୮ କୁଇଣ୍ଟାଲ ଗଞ୍ଜେଇ ଜବତ: ଟ୍ରକ୍‌ ଛାଡ଼ି ଅଭିଯୁକ୍ତ ଫେରାର

ଚିତ୍ରକୋଣ୍ଡା,୧୩।୧୨(ଡି.ଏନ.ଏ.)-ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ଶନିବାର ରାତିରେ ଇସାର ଛକ ନିକଟରୁ ଗଞ୍ଜେଇ ଚାଲାଣ ହେଉଥିବା ଏକ ଟ୍ରକ୍‌(ଆର୍‌ଜେ-୦୫ ଜିଆର୍‌ ୬୦୯୫) ଜବତ କରିଛି। ସେଥିରୁ ୮କୁଇଣ୍ଟାଲ ଗଞ୍ଜେଇ ମିଳିଛି। ତେବେ ପୋଲିସକୁ ଦେଖି ଟ୍ରକ୍‌ ଡ୍ରାଇଭର, ହେଲ୍‌ପର ଓ ଗଞ୍ଜେଇ ନେଇଯାଉଥିବା ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ପୋଲିସ ଆଖପାଖରେ ସେମାନଙ୍କୁ ଖୋଜାଖୋଜିକରି ପାଇ ନ ଥିଲେ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ। ଏନେଇ ଥାନାରେ ୧୩୯/୨୦ରେ ଏକ ମାମଲା ରୁଜୁ ହୋଇଛି। ଏହି ଗଞ୍ଜେଇ ଚାଲାଣରେ ଆନ୍ତଃରାଜ୍ୟ ର଼୍ୟାକେଟ୍‌ର ସମ୍ପୃକ୍ତି ରହିଥିବା ପୋଲିସ ସନ୍ଦେହ କରୁଛନ୍ତି। ଚଢ଼ାଉରେ ଥାନା ଅଧିକାରୀ ସୂର୍ଯ୍ୟପ୍ରକାଶ ନାୟକ, ଏସ୍‌ଆଇ ସଂଗ୍ରାମ କେଶରୀ ପାଇକରାୟ, ଏସ୍‌ଆଇ ରାଜେନ୍ଦ୍ର ପାଙ୍ଗୀଙ୍କ ସମେତ ଅନ୍ୟମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ମନମୋହୁଛି ମାଲ୍ୟବନ୍ତ ମହୋତ୍ସବ: ଆଜି ଆସିବେ ଓଡ଼ିଆ ସୁପରଷ୍ଟାର ବାବୁଶାନ

କାଲିମେଳା, ୪।୧୨(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲାର ସବୁଠାରୁ ବଡ଼ ସାଂସ୍କୃତିକ ଗଣପର୍ବ ମାଲ୍ୟବନ୍ତ ମହୋତ୍ସବ ଏବେ ପୂରା ଜିଲା ସମେତ ବ୍ଲକ ସ୍ତରରେ ମହାଆଡମ୍ବର...

ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା: ଆତ୍ମସମର୍ପଣ କଲେ ୩୭ ମାଓବାଦୀ

ମାଲକାନଗିରି,୨୨ା୧୧(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ସୀମାନ୍ତ ତେଲଙ୍ଗାନାରେ ୩୭ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ପୋଲିସ ପାଇଁ ଏହା ବଡ ସଫଳତା ହୋଇଥିବା ମାଓବାଦୀ ସଂଗଠନକୁ ଶକ୍ତ...

ଜଳପ୍ରପାତରେ ନିଖୋଜ: ୩ ଦିନ ପରେ ମିଳିଲା ଆଉ ଜଣେ ଛାତ୍ରଙ୍କ ମୃତଦେହ

ଗୋବିନ୍ଦପାଲି,୨୧।୧୧(କାର୍ତ୍ତିକ ରଥ): ମାଲକାନଗିରି ଜିଲା ଗୋବିନ୍ଦପାଲି ନିକଟ ଗୁମ୍ମାଝରଣ ଜଳପ୍ରପାତରେ ବୁଡି ୨ ଛାତ୍ର ନିଖୋଜ ଘଟଣାରେ ବୁଧବାର ଜଣେ ଛାତ୍ରଙ୍କ ମୃତଦେହ ମିଳିଥିବା ବେଳେ...

ଚଳନ୍ତା ବସ୍‌ରେ ଡ୍ରାଇଭରଙ୍କୁ ଆସିଲା ହାର୍ଟଆଟାକ୍‌: ନିଜେ ଚାଲିଗଲେ, ହେଲେ…

ପଟାଙ୍ଗି,୨୦।୧୧(ଶରତ କୁମାର ଧଳ): ମଲାକାନଗିରି ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଚଳନ୍ତା ବସ୍‌ରେ ଡ୍ରାଇଭରଙ୍କୁ ହାର୍ଟଆଟାକ୍‌ ଆସିଥିଲା। ସେ ନିଜେ ଚାଲିଗଲେ, ହେଲେ ବଞ୍ଚାଇଦେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri