Posted inଜାତୀୟ

ବିକାଶ ପାଇଁ ନୂତନ ରାସ୍ତା ପ୍ରସ୍ତୁତ କରୁଛି ଭାରତ: ମୋଦି

ନୂଆଦିଲ୍ଲୀ,୧୯।୧୨: ଦେଶର ସାମୁହିକ ବିକାଶ ପାଇଁ ଭାରତ ଯୋଜନାବଦ୍ଧ ଭାବେ ଉଦ୍ୟମ ଅବ୍ୟାହତ ରଖିଛି। ବିକାଶ ଧାରା ଜାରି ରଖିବା ଲାଗି ଭାରତ ନୂତନ ରାସ୍ତା ପ୍ରସ୍ତୁତ କରିଛି। ଆସୋଚାମର ସ୍ଥାପନା ସପ୍ତାହ ଉପଲକ୍ଷେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ଆତ୍ମନିର୍ଭର ଭାରତ ଗଠନ ସମସ୍ତଙ୍କର ମୁଖ୍ୟ ଲକ୍ଷ୍ୟ ହେବା ଆବଶ୍ୟକ ବୋଲି ସେ କହିଛନ୍ତି। ପୂର୍ବରୁ ନିବେଶକମାନେ ହ୍ବାଏ ଇଣ୍ଡିଆ (ଭାରତ କାହିଁକି) ବୋଲି କହୁଥିବାବେଳେ ଏବେ ଏଥିରେ ବହୁ ପରିବର୍ତ୍ତନ ଘଟିଛି। ଏବେ ନିବେଶକ ହ୍ବାଏ ନଟ୍‌ ଇଣ୍ଡିଆ( ଭାରତ କାହିଁକି ନୁହେଁ) ବୋଲି କହୁଛନ୍ତିି। ଏହା ଦେଶର ବିକାଶ ଧାରାକୁ ସୂଚିତ କରୁଥିବା ମୋଦି କହିଛନ୍ତି। ଭାରତ ସ୍ଥାନୀୟ ଉତ୍ପାଦକୁ ବିଶ୍ୱସ୍ତରରେ ପହଞ୍ଚାଇବା ଯୋଜନା ନେଇ ଆଗେଇ ଚାଲିଛି। ନୂଆ ଭାରତ ନିଜର ସାମର୍ଥ୍ୟ ଉପରେ ଭରସା ରଖିଛି। ଆମର ଧ୍ୟାନ ଉତ୍ପାଦନ ବୃଦ୍ଧି ଉପରେ କେନ୍ଦ୍ରୀତ ହୋଇ ରହିଥିବା ମୋଦି କହିଛନ୍ତି। ଭାରତର ବିକାଶ କାହାଣୀ ଏବେ ସାରା ଦୁନିଆ ପାଇଁ ଉଦାହରଣ ସୃଷ୍ଟି କରିବା ସହିତ ଏକ ଆତ୍ମବିଶ୍ୱାସ ମଧ୍ୟ ଆଣିଦେଇଛି ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri