ବିଦ୍ୟାଳୟ ସ୍ଥାନାନ୍ତରଣକୁ ବିରୋଧ:ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

ଅନୁଗୋଳ ଅଫିସ, ୨୫।୬ ଅନୁଗୋଳ ଜିଲା ପରାବିଲ ଗ୍ରାମରେ ଥିବା ପ୍ରାଥମିକ ସ୍କୁଲ ସ୍ଥାନାନ୍ତରଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏ ନେଇ ଗ୍ରାମ୍ୟ କମିଟି ସୋମବାର ଜିଲାପାଳଙ୍କଠାରେ ଫେରାଦ ହୋଇଛି। ସ୍ଥାନୀୟ ପବିତ୍ରନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହି ସ୍କୁଲକୁ ମିଶାଇବାକୁ ଯୋଜନା କରାଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବିଦ୍ୟାଳୟରେ ୭୬ ଛାତ୍ରୀଛାତ୍ର ଥିବାବେଳେ କେଉଁ କାରଣରୁ ପରାବିଲ ପ୍ରାଥମିକ ବିଦ୍ୟାଳୟଟିକୁ ସ୍ଥାନାନ୍ତର କରାଯାଉଛି ସେ ନେଇ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷଜନକ ଉତ୍ତର ଦେଉ ନ ଥିବା ଅଭିଯୋଗ ହୋଇଛି।
ଗ୍ରାମବାସୀ କହିଛନ୍ତି ଯେ, ରାସ୍ତା କଡ଼ରେ ବିଦ୍ୟାଳୟ ଥିବାରୁ ଛାତ୍ରୀଛାତ୍ରମାନଙ୍କୁ ଅଭିଭାବକମାନେ ସୁବିଧାରେ ନେବା ଆଣିବା କରି ପାରୁଛନ୍ତି। ବିଦ୍ୟାଳୟଟି ସ୍ଥାନାନ୍ତର ହୋଇଗଲେ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବାଧା ଉପୁଜିବା ସହ ଅଭିଭାବକମାନେ ଅସୁବିଧାର ସମ୍ମୁଖୀନ ହେବେ। ତେଣୁ ବିଦ୍ୟାଳୟକୁ ଉକ୍ତ ସ୍ଥାନରୁ ଅନ୍ୟତ୍ର ନ ନେବା ପାଇଁ ଗ୍ରାମର ବହୁ ମହିଳା ଓ ପୁରୁଷ ଜିଲାପାଳଙ୍କଠାରେ ଦାବି କରିଛନ୍ତି। ଦାବି ପୂରଣ ନ ହେଲେ ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ନିର୍ବାଚନ ଥିବାରୁ ମୁହଁ ଦେଖାଇଲେ ନେତା

ଅନୁଗୋଳ,୨୮।୪ (ଅମିତ କୁମାର ସାମଲ)ଅନୁଗୋଳ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଦୀର୍ଘବର୍ଷ ହେଲା କାର୍ଯ୍ୟ ଚାଲିଥିଲେ ମଧ୍ୟ ଶେଷ...

ଉଚ୍ଛେଦକୁ ୬ ବର୍ଷ ବିତିଲା, ନିର୍ମାଣ ହେଉନି

ବଇଣ୍ଡା,୨୮।୪(ପରିକ୍ଷିତ ସାହୁ)ରାଜପଥ ନିର୍ମାଣ ପାଇଁ କରାଯାଇଥିଲା ଉଚ୍ଛେଦ। ଭଙ୍ଗା ଯାଇଥିଲା ରାସ୍ତା ପାର୍ଶ୍ୱରେ ଥିବା ଅନେକ ଯାତ୍ରୀ ବିଶ୍ରାମାଗାର। ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ମଧ୍ୟ ମାଟିରେ ମିଶାଇ...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri