ଝରପଲ୍ଲୀ, ରାଧାମୋହନପୁର ରାସ୍ତା ଶୋଚନୀୟ

ବ୍ରହ୍ମପୁର ଅଫିସ/ଗୋପାଳପୁର,୧୫।୧୨: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମିତ ଝରପଲ୍ଲୀଠାରୁ ରାଧାମୋହନପୁର ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏହା ଗୋଳନ୍ଥରା ଥାନା ଗୋବିନ୍ଦନଗର ପଞ୍ଚାୟତ ଅନ୍ତର୍ଗତ ଝିଙ୍କିପଦର, ଝରପଲୀ, ରାଧାମୋହନପୁର ଓ ଗୋବିନ୍ଦନଗରକୁ ସଂଯୋଗ କରୁଛି।
ମିଳିଥିବା ତଥ୍ୟନୁଯାୟୀ, ୨୦୧୮ରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଏକ କୋଟି ୮୭ ଲକ୍ଷ୍ୟ ଟଙ୍କା ବ୍ୟୟରେ ୨.୯୭୫ କି.ମି. ରାସ୍ତା କାର୍ଯ୍ୟ ଆରମ୍ଭ ହୋଇଥିଲା। ପିଚୁ ରାସ୍ତା ୨.୩୮୫ ଓ ୦.୫୯୦ କି.ମି. କଂକ୍ରିଟ ରାସ୍ତା ରହିଛି। ୨୦୧୬ ଡିସେମ୍ବର ୭ରେ କାମ ଆରମ୍ଭ ହୋଇଥିଲା। ୨୦୧୮ ଜୁନ୍‌ ୩୦ରେ କାମ ଶେଷ ହୋଇଥିବା ନେଇ ସୂଚନା ଫଳକରେ ବିରଣୀ ରହିଛି। କିନ୍ତୁ କାମ ନିର୍ଦ୍ଧାରିତ ସମୟଠାରୁ ବିଳମ୍ବରେ ଶେଷ ହୋଇଥିବା ନେଇ ସ୍ଥାନୀୟ ବାସିନ୍ଦା କହିଛନ୍ତି। ରାସ୍ତା ନିର୍ମାଣ ପରେ ଆସନ୍ତା ୫ ବର୍ଷ ଯାଏ ବ୍ୟୟ ଅଟକଳ ଧାର୍ଯ୍ୟ କରାଯାଇଛି। କିନ୍ତୁ ରାସ୍ତା ନିର୍ମାଣର ଦୁଇ ବର୍ଷ ବିତିଯାଇଥିଲେ ସୁଦ୍ଧା ରକ୍ଷଣାବେକ୍ଷଣ ଅଭାବରୁ ଏହା ଶୋଚନୀୟ ହୋଇପଡିଛି। ଦୁଇ ପାର୍ଶ୍ୱ ଦବିଯାଇଥିବା ବେଳେ ପିଚୁ ଉଠି ଗଲାଣି। ଫଳରେ ଅନେକ ସମୟରେ ଏହି ରାସ୍ତା ଦେଇ ଯାତାୟାତ କରୁଥିବା ସାଧାରଣ ଜନତା ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ମରାମତି ନେଇ ସ୍ଥାନୀୟ ବାସିନ୍ଦା ବାରମ୍ବାର ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଥିଲେ ସୁଦ୍ଧା କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନାହିଁ। ଏ ନେଇ ବ୍ରହ୍ମପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଭାରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ତ୍ରିଲୋଚନ ନାୟକଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ରାସ୍ତା ମରାମତି ରକ୍ଷଣାବେକ୍ଷଣ ୫ ବର୍ଷ ସମୟ ଧାର୍ଯ୍ୟ ରହିଛି। ଖୁବ୍‌ ଶୀଘ୍ର ଏହାର ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri