କୋଲାବ ଜଳଭଣ୍ଡାରରେ ବୁଡ଼ିିଗଲେ ୨ ନାବାଳକ

ସୁନାବେଡା, ୧୪ା୧୨(ସ୍ବ.ପ୍ର.)-ମାଲକାନଗିରି ଜିଲା ସୁନାବେଡ଼ା ପୌର ପରିଷଦ ସେମିଳିଗୁଡା ହନୁମାନ ନଗର ନିକଟସ୍ଥ କୋଲାବ ଜଳଭଣ୍ଡାରରେ ବୁଡ଼ିି ୨ଜଣ ନାବାଳକଙ୍କ ସୋମବାର ମୃତ୍ୟୁ ହୋଇଛି। ସେମାନେ ହେଲେ ନୟାଗଡ ଅଞ୍ଚଳର ପ୍ରଭାତ କୁମାର ଦଳାଇଙ୍କ ପୁଅ ଶୁଭ୍ରାଂଶୁ ଶେଖର ଦଳାଇ (୧୬ ) ଏବଂ ରାଉରକେଲାର ରଞ୍ଜନ କୁମାର ବେହେରାଙ୍କ ପୁଅ ଆଶିଷ ବେହେରା (୧୩)। ଖବରରୁ ଜଣାପଡିଛି, ସେମିଳିଗୁଡା ହନୁମାନ ନଗର ବାସିନ୍ଦା ରାମଚନ୍ଦ୍ର ନାୟକଙ୍କ ପୁଅ ଉମାକାନ୍ତ ନାୟକଙ୍କ ୧୧ରେ ବାହାଘର ଭୋଜି ଥିଲା। ଏଥିରେ ଯୋଗ ଦେବାକୁ ତାଙ୍କ ସମ୍ପର୍କୀୟମାନେ ସେମିଳିଗୁଡା ଆସିଥିଲେ। ସୋମବାର ପୂର୍ବାହ୍ନ ୧୧ଟାରେ ଶୁଭ୍ରାଂଶୁ ଓ ଆଶିଷ ନିକଟସ୍ଥ କୋଲାବ ଜଳଭଣ୍ଡାର ନିକଟରେ ଖେଳୁଥିବା ବେଳେ ହଠାତ ଜଣେ ପାଣି ଭିତରକୁ ଖସି ପଡିଥିଲେ। ଅନ୍ୟ ଜଣେ ତାଙ୍କୁ ଉଦ୍ଧାର କରିବାକୁ ଯାଇ ସେ ମଧ୍ୟ ପାଣି ଭିତରକୁ ଖସିପଡିଥିଲେ। ଫଳରେ ଉଭୟେ ବୁଡିଯିବାରୁ ସେମାନଙ୍କ ମୃତ୍ୟୁ ହୋଇଥିଲା। ଖବରପାଇ ସେମିଳିଗୁଡା ଅଗ୍ନିଶମ ବିଭାଗ କର୍ମଚାଚାରୀମାନେ ସେମାନଙ୍କୁ ଜଳଭଣ୍ଡାରରେ ଖୋଜାଖୋଜି କରି ପାଇଥିଲେ। ଉଭୟଙ୍କୁ ସୁନାବେଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ୯/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri