ଅଶାନ୍ତ ରାଉରକେଲା: ରାତି ଅଧରେ ଫୁଟିଲା ଗୁଳି; ସୁନା ଦୋକାନୀଙ୍କୁ ହତ୍ୟା ପରେ ଲୁଟ୍‌

ରାଉରକେଲା ଅଫିସ,୧୯।୧୨: ଅଶାନ୍ତ ହୋଇ ପଡିଛି ରାଉରକେଲା ସହର। ଲୁଟେରାମାନେ ରାସ୍ତାଘାଟରେ ନିର୍ଭୟରେ ଓ ଅବାଧରେ ବୁଲିବା ସହ ଲୋକମାନଙ୍କୁ ଲୁଟୁଛନ୍ତି ଓ ଗୁଳି ଫୁଟାଇ ହତ୍ୟା କରୁଛନ୍ତି। ପୁଲିସ ମଧ୍ୟ ସେମାନଙ୍କର ଟେର୍‌ ବି ପାଉନାହିଁ। ଏଭଳି ଏକ ଘଟଣାକ୍ରମରେ ଗୁରୁବାର ରାତିରେ ଜନଗହଳିପୂର୍ଣ୍ଣ ଅଞ୍ଚଳ ରାଉରକେଲା ସରକାରୀ ଡାକ୍ତରଖାନା (ଆରଜିଏଚ୍‌) ଓଭରବ୍ରିଜ ଉପରେ ସୁନା ଦୋକାନୀ ସରୋଜ କୁମାର ସାହୁଙ୍କୁ ଗୁଳି କରି ଲୁଟେରାମାନେ ଟଙ୍କା ଲୁଟି ନେଇଛନ୍ତି। ଡାକ୍ତରଖାନାରେ ସରୋଜଙ୍କୁ ମୃତ ଘୋଷଣା କରା ଯାଇଛି। ଦୁର୍ବୃତ୍ତମାନେ କେତେ ଟଙ୍କା ଲୁଟ କରିଛନ୍ତି ତାହା ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଜଣାପଡିନାହିଁ।

ସରୋଜଙ୍କର ଏସ୍‌ଟିଆଇ ଛକ ଗଣେଶ ମାର୍କେଟରେ ‘ବନଦୁର୍ଗା’ ନାମରେ ସୁନା ଦୋକାନ ରହିଛି। ପ୍ରତିଦିନ ପରି ରାତି ପ୍ରାୟ ୧୦ଟାରେ ସରୋଜ ଦୋକାନ ବନ୍ଦ କରି ମୋଟରବାଇକରେ ଘରକୁ ଫେରୁଥିଲେ। ଆରଜିଏଚ ନିକଟ ଓଭରବ୍ରିଜ ଯିବା ମାତ୍ରେ ତାଙ୍କୁ ପିଛା କରୁଥିବା ଦୁଇ ଦୁର୍ବୃତ୍ତ ବାଇକରେ ଥାଇ ତିନିରୁ ଅଧିକ ରାଉଣ୍ଡ ଗୁଳି ଚଳାଇଥିଲେ। ଦୁଇଟି ଗୁଳି ତାଙ୍କ ମୁଣ୍ଡ ଓ ପେଟରେ ବାଜିବାରୁ ସରୋଜ ବାଇକ ସହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତଳେ ପଡିଯାଇଥିଲେ। ସରୋଜ ଚେତାଶୂନ୍ୟ ହୋଇଯିବା ପରେ ଦୁଇ ଦୁର୍ବୃତ୍ତ ଟଙ୍କା ବ୍ୟାଗ ଲୁଟ୍‌ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଆରଜିଏଚ୍‌ ଓ ପରେ ଇସ୍ପାତ ଜେନେରାଲ ହସ୍ପିଟାଲ (ଆଇଜିଏଚ୍‌) ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ରଘୁନାଥପାଲୀ ଓ ଉଦିତନଗର ପୁଲିସ ଏବଂ ପରେ ରାଉରକେଲା ଏସ୍‌ପି କେ. ଶିବା ସୁବ୍ରମଣୀ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଚଳାଇଛନ୍ତି।

ସୂଚନାଯୋଗ୍ୟ, ଗତ ୪ ଦିନ ତଳେ ବେଦବ୍ୟାସ ସିଂହଟୋଲା ନିକଟରେ ସମାନଧରଣର ଗୁଳିକାଣ୍ଡ ଘଟିଥିଲା। ଲୁଟେରାମାନେ ସୁନା ଦୋକାନୀଙ୍କୁ ଗୁଳି ମାଡ କରିଥିଲେ। ତେବେ ଗୁଳି ତାଙ୍କ ଦେହରେ ନ ବାଜି ମୋଟରବାଇକ ପଛରେ ବସିଥିବା ତାଙ୍କ ମା’ଙ୍କ ଦେହରେ ବାଜିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଆଇଜିଏଚ୍‌ ପରେ ସମ୍ବଲପୁର ବୁର୍ଲାକୁ ପଠାଯାଇଥିଲା। ଏବେ ସହରରେ ପୁଣି ଗୁଳିକାଣ୍ଡ ପୁଲିସର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri