Posted inଖେଳ

୧୦ ଓଭରରେ ଆସିଲା ପ୍ରଥମ ଚୌକା

ଆଡିଲେଡ,୧୭।୧୨: ଭାରତ-ଅଷ୍ଟ୍ରେଲିଆ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ ଆଡିଲେଡରେ ଖେଳା ଯାଉଥିବା ବେଳେ ପ୍ରଥମ ଓଭରରେ ଭାରତକୁ ଝଟକା ଲାଗଥିଲା। ଓପନର ପୃଥ୍ବୀ ଶ’ କୌଣସି ରନ ନ କରି ଆଉଟ ହୋଇଯାଇଛନ୍ତି। ପ୍ରଥମ ଓଭରର ଦ୍ୱିତୀୟ ବଲ୍‌ରେ ମିଚେଲ ଷ୍ଟାର୍କଙ୍କ ବଲରେ ସେ ବୋଲ୍ଡ ହୋଇଥିଲେ। ଶ’ଙ୍କ ସହିତ ମ୍ୟାଚ ଓପନ କରିବାକୁ ଆସିଥିବା ମୟଙ୍କ ଅଗ୍ରୱାଲ କ୍ରିଜ୍‌ରେ ଅଛନ୍ତି। ଖବର ଲେଖାଯିବା ସୁଦ୍ଧା ଭାରତ ୧୩ ଓଭରରେ ଗୋଟିଏ ଉଇକେଟ ହରାଇ ମାତ୍ର ୨୫ ରନ କରିଛି। ସୂଚନାଯୋଗ୍ୟ, ଟିମ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହି ମ୍ୟାଚ ପାଇଁ ଟିମ୍‌ରେ ଶ’, ମୟଙ୍କ ଓ ଚେତେଶ୍ୱରଙ୍କ ସହିତ ଅଜିଙ୍କେ ରାହାଣେ, ହନୁମା ବିହାରୀ, ଋଦ୍ଧିମାନ ସାହା, ରବିଚନ୍ଦ୍ରନ ଅଶ୍ୱିନ, ଉମେଶ ଯାଦବ, ମହମ୍ମଦ ଶାମି ଓ ଯଶପ୍ରୀତ୍‌ ବୁମ୍‌ରା ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ନୂଆବର୍ଷରେ ଶନିଙ୍କ ସିଧା ଚଳନରେ ବଦଳିଯିବ ଭାଗ୍ୟ; ଏହି ୩ ରାଶିଙ୍କର ବାଜିବ ଲଟେରୀ, ବଢିଚାଲିବ ସମ୍ପତ୍ତି!

ନଅଟି ଗ୍ରହ ମଧ୍ୟରେ ଶନିକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି ବିବେଚନା କରାଯାଏ। ଶନି ସବୁଠାରୁ ଧୀର ଗତିରେ ଗତି କରନ୍ତି, ପ୍ରତି ଅଢ଼େଇ ବର୍ଷରେ...

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

ଏଇ ଭାରତରେ

କୃଷିକ୍ଷେତ୍ରରେ କୃଷକମାନେ ପାରମ୍ପରିକ ପଦ୍ଧତିରେ କୀଟନାଶକ ସିଞ୍ଚନ କରିବା ଯୋଗୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏଥିରେ ଅଧିକ କୀଟନାଶକ ବ୍ୟହାର ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri