Posted inଜାତୀୟ

ପଶ୍ଚିମବଙ୍ଗରେ ଭାଜପାକୁ ଝଟ୍‌କା

କୋଲକାତା,୨୧ ।୧୨: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ହେଲାଣି ସରଗରମ । ପ୍ରତିଦିନ ଏଠାରୁ କିଛି ନା କିଛି ନୂଆ ଖବର ଆସୁଛି । ରାଜ୍ୟରେ ଏବେ ଦଳ-ବଦଳକୁ ନେଇ ଚର୍ଚ୍ଚା ଜୋର ଧରିଛି । କିଛି ଦିନ ହେବ ଶାସକ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ରୁ କେତେଜଣ ନେତା ଦଳ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା ବେଳେ ଏବେ ପ୍ରଥମ କରି ଭାଜପା ଛାଡି ଟିଏମ୍‌ସିରେ ଯୋଗଦେବା ପ୍ରକ୍ରିୟା ଆରମ୍ଭ ହାଇଯାଇଛି । ଭାଜପା ଏମ୍‌ପି ସୌମିତ୍ର ଖାଁଙ୍କ ପତ୍ନୀ ସୁଜାତା ମଣ୍ଡଳ ଖାଁ ସୋମବାର ଭାଜପା ଛାଡି ଟିଏମ୍‌ସିରେ ଯୋଗ ଦେଇଛନ୍ତି । ସୂଚନାଯୋଗ୍ୟ, ନିକଟରେ ଶୁଭେନ୍ଦୁ ଅଧିକାରୀ ଟିଏମ୍‌ସି ଛାଡି ଭାଜପାରେ ସାମିଲ ହୋଇଥିଲେ । ସୁଜାତା ଟିଏମ୍‌ସି ଏମ୍‌ପି ସୌଗତ ରାୟ ଓ ପ୍ରବକ୍ତା କୁଣାଲ ଘୋଷଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି । ଏହାପରେ ସୁଜାତା କହିଛନ୍ତି ରାଜ୍ୟରେ ଭାଜପାକୁ ଉପରକୁ ଉଠିବା ପାଇଁ ମୁଁ ବହୁତ ପରିଶ୍ରମ କରିଛି ହେଲେ ଏବେ ସେଠାରେ ସମ୍ମାନ ନାହିଁ । ଜଣେ ମହିଳା ହିସାବରେ ଏବେ ଦଳରେ ରହିବା ମୋ ପାଇଁ କଷ୍ଟକର ହୋଇ ପଡିଥିଲା । ଏବେ ଭାଜପା କେବଳ ଭ୍ରଷ୍ଟାଚାରୀ ନେତାଙ୍କୁ ନେଇ ଦଳ ଗଢିବାରେ ଲାଗିପଡିଛି । ଭାଜପାରେ ଏବେ କେହି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନାହାନ୍ତି । ତେଣୁ ମମତାଙ୍କ ପାଇଁ କାମ କରିବା ଜଣେ ମହିଳା ଭାବେ ମୋ ପାଇଁ ସମ୍ମାନନକ ହେବ ବୋଲି ସୁଜାତା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri