Posted inରାଜ୍ୟ

୩ ମାସ ପରେ ହତ୍ୟା ଅଭିଯୋଗ ଆଣିଲେ ପ୍ରେମିକା

ଖୁଣ୍ଟୁଣୀ,୨୦ା୧୨(ଡି.ଏନ୍‌.ଏ.): ଗୁରୁଡ଼ିଝାଟିଆ ଥାନା ଅଞ୍ଚଳରୁ ସେପ୍ଟେମ୍ବର ୩ରେ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଥିଲା। ତେବେ ଘଟଣାର ୩ ମାସ ପରେ ମୃତ ଯୁବକଙ୍କ ପ୍ରେମିକା ତାଙ୍କୁ ହତ୍ୟା କରାଯାଇଥିବା ନେଇ ଶନିବାର ଅଭିଯୋଗ କରିଛନ୍ତି। ଏ ନେଇ ପୋଲିସ ଦଫା ୩୦୨ରେ ହତ୍ୟା ମାମଲା (ନଂ.୧୪୯/୨୦) ରୁଜୁ କରି ତଦନ୍ତ ଚଳାଇଥିବା ତଦନ୍ତକାରୀ ଅଧିକାରୀ ଗୟାଧର ବେହେରା କହିଛନ୍ତି। ପୋଲିସ ସୂଚନା ଅନୁଯାୟୀ, ସତ୍ୟବାଦୀ ଥାନା ଅଞ୍ଚଳର ଜଣେ ଯୁବତୀଙ୍କ ସହ ଉକ୍ତ ଯୁବକଙ୍କ ପ୍ରେମ ସମ୍ପର୍କ ରହିଥିଲା। ପରେ ପରସ୍ପର ମଧ୍ୟରେ ବିବାହ କରିବାକୁ ନିଷ୍ପତ୍ତି ନେଇ ସେପ୍ଟେମ୍ବର ୬ରେ ବିବାହ ପାଇଁ ଦିନ ଠିକ କରିଥିଲେ। ହେଲେ ଯୁବକଙ୍କ ପରିବାର ଲୋକେ ଏହି ବିବାହରେ ରାଜି ହୋଇ ନ ଥିଲେ। କିନ୍ତୁ ଯୁବକ ଜଣକ ବିବାହ ପାଇଁ ଜିଦ ଧରି ଘରକୁ ଟିଭି, ଫ୍ରିଜ ଓ ସମସ୍ତ ବିବାହ ସରଞ୍ଜାମ କିଣି ଆଣିଥିଲେ। ତେବେ ୩ ତାରିଖ ସକାଳେ ଯୁବକଙ୍କ ମୃତଦେହ ତାଙ୍କ ଶୋଇବା ଘରେ ଝୁଲୁଥିବା ପରିବାର ଲୋକେ ଥାନାକୁ ଜଣାଇଥିଲେ। ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଆଠଗଡ଼ ଡାକ୍ତରଖାନା ପଠାଇବା ସହ ଥାନା ପକ୍ଷରୁ ନଂ.୩/୨୦ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିଲା। ତେବେ ବ୍ୟବଚ୍ଛେଦ ରିପୋର୍ଟରେ ଯୁବକଙ୍କ ଆତ୍ମହତ୍ୟା କରିଥିବା ଉଲ୍ଲେଖ ଥିବାରୁ ପୋଲିସ ତଦନ୍ତରେ ଶିଥିଳତା ପ୍ରକାଶ କରିଥିଲେ। ଏବେ ଯୁବତୀଙ୍କ ଏତଲା ପାଇବା ପରେ ଘଟଣାର ନୂଆ ମୋଡ଼ ନେଇଛି। ପୋଲିସ ପୁଣିଥରେ ତଦନ୍ତ ଆରମ୍ଭ କରିବାକୁ ବାଧ୍ୟ ହୋଇଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri