Posted inଜାତୀୟ

କହୁକହୁ କହିଦେଲେ ସତ: କମଳନାଥଙ୍କ ସରକାରଙ୍କୁ କ୍ଷମତାଚ୍ୟୁତ କରିଥିଲେ ମୋଦି

ଇନ୍ଦୋର,୧୭।୧୨: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ସରକାରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷମତାଚ୍ୟୁତ କରିଥିଲେ। ଏସମ୍ପର୍କରେ ଭାଜପା ମହାସଚିବ କୈଳାଶ ବିଜୟଭର୍ଗିୟ କହିଛନ୍ତି। ଇନ୍ଦୋରଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏଭଳି କହିଛନ୍ତି। ଏହା ସହିତ ସେ ଉପସ୍ଥିତ ଲୋକଙ୍କ ଏହା କାହାକୁ ନ କହିବାକୁ କହିଥିଲେ। ସେ ଏପର୍ଯ୍ୟନ୍ତ ଏହି ସତ ବାହାରେ ପ୍ରକାଶ କରି ନ ଥିବା ମଧ୍ୟ କହିଥିଲେ। କମଳନାଥ ସରକାରକୁ ଭାଙ୍ଗିବାରେ ମୋଦିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି ସେ କହିଛନ୍ତି। ଏବେ କୈଳାଶଙ୍କ ମନ୍ତବ୍ୟ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଚଳିତ ବର୍ଷ ଜୁନ୍‌ରେ ମଧ୍ୟପ୍ରଦେଶରେ ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ତାଙ୍କର ୨୨ ଜଣ ସମର୍ଥକଙ୍କୁ ନେଇ ଜ୍ୟୋତିରାଦିତ୍ୟ ଭାଜପାରେ ଯୋଗଦେଇଥିଲେ। ଏହା ଦ୍ୱାରା ମୁଖ୍ୟମନ୍ତ୍ରୀ କମଳନାଥ ସରକାରଙ୍କ ପତନ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri