ବିଜେଡି କେବଳ ମିଥ୍ୟା ପ୍ରତିଶ୍ରୁତି ଦିଏ

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ):  ରାଜ୍ୟରେ ଶାସନ କରିବା ପାଇଁ ଓଡ଼ିଶାର ଜନତା ନବୀନବାବୁଙ୍କୁ ଭୋଟ ଦେଇଛନ୍ତି। କିନ୍ତୁ ଏଠି ସରକାରୀ ବାବୁମାନେ ଶାସନ କରୁଛନ୍ତି। କୋଇଲା, ଜଙ୍ଗଲ, ଚିଟ୍‌ଫଣ୍ଡ, ଜମି ଭଳି ଅନେକ ଦୁର୍ନୀତିରେ ବିଜେଡି ନେତାମାନଙ୍କର ସମ୍ପୃକ୍ତି ରହିଛି। ସେହିପରି ପରୀ ହତ୍ୟାକାଣ୍ଡରେ ହତ୍ୟାକାରୀଙ୍କୁ ସରକାର ସୁରକ୍ଷା ଦେଇ ଚାଲିଛନ୍ତି। ଏହା ପରେ ନବୀନବାବୁ ଚୁପ୍‌ ରହିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଓଡ଼ିଶା ରାଜ୍ୟ ଭାଜପା ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଅଭିଯୋଗ କରିଛନ୍ତି।
ଶନିବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ନେତାମାନେ ଦୁର୍ନୀତି ଓ ଭ୍ରଷ୍ଟାଚାରରୁ ଦେଶକୁ ମୁକ୍ତ କରିବା ପାଇଁ ପ୍ରୟାସ ଜାରି ରଖିିଛନ୍ତି। ଓଡ଼ିଶାର ଜନତା କୁଶାସକଙ୍କୁ ଗାଦିରୁ ହଟାଇ ସୁଶାସନ ପାଇଁ ଆଗାମୀ ଦିନରେ ଭାଜପାକୁ ସୁଯୋଗ ଦେବାକୁ ପୁରନ୍ଦେଶ୍ୱରୀ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି। ସେ ପୁଣି କହିଛନ୍ତି, ୨୦୧୯ ନିର୍ବାଚନ ପୂର୍ବରୁ ବିଜେଡି କଚ୍ଚାଘରକୁ ପକ୍କା କରିବା ନେଇ ରାଜ୍ୟବାସୀଙ୍କୁ ପ୍ରତିଶ୍ରୁତି ଦେଇ ଭୋଟ ହାତେଇଥିଲା। ଏହାସତ୍ତ୍ୱେ ଆଜି ବି ଗରିବ ଲୋକଟିଏ ପକ୍କାଘର ପାଇବାରୁ ବଞ୍ଚିତ ହୋଇଛନ୍ତି। ଗ୍ରାମାଞ୍ଚଳରେ ଏବେ ବି ୨ ଲକ୍ଷ ଘର ନିର୍ମାଣ ହେବା ପାଇଁ ବାକି ରହିଛି। ଗରିବ ଲୋକଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ୱ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିଛନ୍ତି। ମୋଦି ନାଁ ନେଇଯିବା ଭୟରେ ରାଜ୍ୟ ସରକାର ଓଡ଼ିଶାରେ ଏହାକୁ ଲାଗୁ କରୁନାହାନ୍ତି। ସେହିପରି ରାଜ୍ୟବାସୀଙ୍କୁ ପାଇପ ଯୋଗେ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ୧୨୫୦ ପଞ୍ଚାୟତରେ ଉପଯୁକ୍ତ ପାନୀୟଜଳ ମିଳୁନାହିଁ। ୧୫୦୦ ପଞ୍ଚାୟତରେ ପାଇପ୍‌ଲାଇନ ପହଞ୍ଚି ନାହିଁ। ଏବେ କେତେ ଘରକୁ ପାନୀୟ ଜଳ ଯୋଗାଇ ଦିଆଯାଇଛି ତାହାର ଉତ୍ତର ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଆଗରେ ରଖନ୍ତୁ ବୋଲି ସେ କହିଛନ୍ତି।
ଦୀର୍ଘ ୨୦ ବର୍ଷ ଶାସନରେ ମୁଖ୍ୟମନ୍ତ୍ରୀ କେତେ ଲକ୍ଷ ହେକ୍ଟର ଜମିକୁ ପାଣି ଯୋଗାଇଛନ୍ତି ତାହା ରାଜ୍ୟବାସୀଙ୍କ ଆଗରେ ସ୍ପଷ୍ଟ କରନ୍ତୁ। ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି। ମହିଳା ଓ ନାବାଳିକା ବଳାତ୍କାର ଏବଂ ହତ୍ୟା ଘଟଣା ଦିନକୁ ଦିନ ବଢିବାରେ ଲାଗିଛି। ଓଡ଼ିଶାରେ ବିଗତ କିଛିମାସ ମଧ୍ୟରେ ୫୩୦୩ ଶିଶୁ ନିଖୋଜ ହେଲେଣି। ପୋଲିସ ପ୍ରଶାସନର ଅବହେଳା ଏବଂ ତଦନ୍ତରେ ଶିଥିଳତା ପାଇଁ ପ୍ରତ୍ୟେକ ଦିନ ଶିଶୁମାନଙ୍କ ସହ ଆପରାଧିକ ଘଟଣା ବଢିବାରେ ଲାଗିଛି ବୋଲି ସେ କହିଛନ୍ତି।
ଖବରଦାତା ସମ୍ମିଳନୀରେ ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ, ରବି ନାଏକ, ଗୋଲକ ମହାପାତ୍ର ଓ ଲେଖାଶ୍ରୀ ସାମନ୍ତସିଂହାର ଏବଂ ରାଜ୍ୟ ମୁଖପାତ୍ର ଠାକୁର ରଞ୍ଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ ା

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri