ। ଲ’ ସଂଗଠନର ସଦସ୍ୟମାନେ ତାଙ୍କ ପାଇଁ ଖାଦ୍ୟପେୟର ବ୍ୟବସ୍ଥା କରିବା ସହ ତାଙ୍କୁ ବସ୍‌ରେ ଭୁବନେଶ୍ୱର ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri