Posted inଖେଳ

ପାକିସ୍ତାନକୁ ୯ ଉଇକେଟରେ ହରାଇଲା ନ୍ୟୁଜିଲାଣ୍ଡ

ହାମିଲ୍‌ଟନ, ୨୧ା୧୨ (ଏପି)-ସ୍ଥାନୀୟ ସେଡନ ପାର୍କଠାରେ ରବିବାର ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ରେ ନ୍ୟୁଜିଲାଣ୍ଡ ୯ ଉଇକେଟରେ ବିଜୟ ଲାଭ କରିଛି। ଓପନର ଟିମ୍‌ ସିଫର୍ଟଙ୍କ ଉପଯୋଗୀ ୮୪ରନ ଏବଂ କେନ୍‌ ଓ୍ବିଲିୟମସନଙ୍କ ସହ ତାଙ୍କର ୧୨୯ରନର ପାର୍ଟନରଶିପ୍‌ ଯୋଗୁ ଦଳ ସହଜରେ ମ୍ୟାଚ ଜିତିନେଇଥିଲା। ରବିବାର ଏହି ବିଜୟ ଦ୍ୱାରା ଘରୋଇ ଦଳ ୩ ମ୍ୟାଚବିଶିଷ୍ଟ ଟି୨୦ ସିରିଜରେ ୨-୦ରେ ଅଗ୍ରଣୀ ସହ ଆଗୁଆ ସିରିଜ କବ୍‌ଜା କରିନେଇଛି। ଓ୍ବିଲିୟମସନ ୫୭ ରନ କରି ଅପରାଜିତ ରହିଥିଲେ। ନ୍ୟୁଜିଲାଣ୍ଡ ୪ଟି ବଲ ବାକିଥାଇ ପାକିସ୍ତାନର ମୋଟ ସ୍କୋର ୧୬୩/୬କୁ ଅତିକ୍ରମ କରିଯାଇଥିଲା। ସିଫର୍ଟ ତାଙ୍କ ଇନିଂସରେ ୬୩ଟି ବଲର ସାମ୍ନା କରିଥିଲେ। ଫ୍ଲାଟ୍‌ ଉଇକେଟରେ ପାକିସ୍ତାନର ଅସ୍ଥିର ବୋଲିଂର ଫାଇଦା ଉଠାଇ ସେ ନିଜ ଇଚ୍ଛା ମୁତାବକ ଶର୍ଟ ଖେଳିଥିଲେ। ସେ ୮ ଚୌକା ଓ ୩ ଛକା ଲଗାଇଥିଲେ। ଅନ୍ୟପକ୍ଷରେ ଓ୍ବିଲିୟମସନ ତାଙ୍କ ୧୨ତମ ଟି୨୦ ଅର୍ଦ୍ଧଶତକ ୩୭ଟି ବଲରେ ହାସଲ କରିଥିଲେ। ଟସ୍‌ରେ ହାରି ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ଏକ ଚ୍ୟାଲେଞ୍ଜିଂ ସ୍କୋର କରିବାରେ ବିଫଳ ହୋଇଥିଲା। ଭେଟେରାନ ମହମ୍ମଦ ହାଫିଜଙ୍କ ବ୍ୟତୀତ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ କ୍ରିଜ୍‌ରେ ଅଧିକ ସମୟ ତିଷ୍ଠି ପାରି ନ ଥିଲେ। ହାଫିଜ ଅନ୍ତର୍ଜାତୀୟ ଟି୨୦ରେ ତାଙ୍କ କ୍ୟାରିୟର ଶ୍ରେଷ୍ଠ ୯୯ରନ କରି ଅପରାଜିତ ରହିଥିଲେ।
ସଂକ୍ଷିପ୍ତ ସ୍କୋର
ପାକିସ୍ତାନ: ୨୦ ଓଭରରେ ୧୬୩/୬ (ହାଫିଜ୍‌-୯୯*, ମହମ୍ମଦ ରିଜଓ୍ବାନ-୨୨, ଟିମ୍‌ ସୌଦି-୪/୨୧)।
ନ୍ୟୁଜିଲାଣ୍ଡ: ୧୯.୨ ଓଭରରେ ୧୬୪/୧ (ଟିମ୍‌ ସିଫର୍ଟ-୮୪*, କେନ୍‌ ଓ୍ବିଲିୟମସନ-୫୭*, ଫାହିମ୍‌ ଅଶ୍ରଫ୍‌-୧/୧୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri