ଏଟିଏମ୍‌ କାଟି ସାଢ଼େ ୨୬ ଲକ୍ଷ ଲୁଟ୍‌

ଢେଙ୍କାନାଳ ଅଫିସ, ୧୬ା୧୨: ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଧୀନ ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ନିମବାହାଳି ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ)ର ଏକ ଏଟିଏମ୍‌ରୁ ବଡ଼ ଧରଣର ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ଗ୍ୟାସ୍‌ କଟର ସହାୟତାରେ ଏଟିଏମ୍‌ କ୍ୟାଶ ଚ୍ୟାମ୍ପର କାଟି ୨୬ ଲକ୍ଷ ୫୬ ହଜାର ଟଙ୍କା ନେଇଯାଇଛନ୍ତି। ସୋମବାର ବିଳମ୍ବିତ ରାତିରେ ଘଟିଥିବା ଏହି ଘଟଣା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି।
ନିମବାହାଳି ବ୍ୟାଙ୍କ ଶାଖା ପରିଚାଳକ ଅମିତୋଷ ମହାନ୍ତି କହିଛନ୍ତି, ସୋମବାର ଏଟିଏମ୍‌ରେ ଟଙ୍କା ଭର୍ତ୍ତି କରାଯାଇଥିଲା। ମଙ୍ଗଳବାର ଲୁଟ୍‌ ସମ୍ପର୍କରେ ଜଣାପଡ଼ିବା ପରେ ପୋଲିସକୁ ସୂଚନା ଦିଆଯାଇଥିଲା। ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ଏସ୍‌ପି ଜଗମୋହନ ମୀନା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ଛାନ୍‌ଭିନ୍‌ କରିଛନ୍ତି। ସନ୍ଧାନୀ କୁକୁର, ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ତଦନ୍ତ କରାଯାଇଛି। ସିସିଟିଭି ଫୁଟେଜ ଆଧାରରେ ପୋଲିସ ଅଭିଯୁକ୍ତଙ୍କ ପାଖରେ ପହଞ୍ଚତ୍ବାକୁ ଉଦ୍ୟମ କରୁଛି।
ଏ ସଂକ୍ରାନ୍ତରେ ଅନୁଗୋଳସ୍ଥିତ ଏଟିଏମ୍‌ ଚ୍ୟାନେଲ ୍ଯଯାନେଜର ଫୁଲଗୁନୀ ପଟ୍ଟନାୟକ କୁହନ୍ତି, ଏଟିଏମ୍‌ରୁ ୨୬ଲକ୍ଷ ୫୬ହଜାର ଟଙ୍କା ଲୁଟ୍‌ ହୋଇଥିବା ଜଣାପଡ଼ିଛି। ପୋଲିସକୁ ସିସିଟିଭି ଫୁଟେଜ୍‌ ଦିଆଯାଇଛି। ତଦନ୍ତରେ ସମସ୍ତ ସହଯୋଗ କରାଯାଉଛି। ଏସ୍‌ପି ମୀନା କୁହନ୍ତି, ସିସିଟିଭି କ୍ୟାମେରା ଯାଞ୍ଚ କରାଯାଉଛି। ସଦର ଏସ୍‌ଡିପିଓଙ୍କ ନେତୃତ୍ୱରେ ବିଭିନ୍ନ ସ୍ଥାନରେ ଚଢାଉ ପାଇଁ ୩ ଟିମ୍‌ କରାଯାଇଛି। ଏ ସଂକ୍ରାନ୍ତରେ ମୋଟଙ୍ଗା ଥାନାରେ ନଂ. ୨୫୬/୨୦ରେ ଏକ ମାମଲା ରୁଜୁ କରାଯାଇଛି।
ଢେଙ୍କାନାଳ ଜିଲାର ବିଭିନ୍ନ ମଠମନ୍ଦିରରେ ଥିବା ହୁଣ୍ଡିଗୁଡ଼ିକୁ ଦୁର୍ବୃତ୍ତମାନେ ଟର୍ଗେଟ କରୁଥିଲେ। ଏବେ ସେମାନଙ୍କ ନଜର ଏଟିଏମ୍‌ ଉପରେ ପଡ଼ିଛି। ଗ୍ୟାସ୍‌ କଟରରେ ଏଟିଏମ୍‌ କାଟିବା ଏବଂ ଏଥିରୁ କୌଶଳକ୍ରମେ ଟଙ୍କା ବାହାର କରାଯାଇଛି। ଏଥିରେ ପେସାଦାର ଅପରାଧିଙ୍କ ହାତ ଥିବା ଅନୁମାନ କରାଯାଉଛି। ବ୍ୟସ୍ତବହୁଳ ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଉକ୍ତ ଏଟିଏମ୍‌ରୁ ଏଭଳି ଲୁଟ୍‌ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଶସ୍ତା ହେବ ଔଷଧ, କମ୍ପାନୀଗୁଡ଼ିକ ସହ ଏକ ଆଶ୍ଚର୍ଯ୍ୟଜନକ ଚୁକ୍ତି କରିଛନ୍ତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଔଷଧ ମୂଲ୍ୟ ହ୍ରାସ ପାଇଁ ସବୁଠାରୁ ବଡ଼ ପଦକ୍ଷେପ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ରୋଗୀମାନଙ୍କୁ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ତାହେରପୁରରେ ଲ୍ୟାଣ୍ଡ କରିପାରିଲାନି ମୋଦିଙ୍କ ହେଲିକପ୍ଟର, ହଠାତ୍….

ନୂଆଦିଲ୍ଲୀ, ୨୦।୧୨:  ଖରାପ ପାଗ ଯୋଗୁଁ ଲ୍ୟାଣ୍ଡ କରିପାରିଲାନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହେଲିକପ୍ଟର । ଘନ କୁହୁଡ଼ି ଯୋଗୁଁ ପଶ୍ଚିମବଙ୍ଗର ତାହେରପୁରରେ ଅବତରଣ କରିପାରିନଥିଲା।...

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ପାକିସ୍ତାନକୁ କଲେ ଖୁବ ପ୍ରଶଂସା, ଟ୍ରମ୍ପଙ୍କୁ କହିଲେ ଶାନ୍ତି ଦୂତ, ରୁବିଓଙ୍କ ବୟାନକୁ ନେଇ ହେଉଛି ଖୁବ ଚର୍ଚ୍ଚା!

ଓ୍ବାଶିଂଟନ,୨୦।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦକୁ ଉଲ୍ଲେଖ କରି ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri