Posted inଜାତୀୟ

ଦିଦି-ଓଓ୍ବାଇସି ବାକ୍‌ ଯୁଦ୍ଧ

ନୂଆଦିଲ୍ଲୀ,୧୬।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସିଙ୍କ ମଧ୍ୟରେ ବାକ୍‌ ଯୁଦ୍ଧ ନେଇ ଏବେ ଦେଶବ୍ୟାପି ଚର୍ଚ୍ଚା ଜାରି ରହିଛି। ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ଲଢ଼ିବା ନେଇ ଓଓ୍ବାଇସି ଘୋଷଣା କରିଥିଲେ। ଏହାକୁ ନେଇ ମମତା କହିଥିଲେ ଯେ, ମୁସଲମାନ୍‌ ଭୋଟ ବିଭାଜ କରିବା ପାଇଁ ଭାଜପା ଓଓ୍ବାଇସିଙ୍କୁ କୋଟି କୋଟି ଟଙ୍କାର ଦେଉଛି। ତେଣୁ ଓଓ୍ବାଇସି ଏଭଳି କରୁଛନ୍ତିି। ବିହାରରେ ଓଓ୍ବାଇସିଙ୍କ ଯୋଗୁ ଭାଜପା ମେଣ୍ଟ ସରକାର ଗଠନ ହୋଇଛି। ଏବେ ଭାଜପା ଓଓ୍ବାଇସିଙ୍କୁ ପଶ୍ଚିମବଙ୍ଗ ମୁହାଁ କରିଛି। ତେବେ ମମତାଙ୍କ ଏଭଳି ମନ୍ତବ୍ୟ ନେଇ ଓଓ୍ବାଇସି କ୍ଷୁବ୍ଧ ହୋଇଛନ୍ତି। ସେ କହିଛନ୍ତି ଯେ,ଓଓ୍ବାଇସିକୁ କିଣିବା ଭଳି କେହି ଜନ୍ମ ହୋଇ ନାହାନ୍ତି। ତାଙ୍କ ଦଳ ଦେଶର ଜନସାଧାରଣଙ୍କକ ସେବା କରୁଥିବା ସେ କହିଛନ୍ତି। ମମତା ନିଜ ଘରକୁ ନେଇ ଚିନ୍ତା କରିବା ଆବଶ୍ୟକ ବୋଲି ଲକ୍ଷ୍ନୌରେ ଆୟୋଜିତ ଏକ ଗଣମାଧ୍ୟମ ସମ୍ମିଳନୀରେ ଓଓ୍ବାଇସି କହିଛନ୍ତି। ତୃଣମୂଳ କଂଗ୍ରେସର ବହୁ ନେତା ଏବେ ଘରଛାଡ଼ି ଭାଜପା ଶିବିର ମୁହାଁ ହେଉଛନ୍ତି। ଏହାଯୋଗୁ ମମତା ମାନସିକ ଭାରସାମ୍ୟ ହରାଇ ବସିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?

ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...

ୟୁନୁସଙ୍କ ଗୋଟିଏ ଭୁଲ, ଯାହା ପାଇଁ ଦଣ୍ଡ ପାଉଛି ବାଂଲାଦେଶ

ଢାକା,୨୬।୧୨: ବାଂଲାଦେଶ ଆଜି ହିଂସା ଏବଂ ଉଗ୍ରବାଦର ନିଆଁରେ ଜଳୁଛି। ମହମ୍ମଦ ୟୁନୁସଙ୍କ ଦ୍ୱାରା କରାଯାଇଥିବା ଭୁଲର ପରିଣାମ ବାଂଲାଦେଶ ଏବେ ଭୋଗୁଛି। ହିନ୍ଦୁ ହୁଅନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri