Posted inରାଜ୍ୟ

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ କର୍ମକର୍ତ୍ତାଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଆସନ୍ତା ୨୬ରେ ବିଜୁ ଜନତା ଦଳ ୨୪ତମ ପ୍ରତିଷ୍ଠା ଦିବସ ପାଳନ କରିବ। ଏହି ଅବସରରେ ରାଜ୍ୟବାସୀଙ୍କର ଦଳ ଉପରେ ରହିଥିବା ଆସ୍ଥା ବଜାୟ ରଖିବା, ଜନସସେବାକୁ ରାଜନୀତିର ମୂଳମନ୍ତ୍ର ଭାବେ ଗ୍ରହଣ କରି କାମ କରିବାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୃଣମୂଳ ସ୍ତରରୁ ଆରମ୍ଭ କରି ଶୀର୍ଷସ୍ତରର ନେତାଙ୍କୁ ଆହ୍ବାନ ଦେଇଛନ୍ତି। ଓଡ଼ିଶାବାସୀଙ୍କ ସେବାରେ ପୁନଃ ସମର୍ପିତ କରି ରାଜ୍ୟ ପାଇଁ ନିଜର ପ୍ରତିବଦ୍ଧତା ଦୋହରାଇବା ଏବଂ ସମସ୍ତେ କୋଭିଡ୍‌ ନିୟମ ମାନି ସଂକ୍ରମଣରୁ ଦୂରେଇ ରହିବାକୁ ନବୀନ ମଙ୍ଗଳବାର ବିଜେଡିର ସମସ୍ତ ରାଜ୍ୟ କର୍ମକର୍ତ୍ତା, ଜିଲା ପର୍ଯ୍ୟବେକ୍ଷକ, ଏମ୍‌ପି, ବିଧାୟିକା, ବିଧାୟକ, ଜିଲା ସଭାପତି, ପ୍ରମୁଖ ଦଳୀୟ ସଂଗଠନ ରାଜ୍ୟ ସଭାପତି, ବ୍ଲକ ଓ ନଗର ସଭାପତିଙ୍କୁ ନବୀନ ଚିଠି ଲେଖିଛନ୍ତି। ରାଜ୍ୟବାସୀଙ୍କ ସେବାରେ ନିଜକୁ ଗତ ୨୩ ବର୍ଷ ଧରି ଉତ୍ସର୍ଗ କରିଆସିଥିବା ଏକ ଆଞ୍ଚଳିକ ଦଳ ପାଇଁ ଏହା କମ୍‌ ଗୌରବର ବିଷୟ ନୁହେଁ। ନବୀନ କହିଛନ୍ତି, କୋଭିଡ୍‌ ମହାମାରୀ ପରିସ୍ଥିତିରେ କର୍ମକର୍ତ୍ତାମାନେ ଯେଭିଳ ଧୈର୍ଯ୍ୟ, ତ୍ୟାଗ, ନିଷ୍ଠା ଏବଂ ଉତ୍ସର୍ଗୀକୃତ ସେବା ମନୋଭାବ ପ୍ରଦର୍ଶନ କରିଛନ୍ତି, ସେଥିପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ରାଜ୍ୟର କୋଭିଡ୍‌ ପରିଚାଳନାକୁ ସମଗ୍ର ବିଶ୍ୱରେ ଜନ ସହଯୋଗ ଏବଂ ଅଭୂତପୂର୍ବ ଉଦାହରଣ ଭାବେ ଅଭିହିତ କରି ଓଡ଼ିଶାବାସୀଙ୍କ ସହଯୋଗର ଭୂୟଶୀ ପ୍ରଶଂସା କରିଛନ୍ତି। କୋଭିଡ୍‌ ସଂକ୍ରମିତଙ୍କ ଟେଷ୍ଟିଂଠାରୁ ଚିକିତ୍ସା ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବା ସହିତ ସଂକ୍ରମଣରୁ ସର୍ବାଧିକ ଲୋକଙ୍କୁ ସୁସ୍ଥ କରିବା ଏବଂ ମୃତ୍ୟୁ ହାରକୁ ସର୍ବନିମ୍ନ ସ୍ତରରେ ସୀମିତ ରଖିବାରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ ହୋଇପାରିଛି।
ଓଡ଼ିଶାର ଜନସାଧାରଣଙ୍କ ଅକୁଣ୍ଠ ସମର୍ଥନରେ ବିଜୁବାବୁଙ୍କ ନୀତି ଓ ଆଦର୍ଶରେ ଗଠିତ ଏହି ଆଞ୍ଚଳିକ ଦଳ ଓଡ଼ିଶାବାସୀଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ ନିରନ୍ତର ଉଦ୍ୟମ ଜାରିରଖିଛି। ଦଳର କର୍ମକର୍ତ୍ତା ତଥା ଗାଁରୁ ସହର ସବୁଠି ଲୋକସେବାରେ ନିୟୋଜିତ ଅଗଣିତ କର୍ମୀଙ୍କ ନିଷ୍ଠା, କଠିନ ପରିଶ୍ରମ ଓ ତ୍ୟାଗ ବିଜୁ ଜନତା ଦଳକୁ ଲୋକଙ୍କ ନିକଟତର କରିପାରିଛି। ବର୍ଷସାରା ବିଭିନ୍ନ ସାଙ୍ଗଠନିକ କାର୍ଯ୍ୟକ୍ରମ, ସମାଜ କଲ୍ୟାଣ କାର୍ଯ୍ୟକ୍ରମ ଏବଂ ଲୋକସେବା ମାଧ୍ୟମରେ ରାଜ୍ୟବାସୀଙ୍କ ଆସ୍ଥାଭାଜନ ହୋଇପାରିଛି। ଦଳୀୟ ଏକତା, ଶୃଙ୍ଖଳା ବଜାୟ ରଖି ତ୍ୟାଗ ଏବଂ ନିଷ୍ଠାର ସହିତ ଓଡ଼ିଶାବାସୀଙ୍କ ସେବାରେ ନିଜକୁ ପୂର୍ଣ୍ଣ ପ୍ରାଣରେ ସମର୍ପିତ କରିବା ହିଁ ହେବ ଏହି ପ୍ରତିଷ୍ଠା ଦିବସରୁ ଆଗାମୀ ଦିନ ପାଇଁ ଦଳୀୟ କାର୍ଯ୍ୟକ୍ରମ ଖସଡା। ପ୍ରତିଷ୍ଠା ଦିବସ ରାଜ୍ୟସ୍ତରରେ ଓ ପ୍ରତ୍ୟେକ ନିର୍ବାଚନ ମଣ୍ଡଳୀ ସ୍ତରରେ ପାଳନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri