୩୦୦କୁ କମିଲା କରୋନା ପଜିଟିଭ୍‌ ସଂଖ୍ୟା , ୪ ମୃତ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ୍‌ ସଂଖ୍ୟା କମିବାର ଲାଗିଛି। ମଙ୍ଗଳବାର ରାଜ୍ୟରେ ୩୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୪ ହଜାର ୩୮୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳ ଜିଲାରୁ ସର୍ବାଧିକ ୪୪ ଜଣ ଥିବା ବେଳେ ବାଲେଶ୍ୱରରୁ ୨୩, ବରଗଡ଼ରୁ ୧୧, ଭଦ୍ରକରୁ ୧, ବଲାଙ୍ଗୀରରୁ ୧୨, କଟକରୁ ୨୦ , ଦେବଗଡ଼ରୁ ୧ , ଢେଙ୍କାନାଳରୁ ୩ ଓ ଗଞ୍ଜାମରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୧୧, ଯାଜପୁରର ୭, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୬, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୩୬, କୋରାପୁଟରୁ ୪ , ମୟୂରଭଞ୍ଜରୁ ୧୭ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୨ , ନୟାଗଡ଼ରୁ ୧, ନୂଆପଡ଼ାରୁ ୧୧, ପୁରୀରୁ ୧୯, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୫ ଓ ସୁବର୍ଣ୍ଣପୁରରୁ ୧, ସୁନ୍ଦରଗଡ଼ରୁ ୩୪ ଓ ଷ୍ଟେଟ୍‌ ପୁଲ୍‌ରୁ ୯ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୮୧୫କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ ମୟୂରଭଞ୍ଜରୁ ୨ ଓ ଜଗତ୍‌ସିଂହପୁର ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri