ବାଗ୍ରୀବେଡ଼ା ଗ୍ରାମକୁ ନାହିଁ ରାସ୍ତା

ଦଶମନ୍ତପୁର, ୧୯।୧୨ ( ଡ଼ି.ଏନ.ଏ ): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ନନ୍ଦିଗାଁ ପଞ୍ଚାୟତର ବାଗ୍ରୀବେଡ଼ା ଗ୍ରାମର ଗ୍ରାମବାସୀ ଅନେକ ସମସ୍ୟା ମଧ୍ୟରେ କାଳ କାଟୁଛନ୍ତି। ବିଭିନ୍ନ ସରକାରୀ ଯୋଜନା ସେମାନଙ୍କ ନିକଟରେ ଅପହଞ୍ଚ ହୋଇ ରହିଛି। ୭୯ ପରିବାରକୁ ନେଇ ଗଢି ଉଠିଥିବା ଏହି ଗ୍ରାମ ପଞ୍ଚାୟତଠାରୁ ମାତ୍ର ୫ କିମି ଦୂରରେ ରହିଛି।ନନ୍ଦିଗାଁ ପଞ୍ଚାୟତଠାରୁ ମାଳି ବିଶାଳି ଗାଁ ପର୍ଯ୍ୟନ୍ତ ପକ୍କା ରାସ୍ତା ରହିଥିବା ସେଠାରୁ ବାଗ୍ରୀବେଡ଼ା ଗ୍ରାମକୁ ରାସ୍ତା ନାହିଁ। ବିପଦପୂର୍ଣ୍ଣ ଜଙ୍ଗଲିଆ ରାସ୍ତାକୁ ଅତିକ୍ରମ କଲେ ବାଗ୍ରୀବେଡ଼ାରେ ପହଞ୍ଚତ୍ ହେବ। ମାଳିବିଶାଳି ଛକରୁ ବାଗ୍ରୀବେଡ଼ା ଯିବାବେଳେ ବାଟରେ ବିଜାଗଛ ଝୋଲା, ଜାମଗଛ ଝୋଲା ଏବଂ ଡୁମୁରିଗଛ ଝୋଲା ପଡେ। ଏହି ଝୋଲା ପାରି ହୋଇ ଯିବାକୁ ପଡୁଥିବାରୁ ଗ୍ରାମବାସୀ ପ୍ରାୟ ସେତେ ଜରୁରୀ ନ ପଡିଲେ ପଞ୍ଚାୟତ କିମ୍ବା ବ୍ଲକ କାର୍ଯ୍ୟାଳୟକୁ ଯାଆନ୍ତିନାହିଁ । ଏହି ଝୋଲା ଯୋଗୁ ଏଯାଏ ଗ୍ରାମକୁ ୩ ଚାକିଆ ଯାନ ଯାଇପାରୁନାହିଁ। ଗାଁରେ କୌଣସି ରୋଗୀଙ୍କୁ ଡାକ୍ତରଖାନା ନେବାକୁ ହେଲେ ଆମେ ଦୋଳାରେ ମାଳିବିଶାଳି ଛକ ଯାଏ ୩କିମି ବୋହି ନେଇ ଡାକ୍ତରଖାନା ନେଇଥାଉ ବୋଲି ଗ୍ରାମର ଧନୁର୍ଜୟ କମାର, ଶ୍ରୀରାମ ମୁଦୁଲି, ତ୍ରିନାଥ ଜାନି, ସଞ୍ଜୀବ ମୁଦୁଲି, ଭାଲୁ ମୁଦୁଲି ପ୍ରମୁଖ କହିଛନ୍ତି। ଏପରି କି ଡାକ୍ତରଖାନା ନେବା ବେଳେ ଏହି ଝୋଲା ଯୋଗୁ କେତେକ ରୋଗୀଙ୍କ ଅଧାବାଟରେ ମୃତ୍ୟୁ ଘଟିଛି ବୋଲି ସେମାନେ କହିଛନ୍ତି। ପ୍ରଧାନ ମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଝୋଲା ଉପରେ କଲଭର୍ଟ ନିର୍ମାଣ କରାଯାଇ ଗ୍ରାମକୁ ରାସ୍ତା ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ନ ହେଲେ ଆମେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବୁ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ବିଡିଓ ଡ଼ମ୍ବରୁଧର ମଲ୍ଲିକଙ୍କ ମତାମତ ନେବାକୁ ତାଙ୍କୁ ଯୋଗାଯୋଗ କରିବାରୁ ତାଙ୍କ ସହ ଯୋଗାଯୋଗ ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri