Posted inଖେଳ

ଆଡିଲେଡ୍‌ ଟେଷ୍ଟରେ ଭାରତର ଲଜ୍ଜାଜନକ ରେକର୍ଡ: ୩୬/୯ ଦ୍ୱିତୀୟ ଇନିଂସ ଘୋଷଣା

ଆଡିଲେଡ୍‌,୧୯।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଏଠାରେ ଚାଲିଥିବା ପ୍ରଥମ ତଥା ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ର ଦ୍ୱିତୀୟ ଇନିଂସରେ ଭାରତ ଖରାପ ପ୍ରଦର୍ଶନ କରିଛି। ଶନିବାର ମ୍ୟାଚ୍‌ର ତୃତୀୟ ଦିନରେ ବ୍ୟାଟିଂ କରିବାକୁ ଆସିଥିବା ଭାରତୀୟ ଦଳ ମାତ୍ର ୩୬ ରନ୍‌ରେ ୯ ଉଇକେଟ ହରାଇ ପାଳି ଘୋଷଣା କରିଛି। ପ୍ରଥମ ଇନିଂସରେ ୫୩ରନ୍‌ରେ ଅଗ୍ରଣୀ ରହିଥିଲା ଭାରତ। ଏଣୁ ଘରୋଇ ଦଳକୁ ମାତ୍ର ୯୦ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି।

ମ୍ୟାଚ୍‌ର ଦ୍ୱିତୀୟ ଦିନରେ ଭାରତୀୟ ବୋଲରଙ୍କ ସମ୍ମୁଖୀନ ହୋଇ ନ ପାରି ୧୯୧ରନ୍‌ କରି ଅଲ୍‌ଆଉଟ୍‌ ହୋଇଥିଲା ଅଷ୍ଟ୍ରେଲିଆ ଦଳ। ପରେ ଭାରତୀୟ ଦଳ ଦ୍ୱିତୀୟ ଇନିଂସ ଖେଳ ୯/୧ରୁ ଆରମ୍ଭ କରିଥିଲା। ହେଲେ ୧୫ରନ୍‌ କରି ୪, ୧୯ ରନ୍‌ରେ ୬, ୩୧/୯ ଉଇକେଟ୍‌ ହରାଇଥିଲା ଦଳ। ପ୍ରଥମେ ଜସପ୍ରିତ ବୁମରାହ(୨) ପେଟ୍‌ କମିନ୍ସଙ୍କ ବଲ୍‌ରେ ଆଉଟ୍‌ ହୋଇଥିଲେ। ପରେ ଚେତେଶ୍ୱର ପୂଜାରା(୦), ମୟଙ୍କ ଅଗ୍ରଓ୍ବାଲ(୯), ଅଜିଙ୍କ୍ୟ ରାହାଣେ(୦), ବିରାଟ କୋହଲି(୪), ରିଦ୍ଧିମାନ ଶାହା(୪), ରବିଚନ୍ଦ୍ରନ ଅଶ୍ୱିନ(୦), ହନୁମା ବିହାରୀ(୮) ଆଉଟ୍‌ ହୋଇଥିଲେ। ତେବେ ମହମ୍ମଦ ଶାମି ଆହତ ହେବା ଯୋଗୁ ଭାରତୀୟ ଦଳ ୩୬/୯ରେ ପାଳି ଘୋଷଣା କରିବାକୁ ବାଧ୍ୟ ହୋଇଛି। ଅଷ୍ଟ୍ରେଲିଆ ପକ୍ଷରୁ ଜୋଶ ହେଜଲଉଡ୍‌ ୫ ଓଭରରେ ୮ ରନ ଦେଇ ୫ ଉଇକେଟ ନେଇଛନ୍ତି। ସେହିଭଳି କମିନ୍ସ ୧୦.୨ ଓଭରରେ ୨୧ ରନ୍‌ ଦେଇ ୪ ଉଇକେଟ୍‌ ନେଇଛନ୍ତି।

୧୯୭୪ରେ ଇଲଂଣ୍ଡ ବିପକ୍ଷରେ ଭାରତୀୟ ଦଳ ସର୍ବନିମ୍ନ ସ୍କୋର ୪୨ ରନ୍‌ କରିଥିଲା। ଆଡିଲେଡ୍‌ ଟେଷ୍ଟରେ ଦଳ ଏହାକୁ ଭାଙ୍ଗି ସର୍ବନିମ୍ନ ସ୍କୋରର ଲଜ୍ଜାଜନକ ରେକର୍ଡ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….

ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri