Posted inରାଜ୍ୟ

ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲେ ବର୍ଷା

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ଏବେ ଚରମ ସୀମାରେ ପହଞ୍ଚତ୍ଛି। ମଙ୍ଗଳବାର ଅନୁଭବଙ୍କ ବିରୋଧରେ ରାଜ୍ୟ ମହିଳା କମିଶନର ଦ୍ୱାରସ୍ଥ ହୋଇଛନ୍ତି ବର୍ଷା। ତେବେ ସେ କ’ଣ ଅଭିଯୋଗ ରଖିଛନ୍ତି ତାହା ଜଣାପଡି ନ ଥିଲେ ମଧ୍ୟ ମାମଲା କୋର୍ଟରେ ବିଚାରାଧୀନ ଥାଇ ମଧ୍ୟ ସେ ଘରୋଇ ହିଂସାର ଶିକାର ହେଉଥିବା ନେଇ କମିଶନଙ୍କୁ ଜଣାଇଥିବା କୁହାଯାଉଛି। ବର୍ଷା ସୋମବାର ଦିନ ପ୍ରାୟ ଗୋଟାଏବେଳେ ମହିଳା କମିଶନରଙ୍କ ନିକଟକୁ ଯାଇ ଅଧଘଣ୍ଟା କାଳ ଆଲୋଚନା କରି ବାହାରିଥିଲେ। ଅଭିଯୋଗ ସଂକ୍ରାନ୍ତରେ ମହିଳା କମିଶନର ଅଧ୍ୟକ୍ଷା ମିନତୀ ବେହେରା ଓ ବର୍ଷାଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେମାନଙ୍କ ପ୍ରତିକ୍ରିୟା ମିଳିପାରିନି।
ସୂଚନାଯୋଗ୍ୟ, ପୂର୍ବରୁ ଅନୁଭବଙ୍କ ବିରୋଧରେ ବର୍ଷା ଘରୋଇ ହିଂସା ଅଭିଯୋଗ ନେଇ ଅଦାଲତଙ୍କ ଆଶ୍ରୟ ନେଇଥିଲେ। ଅନୁଭବ ମଧ୍ୟ ବର୍ଷାଙ୍କ ବିରୋଧରେ ପଟିଆଲା କୋର୍ଟରେ ଅଭିଯୋଗ କରିଥିଲେ। କୋର୍ଟରେ ଉଭୟଙ୍କ ମାମଲା ବିଚାରାଧୀନ ଥିବାବେଳେ ଉଭୟଙ୍କ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ଅନୁଭବଙ୍କ ଫ୍ୟାନ୍‌ ଜାଣିଶୁଣି ସୋସିଆଲ ମିଡିଆରେ ତାଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଦେଉଥିବା ନେଇ ବର୍ଷା ପୁରୀଘାଟ ଥାନାରେ ଅଭିଯୋଗ କରିଥିଲେ। ଅନୁଭବ ମଧ୍ୟ ସୋସିଆଲ୍‌ ମିଡିଆରେ ବର୍ଷାଙ୍କ ବିରୋଧରେ ଭିଡିଓ ମାଧ୍ୟମରେ ମନ୍ତବ୍ୟ ଦେଇଥିଲେ। ଏହା ଭିତରେ ଅନୁଭବଙ୍କ ନାଁ ସହ ସାମ୍ବାଦିକା ଜାଗୃତିଙ୍କ ନାଁକୁ ଯୋଡ଼ି ଚର୍ଚ୍ଚା ହେଉଥିବାରୁ ଦୁଇଦିନ ପୂର୍ବେ ଜାଗୃତି ସ୍ପଷ୍ଟୀକରଣ ରଖିଥିଲେ। ଏବେ ବର୍ଷା ମହିଳା କମିଶନରେ ଅଭିଯୋଗ କରିବା ବିବାଦର ଆଉଏକ ନୂଆ ମୋଡ଼ ଆଣିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri